ଆଦାନୀ ଧନୀ ଏନ୍‌ଆର୍‌ଆଇ

ନୂଆଦିଲ୍ଲୀ,୨୪ା୯: ବିଶ୍ୱର ତୃତୀୟ ସର୍ବାଧିକ ଧନୀ ଶିଳ୍ପପତି ଗୌତମ ଆଦାନୀଙ୍କ ବଡ଼ଭାଇ ବିନୋଦ ଶାନ୍ତିଲାଲ୍‌ ଆଦାନୀ ସବୁଠୁ ଧନୀ ପ୍ରବାସୀ ଭାରତୀୟ (ଏନ୍‌ଆର୍‌ଆଇ) ପରିଚୟ ହାସଲ କରିଛନ୍ତି। ଦୁବାଇରେ ରହୁଥିବା ବିନୋଦଙ୍କର ସିଙ୍ଗାପୁର, ଦୁବାଇ ଓ ଜାକର୍ତ୍ତାରେ ବ୍ୟବସାୟ ରହିଛି। ଗତ ୫ ବର୍ଷ ମଧ୍ୟରେ ତାଙ୍କ ସମ୍ପତ୍ତି ୮୫୦ ପ୍ରତିଶତ ବଢ଼ିଥିବା ଆଇଆଇଏଫ୍‌ଏଲ୍‌ ଓ୍ବେଲ୍‌ଥ ହୁରୁନ୍‌ ଇଣ୍ଡିଆ ରିଚ୍‌ ଲିଷ୍ଟ ୨୦୨୨ରୁ ଜଣାପଡ଼ିଛି। ମୋଟ ୧.୬୯ ଲକ୍ଷ କୋଟି ଟଙ୍କାର ସମ୍ପତ୍ତି ସହ ବିନୋଦ ଭାରତର ଷଷ୍ଠ ଧନୀ ବ୍ୟକ୍ତି। ୧.୬୫ ଲକ୍ଷ କୋଟି ଟଙ୍କାର ସମ୍ପତ୍ତି ସହ ହିନ୍ଦୁଜା ଭ୍ରାତା ଦ୍ୱିତୀୟ ଧନୀ ଏନ୍‌ଆରଆଇ। ଚଳିତ ବର୍ଷ ଧନୀ ଭାରତୀୟଙ୍କ ତାଲିକାରେ ୯୪ ଏନ୍‌ଆର୍‌ଆଇ ସ୍ଥାନ ପାଇଛନ୍ତି। ସେମାନଙ୍କ ମଧ୍ୟରୁ ୪୮ ଜଣ ଆମେରିକାରେ ରହୁଛନ୍ତି। ବିନୋଦ ଆଦାନୀ ୧୯୭୬ରେ ମୁମ୍ବାଇରେ ଟେକ୍ସଟାଇଲ ବ୍ୟବସାୟ ଆରମ୍ଭ କରିଥିଲେ। ପରେ ସେ ସିଙ୍ଗାପୁରକୁ ବ୍ୟବସାୟ ସମ୍ପ୍ରସାରଣ କରିଥିଲେ ଏବଂ ୧୯୯୪ରେ ଦୁବାଇ ଯାଇ ମଧ୍ୟପ୍ରାଚ୍ୟରେ ବ୍ୟବସାୟ ପ୍ରତିଷ୍ଠାନ ଖୋଲିଥିଲେ। ଗତବର୍ଷ ସେ ତାଙ୍କ ସମ୍ପତ୍ତିରେ ୩୭,୪୦୦ କୋଟି ଟଙ୍କା ଯୋଡ଼ିଛନ୍ତି, ଅର୍ଥାତ୍‌ ଗତବର୍ଷ ତାଙ୍କର ଦୈନିକ ରୋଜଗାର ହାରାହାରି ୧୦୨ କୋଟି ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri