ପ୍ରକୃତ କରୋନା ମୃତ୍ୟୁ ସରକାରୀ ରିପୋର୍ଟଠାରୁ ୪ରୁ ୧୧ ଗୁଣା ଅଧିକ ଆଶଙ୍କା !…

ନୂଆଦିଲ୍ଲୀ,୧୬।୯: ଦେଶରେ କରୋନା ମହାମାରୀ ଯୋଗୁ କେତେ ଜଣଙ୍କ ମୃତ୍ୟୁ ଘଟିଛି ସେ ନେଇ ଏକ ନୂଆ ରିପୋର୍ଟ ପ୍ରକାଶିତ ହୋଇଛି। ରିପୋର୍ଟରେ ଉଲ୍ଲେଖ କରାଯାଇଛି ପ୍ରକୃତ କରୋନା ମୃତ୍ୟୁ ସରକାରୀ ରିପୋର୍ଟଠାରୁ ୪ରୁ ୧୧ ଗୁଣା ଅଧିକ ହୋଇଥିବାର ଆଶଙ୍କା ରହିଛି। କରୋନା ଯୋଗୁ ଦେଶର ଜିଡ଼ିପିର ୩୦ ପ୍ରତିଶତ କ୍ଷତି ହୋଇଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସ୍ବାସ୍ଥ୍ୟ ବିଶେଷଜ୍ଞ ଏବଂ ଅର୍ଥନୀତିଜ୍ଞଙ୍କ ପକ୍ଷରୁ ହୋଇଥିବା ସର୍ଭେରୁ ଏହା ଜଣାପଡ଼ିଛି।

ଗଣମାଧ୍ୟମ ସଂସ୍ଥା ଡେକାନ ହେରାଲ୍ଡ ଓ୍ବେବସାଇଟ୍‌ ଅନୁସାରେ ବାୟୋଷ୍ଟାଟିଷ୍ଟିିଆନ୍‌ ଭ୍ରାମର ମୁଖାର୍ଜୀଙ୍କ ନେତୃତ୍ୱରେ ହୋଇଥିବା ସର୍ଭେ ରିପୋର୍ଟରେ ଏହା ଦର୍ଶାଯାଇଛି। ମହାମାରୀ ବିଜ୍ଞାନ ମଡେଲ ଅନୁସାରେ ଜୁଲାଇ ୧ ସୁଦ୍ଧା ଦେଶରେ ୧୪ ଲକ୍ଷ କରୋନା ମୃତ୍ୟୁ ଘଟିଛି। ରାଜ୍ୟରୁ ପ୍ରାପ୍ତ ହୋଇଥିବା। ମୃତ୍ୟୁ ସଂଖ୍ୟା ରିପୋର୍ଟ ବିଶ୍ଲେଷଣ ଦ୍ୱାରା ଜଣାପଡ଼ିଛି ଯେ, ମୃତ୍ୟୁ ସଂଖ୍ୟା ୧୭ରୁ ୪୯ ଲକ୍ଷ ହୋଇଥିବାର ଅନୁମାନ କରାଯାଉଛି।

ଦେଶରେ କରୋନା ମୃତ୍ୟୁକୁ ନେଇ ବିବାଦ ହେବାରୁ ଏହି ସର୍ଭେ କରାଯାଇଥିବା ଭ୍ରାମର କହିଛନ୍ତି। ରିପୋର୍ଟ ଅନୁସାରେ ୨୦୨୧ ଜୁନ୍‌ ୩୦ ସୁଦ୍ଧା ଦେଶର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପ୍ରାୟ ୯୦ କୋଟି।

ସେହିପରି ଏହି ସମୟ ମଧ୍ୟରେ ୧୭ରୁ ୪୯ ଲକ୍ଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାର ଆଶଙ୍କା ରହିଥିବା ରିପୋର୍ଟରେ ପ୍ରକାଶ ପାଇଛି। ସରକାରୀ ରିପୋର୍ଟ ଅନୁସାରେ ବତ୍ତର୍ମାନ ସୁଦ୍ଧା ଦେଶର ୩ କୋଟି ୩୩ ଲକ୍ଷରୁ ଅଧିକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେହିପରି ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୩ ହଜାରରୁ ଅଧିକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା

କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ…

ରାଜନୀତିରେ ହଇଚଇ! ଯୁବକଙ୍କୁ ରାସ୍ତାରେ ଚାପୁଡ଼ା ମାରିଲେ ମନ୍ତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀର PWD ମନ୍ତ୍ରୀ ପ୍ରବେଶ ବର୍ମାଙ୍କ ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି । ଭିଡିଓରେ ସେ ଜଣେ ଯୁବକଙ୍କୁ ଚାପୁଡ଼ା ମାରୁଥିବା…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ବିରାଟଙ୍କ ନାଁରେ ବଡ଼ ଉପଲବ୍ଧି, ଏହି ଖେଳାଳିଙ୍କ ୨୮ ବର୍ଷର ରେକର୍ଡ ଭାଙ୍ଗି ରଚିଲେ ଇତିହାସ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ମଇଦାନକୁ ଓହ୍ଲାଇବା ସହ ନୂଆ ଇତିହାସ ରଚିଛନ୍ତି ବିରାଟ କୋହଲି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ୍‌ ଷ୍ଟାଡିୟମ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?