ଅଡୁଆରେ ଅଭିନେତ୍ରୀ ରିୟା ଦେ : ଥାନାରେ ପହଞ୍ଚିଲା ମାମଲା ପୂରା ଘଟଣା ଜାଣିଲେ…

ଭୁବନେଶ୍ୱର,୧୦।୭(ସତ୍ୟଜିତ୍‌ ରାଉତ): ଓଡ଼ିଆ ସିନେ ଅଭିନେତ୍ରୀ ରିୟା ଦେ ଅଡୁଆରେ ପଡ଼ିଛନ୍ତି। ଘରୋଇ ସହାୟିକାଙ୍କୁ ରିୟା ଓ ତାଙ୍କ ସ୍ବାମୀ ସୁନୀଲ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ପୀଡ଼ିତା ବର୍ଷା ବେହେରା (୧୯) ମଙ୍ଗଳବାର ଚନ୍ଦ୍ରଶେଖରପୁର ଥାନାରେ ଏତଲା ଦେଇଛନ୍ତି। ବର୍ଷାଙ୍କୁ ରିୟା ଦେଢ଼ବର୍ଷ ଧରି କାମ କରାଇବା ପରେ ପାରିଶ୍ରମିକ ଟଙ୍କା ନ ଦେଇ ମାଡ଼ ମାରୁଥିଲେ ବୋଲି ଏତଲାରେ ଉଲ୍ଲେଖ କରାଯାଇଛି। ଏହି ଅଭିଯୋଗ ଆଧାରରେ ପୋଲିସ ତଦନ୍ତ ଆରମ୍ଭ କରିଛି। କଟକ ମହାନଦୀ ବିହାରସ୍ଥିତ ରିୟାଙ୍କ ଘରେ କେହି ନ ଥିବା ସୁଯୋଗ ନେଇ ବର୍ଷା ସୋମବାର ଭୁବନେଶ୍ୱର ଚାଲିଆସିଥିଲେ। ବର୍ଷା କଟକରୁ ବସ୍‌ରେ ଆସି ଚନ୍ଦ୍ରଶେଖରପୁରରେ ରହୁଥିବା ତାଙ୍କର ଜଣେ ପରିଚିତ ଭଉଣୀ ମାଧୁରୀଙ୍କ ଘରକୁ ଯାଇଥିଲେ। ହେଲେ ମାଧୁରୀ ଘରେ ନ ଥିବାରୁ ବର୍ଷା ରାସ୍ତାରେ କାନ୍ଦୁଥିଲେ। ଏହା ଦେଖି ସ୍ଥାନୀୟ ଲୋକେ ବର୍ଷାଙ୍କୁ ଈଶାନେଶ୍ୱର ଶିଶୁ ସୁରକ୍ଷା ଟିମ୍‌କୁ ହସ୍ତାନ୍ତର କରିଥିଲେ। ମାଧୁରୀ ମଙ୍ଗଳବାର ପହଞ୍ଚିବା ପରେ ଶିଶୁ ସୁରକ୍ଷା ଟିମ୍‌ ସହ ବର୍ଷାଙ୍କୁ ନେଇ ପୋଲିସର ଦ୍ୱାରସ୍ଥ ହୋଇଥିଲେ। ଅଭିଯୋଗ ଅନୁଯାୟୀ, ରିୟା ତାଙ୍କୁ ଘର କାମ ସହ ଅନ୍ୟାନ୍ୟ କାମ କରାଉଥିଲେ। ରିୟା ତାଙ୍କୁ ୮ହଜାର ଟଙ୍କା ସହ ଭରଣପୋଷଣ ଦେବାପାଇଁ ଚୁକ୍ତି କରିଥିଲେ। ହେଲେ କିଛିଦିନ ତଳେ ବର୍ଷା ତାଙ୍କ ପୈତୃକ ଘରକୁ ଯିବାକୁ କହିବାରୁ ରିୟା ବାରଣ କରିଥିଲେ। ଏପରିକି ରିୟା ତାଙ୍କୁ ମାଡ଼ମାରି ଘରେ ବନ୍ଦ କରିଦେଇଥିଲେ। ରିୟା ତାଙ୍କୁ ଦିନକୁ ୨୦ ଥର ଉଠ୍‌ବସ୍‌ କରାଉଥିଲେ। ସ୍ବାମୀ ସୁନୀଲ ତାଙ୍କ ଉପରକୁ ମଦ ବୋତଲ ଫୋପାଡୁଥିଲେ। ନିର୍ଯାତନାରେ ବର୍ଷା ଆହତ ହୋଇଥିବା ଗଣମାଧ୍ୟମ ଜରିଆରେ ଅଭିଯୋଗ କରିଛନ୍ତି। ତେବେ ଅଭିଯୋଗ ନେଇ ରିୟା କିମ୍ବା ତାଙ୍କ ସ୍ବାମୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ପ୍ରବଳ ବର୍ଷାକୁ ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ: ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୬।୮: ରାଜଧାନୀ ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଭୁବନେଶ୍ୱରରେ ରାତି ସାରା ଅବିଶ୍ରାନ୍ତ ପ୍ରବଳ ବର୍ଷା ହୋଇଛି। ସକାଳ ୫ଟା ୩୦ ସୁଦ୍ଧା ୯୭.୨…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri