ଅଦାନୀ ଗ୍ରୁପର ବଡ ନିଷ୍ପତ୍ତି, ୨୦ହଜାର କୋଟିର ଏଫପିଓ ରଦ୍ଦ, ଫେରିବ ନିବେଶକଙ୍କ ଅର୍ଥ

ନୂଆଦିଲ୍ଲୀ,୨ ।୨: ଅଦାନୀ ଗ୍ରୁପ ତା’ର ଏଫପିଓ ରଦ୍ଦ କରି ଦେଇଛି । ଅଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡର ଚେୟାରମ୍ୟାନ ଗୌତମ ଅଦାନୀ କହିଛନ୍ତି, ମାର୍କେଟରେ ଉତ୍ଥାନ ପତନକୁ ଦେଖି କମ୍ପାନୀର ବୋର୍ଡ ଏଫପିଓକୁ ରଦ୍ଦ କରିବାକୁ ନିଷ୍ପତ୍ତି ନେଇଛି । ସେ କହିଛନ୍ତି ଶେୟାର ବଜାରରେ ହଲଚଲ ଓ ମାର୍ଗେଟରେ ଅସ୍ଥିର ସ୍ଥିତିକୁ ଦେଖି ଏଭଳି ସ୍ଥିତିରେ କମ୍ପାନୀର ଉଦ୍ଦେଶ୍ୟ ନିଜ ନିବେଶକଙ୍କ ହିତକୁ ରକ୍ଷା କରିବା । ସେଥିପାଇଁ ଆମେ ଏଫପିଓରେ ମିଳିଥିବା ଅର୍ଥକୁ ଫେରାଇବାକୁ ଯାଉଛୁ ଓ ଏହାସହ ଜଡିତ କାରବାରକୁ ଶେଷ କରିବାକୁ ଚାହୁଁଛୁ ।
ସୂଚନାଯୋଗ୍ୟ, ଏଫପିଓ ବା ଫଲୋ ଅନ ପବ୍ଲିକ ଅଫର ହେଉଛି କୌଣସି କମ୍ପାନୀ ପାଇଁ ଅର୍ଥ ଯୋଗାଡ କରିବାର ଏକ ମାଧ୍ୟମ । ଯେଉଁ କମ୍ପାନୀ ପୂର୍ବରୁ ଶେୟାର ମାର୍କେଟରେ ଲିଷ୍ଟେଡ ରହିଛି । ଏହା ଇନଭେଷ୍ଟର୍ସଙ୍କ ପାଇଁ ନୂଆ ଶେୟାର ଅଫର କରିଥାଏ, ଏହି ଶେୟାର ବଜାରରେ ଥିବା ଶେୟାରଠାରୁ ଅଲଗା ।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri