Posted inଜାତୀୟ

ଆଦାନୀ ଜାଲିଆତିର ତଦନ୍ତ ଦାବି

ନୂଆଦିଲ୍ଲୀ,୭।୨(ପି.ଟି.):ଆମେରିକାର ଶର୍ଟ ସେଲର କମ୍ପାନୀ ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ଆଦାନୀ ଗ୍ରୁପ୍‌ ବିରୋଧରେ ଜାଲିଆତ ଅଭିଯୋଗ ଆଣିବା ପରେ ଏହାର ତଦନ୍ତ ଦାବିରେ ସୋମବାର ବିରୋଧୀ ଦଳ ପାର୍ଲାମେଣ୍ଟ ଅଚଳ କରିଥିବାବେଳେ କଂଗ୍ରେସ ପକ୍ଷରୁ ଦେଶବ୍ୟାପୀ ଏସ୍‌ବିଆଇ ଏବଂ ଏଲ୍‌ଆଇସି କାର୍ଯ୍ୟାଳୟ ବାହାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କ ତତ୍ତ୍ୱାବଧାନରେ କିମ୍ବା ଯୁଗ୍ମ ସଂସଦୀୟ କମିଟି ଦ୍ୱାରା ତଦନ୍ତ କରାଇବାକୁ ବିରୋଧୀ ଦଳ ଦାବି କରିଛି। ବିଭିନ୍ନ ସହରର ଏଲ୍‌ଆଇସି କାର୍ଯ୍ୟାଳୟ ଏବଂ ଷ୍ଟେଟ୍‌ ବ୍ୟାଙ୍କ ଶାଖା ସମ୍ମୁଖରେ କଂଗ୍ରେସ ସଦସ୍ୟମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ତାଙ୍କ ସରକାରଙ୍କ ବିରୋଧରେ ସ୍ଲୋଗାନ ଦେଇଥିଲେ। କେତେକ ସ୍ଥାନରେ ବିକ୍ଷୋଭ ବେଳେ ପୋଲିସ ସହ କଂଗ୍ରେସ କର୍ମୀଙ୍କ ଧସ୍ତାଧସ୍ତି ହୋଇଥିଲା। ବିକ୍ଷୋଭକାରୀମାନେ ପ୍ଲାକାର୍ଡ ଧରି କେତେକ ସ୍ଥାନରେ ବ୍ୟାରିକେଡ୍‌ ଉପରେ ଚଢ଼ୁଥିବାର ଭିଡିଓ ଅନ୍‌ଲାଇନରେ ଦେଖିବାକୁ ମିଳିଛି। ସରକାର ଗୌତମ ଆଦାନୀଙ୍କୁ ସୁରକ୍ଷା ଦେଉଥିବା ବିରୋଧୀ ଅଭିଯୋଗ କରିଛନ୍ତି।
ସୋମବାର ସକାଳେ ପାର୍ଲାମେଣ୍ଟ ଭବନ ପରିସରରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଆଗରେ ୧୭ଟି ବିରୋଧୀ ଦଳର ନେତାମାନେ ସରକାର ବିରୋଧୀ ସ୍ଲୋଗାନ ଦେବା ସହ ଆଦାନୀ ପ୍ରସଙ୍ଗରେ ଉଭୟ ଗୃହରେ ଆଲୋଚନା ଦାବି କରିଥିଲେ। ନରେନ୍ଦ୍ର ମୋଦି ସରକାର ଦେଶର ସମସ୍ତ ସରକାରୀ ସମ୍ପତ୍ତିକୁ ବିକି ଦେଉଥିବା ଏବଂ ଅଳ୍ପ କେତେଜଣ ଶିଳ୍ପପତିଙ୍କୁ ସୁବିଧା ଦେଉଥିବା ବିରୋଧୀ ଅଭିଯୋଗ କରିଥିଲେ। ଆଦାନୀ ଗ୍ରୁପ୍‌ରେ ଏଲ୍‌ଆଇସି ୨୬,୫୦୦ କୋଟି ଏବଂ ବ୍ୟାଙ୍କଗୁଡ଼ିକ ୮୦ ହଜାର କୋଟି ଟଙ୍କା ନିବେଶ କରିଥିଲେ। ଏହା ଜନସାଧାରଣଙ୍କ କଷ୍ଟଲବ୍ଧ ଅର୍ଥ। ଆଦାନୀ ଗ୍ରୁପ୍‌ର ଷ୍ଟକ୍‌ ହ୍ରାସ ପାଉଥିବାବେଳେ ସେମାନଙ୍କ ଅର୍ଥରାଶିର ଭବିଷ୍ୟତ କ’ଣ ହେବ ବୋଲି କଂଗ୍ରେସ ଆଶଙ୍କା ବ୍ୟକ୍ତ କରିଛି। ଆଦାନୀ ଗ୍ରୁପ୍‌ର ବଜାର ମୂଲ୍ୟ ପାଖାପାଖି ୧୦୩ ବିଲିୟନ ଡଲାର (ପ୍ରାୟ ୮.୫ ଲକ୍ଷ କୋଟି ଟଙ୍କା) ହ୍ରାସ ପାଇଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri