ପରଲୋକରେ ଅଭିନେତ୍ରୀ ତିଳୋତ୍ତମା ଖୁଣ୍ଟିଆ

ଭୁବନେଶ୍ୱର: ଓଡ଼ିଆ ଧାରାବାହିକ ଓ ଚଳଚ୍ଚିତ୍ରର ଜଣାଶୁଣା ଅଭିନେତ୍ରୀ ତିଳୋତ୍ତମା ଖୁଣ୍ଟିଆଙ୍କର ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୫୭ବର୍ଷ ବୟସରେ ପରଲୋକ ଘଟିଛି। ହୃଦ୍‌ ଏବଂ କିଡନୀଜନିତ ରୋଗରେ ସେ ୨ବର୍ଷ ଧରି ପୀଡ଼ିତ ଥିଲେ। ମୃତ୍ୟୁଶଯ୍ୟା ନିକଟରେ ତାଙ୍କ ସ୍ବାମୀ ହିମାଂଶୁ ଶେଖର ସାମଲ ଓ ଝିଅ ଅରୁନ୍ଧତୀ ଦେବିକା ଉପସ୍ଥିତ ଥିଲେ। ସେ ଭୁବନେଶ୍ୱର ନୟାପଲ୍ଲୀରେ ପରିବାର ସହ ରହୁଥିଲେ। ତାଙ୍କ ମରଶରୀର ବାସଭବନକୁ ଅଣାଯିବା ପରେ ଅନେକ ଶୁଭେଚ୍ଛୁ ତାଙ୍କର ଶେଷ ଦର୍ଶନ କରିଛନ୍ତି। ପୁରୀରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ତାଙ୍କ ପରଲୋକରେ ସିନେ ଜଗତରେ ଶୋକର ଛାୟା ଖେଳିଯାଇଛି। ଅନେକ ଧାରାବାହିକରେ ସେ ମା’ ଭୂମିକାରେ ଅଭିନୟ କରିଛନ୍ତି। ‘ତୁଳସୀ’, ‘ସିନ୍ଦୁର ବିନ୍ଦୁ’, ‘କେମିତି ଏ ବନ୍ଧନ’ ଆଦି ଧାରାବାହିକରେ ତାଙ୍କର ସୁନ୍ଦର ଅଭିନୟ ଦେଖିବାକୁ ମିଳିଥିଲା। ତାଙ୍କ ସ୍ବାମୀ ଜଣେ ନାଟ୍ୟ ନିର୍ଦ୍ଦେଶକ, ଝିଅ ଅରୁନ୍ଧତୀ ଓ ଅନୁଭୂତି ମଧ୍ୟ ଓଲିଉଡର ଜଣେ ଜଣେ ସଫଳ ନାୟିକା।


Enter your email to get our daily news in your inbox.

All Right Reserved By Dharitri.Com

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri