‘ଆମେ ଏସବୁ କିଭଳି ହେବାକୁ ଦେଉଛେ’

ବମ୍ବେ: ପାଲେଷ୍ଟାଇନ ସଂଗଠନ ହମାସ ପକ୍ଷରୁ ଇସ୍ରାଏଲ ଉପରେ ଅଚାନକ ଆକ୍ରମଣ କରାଯାଇଥିଲା। ଏହାପରଠାରୁ ଉଭୟଙ୍କ ମଧ୍ୟରେ ଭୟଙ୍କର ଯୁଦ୍ଧ ଜାରି ରହିଛି, ଯାହାର ପରିଣାମସ୍ବରୂପ ଧ୍ୱଂସସ୍ତୁପରେ ପରିଣତ ହେଲାଣି ଗାଜା। ଏହାକୁ ନେଇ ଜାତିସଂଘଠାରୁ ଆରମ୍ଭ କରି ବିଶ୍ୱର ଅନେକ ଦେଶ ଚିନ୍ତା ବ୍ୟକ୍ତ କରିବା ସହ ଯୁଦ୍ଧ ବନ୍ଦ କରିବାକୁ ଅପିଲ କରୁଛନ୍ତି। ହେଲେ ହମାସକୁ ମୂଳପୋଛ ନ କରିବା ଯାଏ ଇସ୍ରାଏଲ ରୋକିବ ନାହିଁ ବୋଲି ସ୍ପଷ୍ଟ କରିଛି। ଫଳରେ ଦେଶକୁ ସମାଲୋଚନାର ଶିକାର ହେବାକୁ ପଡ଼ୁଛି। ଏବେ ଭାରତର ସେଲିବ୍ରିଟିମାନେ ଯୁଦ୍ଧକୁ ନେଇ ନିଜର ମତ ରଖିବା ଆରମ୍ଭ କରିଛନ୍ତି।

ଫିଲ୍ମ ଅଭିନେତ୍ରୀ ତଥା ଅକ୍ଷୟ କୁମାରଙ୍କ ପତ୍ନୀ ଟ୍ବିଙ୍କିଲ ଖନ୍ନା ଏକ ସ୍କ୍ରିନଶଟ୍‌ ଶେୟାର କରି ଏକ ଦାବି କରିଛନ୍ତି। ଏହା ମୁତାବକ ୨୦୧୯ରେ ସାରା ବିଶ୍ୱରେ ହୋଇଥିବା ବିବାଦ ମଧ୍ୟରେ ଯେତିକି ଶିଶୁ ପ୍ରାଣ ହରାଇନାହାନ୍ତି, ତାଠାରୁ ଅଧିକ ଗାଜାରେ ଗତ ୩ ସପ୍ତାହ ମଧ୍ୟରେ ମୃତ୍ୟୁମୁଖରେ ପଡ଼ିଛନ୍ତି ବୋଲି ସେଥିରେ କୁହାଯାଇଛି। ଏହି ସଂଖ୍ୟା ‘ସେଭ୍‌ ଦ ଚିଲ୍ଡେନ୍‌’ ଏନ୍‌ଜିଓ ପକ୍ଷରୁ ଜାରି କରାଯାଇଛି। ଏହାକୁ ଶେୟାର କରି ଟ୍ବିଙ୍କିଲ୍‌ ଲେଖିଛନ୍ତି ‘ଆମେ ଏସବୁ କିଭଳି ହେବାକୁ ଦେଉଛେ’।

କହିରଖୁଛୁ, ଏଯାବତ ଗାଜା ଉପରେ ଇସ୍ରାଏଲର ଆକ୍ରମଣ ଜାରି ରହିଛି। ରିପୋର୍ଟ ଅନୁଯାୟୀ ଗାଜାରୁ ୧୦୦୦ରୁ ଅଧିକ ଶିଶୁ ନିଖୋଜ ଅଛନ୍ତି। ସେମାନେ ବୋମା ବିସ୍ଫୋରଣରେ ଭାଙ୍ଗିପଡ଼ିଥିବା କୋଠା ତଳେ ଦବି ହୋଇ ରହିଥିବା ଆଶଙ୍କା କରାଯାଉଛି। ଏଯାବତ ଗାଜାରେ ପ୍ରାୟ ୮୦୦୦ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ପ୍ରାୟ ୪୦% ଶିଶୁ। ସେହିଭଳି ୬୦୦୦ରୁ ଅଧିକ ଶିଶୁ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri