ଅଭିନେତ୍ରୀ ଶୁଭ୍ରା କୁଣ୍ଡୁ ଗିରଫ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ଚିଟ୍‌ଫଣ୍ଡ ଠକେଇ ମାମଲାରେ ରୋଜ୍‌ଭ୍ୟାଲି ଗ୍ରୁପ୍‌ ମୁଖ୍ୟ ଗୌତମ କୁଣ୍ଡୁଙ୍କ ସ୍ତ୍ରୀ ଅଭିନେତ୍ରୀ ଶୁଭ୍ରା କୁଣ୍ଡୁଙ୍କୁ ଶୁକ୍ରବାର ସିବିଆଇ କୋଲକାତାସ୍ଥିତ ବାସଭବନରୁ ଗିରଫ କରିଛି। ତାଙ୍କ ନାମରେ ୧୭ ହଜାର ୫୦୦ କୋଟି ଟଙ୍କାର ଠକେଇ ଅଭିଯୋଗ ରହିଥିବାବେଳେ ଶନିବାର ତାଙ୍କୁ ଭୁବନେଶ୍ୱର ଅଣାଯିବ। ପଚରାଉଚରା ପରେ ତାଙ୍କୁ କୋର୍ଟଚାଲାଣ କରାଯିବ ବୋଲି ସିବିଆଇ ସୂତ୍ରରୁ ସୂଚନା ମିଳିଛି।

ଠକେଇର ମାଷ୍ଟରମାଇଣ୍ଡ୍‌ ତଥା ରୋଜ୍‌ଭ୍ୟାଲି ଗ୍ରୁପର ଚେୟାରମ୍ୟାନ ଗୌତମ କୁଣ୍ଡୁଙ୍କୁ ୨୦୧୫ରେ ମନି ଲଣ୍ଡରିଂ ଆକ୍ଟ ୨୦୦୨ ଅନୁଯାୟୀ ସିବିଆଇର ଅର୍ଥନୈତିକ ଅପରାଧ ଶାଖା ଗିରଫ କରିଥିଲା। ସେବେଠୁ ସେ ବିଚାର ବିଭାଗୀୟ ହାଜତରେ ରହିଛନ୍ତି। ସେହିଭଳି ଏହି ଠକେଇରେ ସମ୍ପୃକ୍ତ ଥିବା ଅଭିଯୋଗରେ ଚଳଚ୍ଚିତ୍ର ପ୍ରାଯୋଜକ ଶ୍ରକାନ୍ତ ମୋହତା ଓ ତୃଣମୂଳ କଂଗ୍ରେସ ଏମ୍‌ପି ସୁଦୀପ ବନ୍ଦୋପାଧ୍ୟାୟ ମଧ୍ୟ ଗିରଫ ହୋଇଥିଲେ। ଏହି ଚିଟ୍‌ଫଣ୍ଡ୍‌ ସଂସ୍ଥା ଜମାକାରୀଙ୍କୁ ଉଚ୍ଚ ହାରରେ ସୁଧ ଓ ବର୍ଷକରେ ଟଙ୍କା ୨ ଗୁଣ କରି ଫେରସ୍ତ କରିବାର ଲୋଭ ଦେଖାଇ ଓଡ଼ିଶା ସମେତ ରାଜ୍ୟ ବାହାରୁ ଜମାକାରୀଙ୍କଠାରୁ ୧୭ ହଜାର ୫୦୦ କୋଟି ଟଙ୍କା ଠକି ନେଇଥିଲା। ରିଜର୍ଭ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ) ଓ ସିକ୍ୟୁରିଟି ଏକ୍ସଚେଞ୍ଚ ବୋର୍ଡ ଅଫ ଇଣ୍ଡିଆ(ଏସ୍‌ଇବିଆଇ) ଗାଇଡ୍‌ଲାଇନକୁ ଉଲ୍ଲଂଘନ କରି ଜମାକାରୀଙ୍କୁ ଠକେଇ କରାଯାଇଥିଲା। ଜମାକାରୀଙ୍କ ଅଭିଯୋଗକ୍ରମେ ସୁପ୍ରିମକୋର୍ଟ ସିବିଆଇକୁ ଠକେଇର ତଦନ୍ତ ଭାର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?