ଅଭିନେତ୍ରୀ ସୀମା ଦେଓଙ୍କ ପରଲୋକ…

ମୁମ୍ବାଇ,୨୪।୮ : ସିନେମା ଜଗତରୁ ଏକ ଦୁଃଖଦ ଖବର ଆସିଛି। ଭେଟେରାନ ଅଭିନେତ୍ରୀ ସୀମା ଦେଓଙ୍କର ଦେହାନ୍ତ ହୋଇଛି। ଏହି ଭେଟେରାନ ଅଭିନେତ୍ରୀ ଆନନ୍ଦ, କୋଶିସ ଏବଂ କୋରା କାଗାଜ ଭଳି ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ସୀମା ଦେଓ ୮୩ ବର୍ଷ ବୟସରେ ସେ ଦୁନିଆକୁ ବିଦାୟ ଦେଇଛନ୍ତି। କୁହାଯାଉଛି ସେ ଦୀର୍ଘ ଦିନ ଧରି ଅଲଜାଇମର ରୋଗରେ ପୀଡିତ ଥିଲେ ଏବଂ ସେ ଗୁରୁବାର ସକାଳେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ପୁଅ ଅଭିନୟ ଦେଓ ଏକ ବିବୃତ୍ତି ଦେଇଛନ୍ତି ଯେଉଁଥିରେ କୁହାଯାଇଛି, ଆଜି ତାଙ୍କ ମାତାଙ୍କର ଦେହାନ୍ତ ହୋଇଛି।

 

ସୀମା ଦେଓ, ମରାଠୀ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ଜଣେ ଆଗଧାଡ଼ିର ଅଭିନେତ୍ରୀ ଥିଲେ। ସୀମା ଦେଓ ଅଭିନେତା ରମେଶ ଦେଓଙ୍କୁ ବିବାହ କରିଥିଲେ। ରମେଶ ଦେଓ ଅନେକ ଚଳଚ୍ଚିତ୍ର ଏବଂ ଟିଭି ସିରିଏଲରେ ମଧ୍ୟ କାମ କରିଥିଲେ। ୨ ଫେବୃଆରୀ ୨୦୨୨ ରେ ହୃଦଘାତରେ ରମେଶଙ୍କର ମୃତ୍ୟୁ ହୋଇଥିଲା। ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା। ରମେଶ ଦେଓ ଅମିତାଭ ବଚ୍ଚନଙ୍କ ବନ୍ଧୁ ଡାକ୍ତର ପ୍ରକାଶ କୁଲକର୍ଣ୍ଣି ଭାବେ ଆନନ୍ଦରେ ଅଭିନୟ କରିଥିଲେ। ସେହି ଫିଲ୍ମରେ ସୀମା ଦେଓ ତାଙ୍କ ପତ୍ନୀ ଭୂମିକାରେ ଥିଲେ। ଅମିତାଭ ବଚ୍ଚନ ଏହି ଫିଲ୍ମରେ ତାଙ୍କ ଭାବି ବୋଲି ଡାକୁଥିଲେ।

ସୀମା ତାଙ୍କ କ୍ୟାରିୟରରେ ୮୦ ରୁ ଅଧିକ ହିନ୍ଦୀ ଏବଂ ମରାଠୀ ଭାଷା ଚଳଚ୍ଚିତ୍ରରେ କାମ କରିଥିଲେ। ସେ ୧୯୬୦ମସିହାରେ ଫିଲ୍ମ ମିଆଁ ବିବି ରଜାରୁ ନିଜର ଅଭିନୟ ଜୀବନ ଆରମ୍ଭ କରିଥିଲେ। ଏହା ପରେ ସେ ‘ଭାବି କି ଚୁଡିୟାଁ’, ‘ଦଶ ଲକ୍ଷ’, ‘କୋଶିଶ’, ‘କୋରା କାଗାଜ’, ‘ସଂସାରା’ ‘ସୁନହରା ସଂସାର’ ଏବଂ ସ୍‌‘ସରସ୍ବତୀଚନ୍ଦ୍ର’ ଭଳି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। ଅଜିଙ୍କ୍ୟ ଦେଓ ଏବଂ ଅଭିନୟ ଦେଓ ତାଙ୍କର ପୁଅ। ଅଭିନୟ ଜଣେ ନିର୍ଦ୍ଦେଶକ ଏବଂ ‘ଦିଲ୍ଲୀ ବେଲି’ ଭଳି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଛନ୍ତି। ପୁଅ ଅଜିଙ୍କ୍ୟ ମରାଠୀ ସିନେମାର ଜଣେ ଜଣାଶୁଣା ଅଭିନେତା ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ବୁଧ-ମଙ୍ଗଳ ମିଳନରୁ ‘କେନ୍ଦ୍ର ଦୃଷ୍ଟି ରାଜଯୋଗ’; ମିଥୁନ ସମେତ ୪ ରାଶିଙ୍କ ରାତାରାତି ବଦଳିବ ଭାଗ୍ୟ, ପ୍ରଚୁର ଧନଲାଭ!

ଜ୍ୟୋତିଷ ଗଣନା ଅନୁଯାୟୀ, ଅକ୍ଟୋବର ୨ ତାରିଖରୁ କେନ୍ଦ୍ର ଦୃଷ୍ଟି ରାଜଯୋଗର ପ୍ରଭାବ ଦେଖିବାକୁ ମିଳିପାରେ। ଏହି ଯୋଗର ଶୁଭ ପ୍ରଭାବରୁ ୪ଟି ରାଶି ପାଇଁ ଧନ…

ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ; ୪ଟି ପର୍ଯ୍ୟାୟରେ ହେବ ମତଦାନ

ଜୟପୁର,୩।୧୦: ରାଜସ୍ଥାନରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ରାଜ୍ୟ ନିର୍ବାଚନ କମିଶନର ରାଜେଶ୍ୱର ସିଂହ ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି।…

ଭାଜପାକୁ ଲାଗିବ ଶକ୍ତ ଧକ୍କା, ବିଦ୍ରୋହୀ MLC ପ୍ରାର୍ଥୀ ସଞ୍ଜୟନ ତ୍ରିପାଠୀ SPରେ ଯୋଗ ଦେଲେ

ଲକ୍ଷ୍ନୌ,୩।୧୦: ଉତ୍ତର ପ୍ରଦେଶରେ ଆଗାମୀ MLC ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି (SP), ଭାରତୀୟ ଜନତା ପାର୍ଟି (BJP) କୁ ଏକ ବଡ଼ ଝଟକା ଦେଇଛି। ଗୋରଖପୁର-ଫୈଜାବାଦ…

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

୧୦ ଜଣଙ୍କୁ କାମୁଡ଼ିଲା ଗୋଟିଏ କୁକୁର, ଡାକ୍ତରଖାନାରେ ଭିଡ଼

ଗୁଣପୁର,୩ା୧୦(ସଙ୍କେତ ପାତ୍ର): ଶନିବାର ସକାଳୁ ମଧ୍ୟାହ୍ନ ୩ଟା ମଧ୍ୟରେ ଗୁଣପୁର ସହରରେ ଗୋଟିଏ କୁକୁର କାମୁଡ଼ାରେ ୧୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କୁକୁରଟି ଏକାଧିକ ଲୋକଙ୍କୁ…

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?