Posted inଜାତୀୟ

ଆଦାନୀ ପ୍ରସଙ୍ଗ: ସଂସଦରେ ଅଚଳାବସ୍ଥା ଜାରି

ନୂଆଦିଲ୍ଲୀ,୯ା୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଲୋକ ସଭାରେ ଆଦାନୀ ଗ୍ରୁପ୍‌ର ଜାଲିଆତି ପ୍ରସଙ୍ଗ ଉଠାଇ କେନ୍ଦ୍ରକୁ ଟାର୍ଗେଟ କରିବାର ଦିନକ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ବକ୍ତବ୍ୟ ରଖିଛନ୍ତି। ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ବେଳେ ପ୍ରଧାନମନ୍ତ୍ରୀ କହିଛନ୍ତି, ସଂଯୁକ୍ତ ପ୍ରଗତିଶୀଳ ମେଣ୍ଟ (ଉପା) ସରକାରଙ୍କ ୧୦ ବର୍ଷ ଶାସନ କାଳରେ ସେମାନେ ଦେଶକୁ ଶୁଷ୍କ କରିଦେଇଥିଲେ। ୨୦୦୪ରୁ ୨୦୧୪ ଦୁର୍ନୀତି ଓ ହିଂସାର ଦଶନ୍ଧି ଥିଲା। କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଦେଶ ଆତଙ୍କବାଦରେ ବୁଡ଼ିଥିଲା। ସେହି ୧୦ ବର୍ଷ ଭିତରେ ବିଶ୍ୱ ମଞ୍ଚରେ ଭାରତର ଛବି ମଳିନ ହୋଇଯାଇଥିଲା। ଭାରତ କଥା କେହି ଶୁଣୁ ନ ଥିଲେ।

ଉପା ସରକାର ପ୍ରତ୍ୟେକ ସୁଯୋଗକୁ ସଙ୍କଟରେ ପରିଣତ କରୁଥିଲେ। ବର୍ତ୍ତମାନ ବିରୋଧୀ ଦଳଗୁଡ଼ିକ ଦେଶର ପ୍ରଗତି ଦେଖି ସହିପାରୁ ନାହାନ୍ତି ବୋଲି ପ୍ରଧାନମନ୍ତ୍ରୀ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ବିରୋଧୀ ଦଳଗୁଡ଼ିକୁ ଲୋକେ ଏକାଠି କରିପାରିଲେ ନାହିଁ। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସେମାନଙ୍କ ବିରୋଧରେ ଦୁର୍ନୀତି ମାମଲାରେ ତଦନ୍ତ କରୁଥିବାବେଳେ ବିରୋଧୀ ଗୋଟିଏ ମଞ୍ଚରେ ଏକଜୁଟ ହୋଇଛନ୍ତି। ଏଥିପାଇଁ ସେମାନେ ଇଡିକୁ ଧନ୍ୟବାଦ ଦେବା ଉଚିତ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ଅନ୍ୟପକ୍ଷେ ଆଦାନୀ ଗ୍ରୁପ୍‌ ବିରୋଧରେ ଆମେରିକୀୟ ଶର୍ଟ ସେଲର ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ପକ୍ଷରୁ ଅଣାଯାଇଥିବା ଅଭିଯୋଗ ଉପରେ ଯୁଗ୍ମ ସଂସଦୀୟ କମିଟି (ଜେପିସି) କିମ୍ବା ସୁପ୍ରିମକୋର୍ଟ ତତ୍ତ୍ୱାବଧାନରେ ତଦନ୍ତ କରାଯିବା ଦାବିରେ କଂଗ୍ରେସ ସମେତ ବିରୋଧୀ ଦଳଗୁଡ଼ିକ ଅଡ଼ିବସିଛନ୍ତି। ସରକାର ବିତର୍କ କରାଇବା ପରିବର୍ତ୍ତେ ପଳାୟନ ପନ୍ଥା ଆପଣାଇଥିବା କଂଗ୍ରେସ ଏମ୍‌ପି କେ.ସି. ବେଣୁଗୋପାଳ ସମାଲୋଚନା କରିଛନ୍ତି। ପ୍ରକାଶ ଯେ, ମୋଦି ସରକାର ୨୦୧୪ରେ କ୍ଷମତାକୁ ଆସିବା ପରଠାରୁ କେନ୍ଦ୍ରରେ ଆଦାନୀ ଗ୍ରୁପ୍‌କୁ ଅନୁଗ୍ରହ ଓ ଅନୁକମ୍ପାରେ ପୋତି ଆସିଛନ୍ତି। ଏଥିପାଇଁ ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀ ଭାଜପାକୁ କେତେ ଟଙ୍କା ଦେଇଛି ବୋଲି ମଙ୍ଗଳବାର ଲୋକ ସଭାରେ ଓ୍ବାୟନାଡ୍‌ ଏମ୍‌ପି ରାହୁଲ ଗାନ୍ଧୀ ପ୍ରଶ୍ନ କରିଥିଲେ। ଏଥିପାଇଁ ରାହୁଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବା ଉଚିତ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?