ବାଛୁରି ଆଣିବାକୁ ଯାଇ ଭାସି ଯାଇଥିଲେ ବାପ, ପୁଅ: ମିଳିଲା ମୃତଦେହ

ବରୀ ,୧୬।୯(ଡି.ଏନ୍‌.ଏ.): ବାଛୁରି ଆଣିବାକୁ ଯାଇ ଭାସି ଯାଇଥିବା ବାପ ପୁଅଙ୍କ ମୃତଦେହ ଗୁରୁବାର ଉଦ୍ଧାର କରାଯାଇଛି । ଏଭଳି ଦୁଃଖଦ ଘଟଣା ଘଟିଛି ଯାଜପୁର ଜିଲା ବରୀ ବ୍ଲକ ଅନ୍ତର୍ଗତ ବାଲିଆ ପଞ୍ଚାୟତ ଗଙ୍ଗାଧରପୁର ଗାଁରେ। ମୃତକ ଦ୍ୱୟ ହେଲେ କିଶୋର ସିଂ ଓ ତାଙ୍କ ପୁଅ କୈଳାସ। ବୁଧବାର କିଶୋର ବାଛୁରି ଧରି ଘରକୁ ଫେରୁଥିଲେ। ତେବେ ଘରଠାରୁ ଅଳ୍ପ ଦୂରରେ ରାସ୍ତା ଉପରେ ପ୍ରବାହିତ ହେଉଥିବା ବନ୍ୟା ଜଳରେ ସେ ଭାସି ଯାଇଥିଲେ। ନିଜ ଘର ଛାତ ଉପରୁ ଥାଇ ପୁଅ କୈଳାସ ବାପା ଭାସି ଯାଉଥିବା ଦେଖି ମା’ଙ୍କୁ ଡାକ ପକାଇଥିଲେ। ପରେ ବାପାଙ୍କୁ ଉଦ୍ଧାର କରିବା ପାଇଁ ଧାଇଁ ଯାଇଥିଲେ। ତେବେ ସେ ମଧ୍ୟ ବାଛୁରି ସହ ଭାସି ଯାଇଥିଲେ।
ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ବାପ-ପୁଅଙ୍କୁ ଖୋଜାଖୋଜି କରିଥିଲେ ମଧ୍ୟ ସେମାନଙ୍କର ପତ୍ତା ମିଳି ନ ଥିଲା। ସକାଳେ ଗଙ୍ଗାଧରପୁର ସ୍କୁଲ ନିକଟରେ ଉଭୟଙ୍କ ମୃତଦେହ ଭାସୁଥିବା ଲୋକେ ଦେଖିଥିଲେ। ପରେ ଲୋକଙ୍କ ସହାୟତାରେ ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri