Posted inଜାତୀୟ

ରାହୁଲଙ୍କ ସଦସ୍ୟତା ରଦ୍ଦ ସହିତ ଆଦାନୀ ପ୍ରସଙ୍ଗର କିଛି ସମ୍ପର୍କ ନାହିଁ: ରବିଶଙ୍କର…

ନୂଆଦିଲ୍ଲୀ,୨୫।୩ : ବରିଷ୍ଠ ଭାଜପା ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରବି ଶଙ୍କର ପ୍ରସାଦ ଶନିବାର ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି ଯେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ କରାଯାଇଛି କାରଣ ସେ ଆଦାନୀ ପ୍ରସଙ୍ଗରେ ବିଭିନ୍ନ ପ୍ରଶ୍ନ କରୁଥିଲେ। ତାଙ୍କର ପ୍ରଶ୍ନରେ ଭୟଭୀତ ହୋଇ ଭାଜପା ସରକାରଙ୍କ ନିର୍ଦ୍ଦେଶରେ ଏଭଳି କରାଯାଇଥିବା ଅଭିଯୋଗରେ କୌଣସି ସତ୍ୟତା ନାହିଁ ବୋଲି ରବିଶଙ୍କର କହିଛନ୍ତି।

ରାହୁଲ ଗାନ୍ଧୀ ଦିଲ୍ଲୀରେ ଏକ ଗଣମାଧ୍ୟମ ସମ୍ମିଳନୀକୁ ସମ୍ବୋଧିତ କରିବାର କିଛି ସମୟ ପରେ ରବିଶଙ୍କର ଏହି ଅଭିଯୋଗ କରିଛନ୍ତି। ଗୁଜରାଟ କୋର୍ଟ ସ୍ବାରା ଦୋଷୀ ସାବ୍ୟସ୍ତ ହେବା ପରେ କଂଗ୍ରେସ ଷ୍ଟେ ଅର୍ଡର ଆଣିବାକୁ ଚାହୁଁ ନାହିଁ। କାରଣ ଏକମାସ ପରେ ହେବାକୁ ଥିବା କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ଏହାକୁ ମୁଖ୍ୟ ପ୍ରସଙ୍ଗ କରିବାର ଯୋଜନା କରିଛି।

ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ବିବୃତ୍ତି ନିଶ୍ଚିତ କରୁଛି ଯେ କର୍ନାଟକ ନିର୍ବାଚନକୁ ଦୃଷ୍ଟିରେ ରଖି କଂଗ୍ରେସ ଏହାର ପ୍ରସିଦ୍ଧ ଆଇନ ବିଶେଷଜ୍ଞଙ୍କ ମତାମତ ଏାକ୍ଷେତ୍ରରେ ନେଇ ନାହିଁ। ପୱନ ଖେରାଙ୍କ କ୍ଷେତ୍ରରେ ଦେଖାଯାଇଥିବା ତତ୍ପରତାରୁ ଏହା ବୁଝି ହେଉଛି।

ଆମେ ଆଦାନୀଙ୍କ ବିଷୟରେ ସୂଚନା ଦେବାକୁ ଏଠାକୁ ଆସିନାହୁଁ। କିନ୍ତୁ, ରାହୁଲ ତାଙ୍କର ଅଯୋଗ୍ୟତାକୁ ଆଦାନୀଙ୍କ ସହ ଯୋଡି ଲୋକଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରୁଛନ୍ତି। ୨୦୧୯ରେ ଅପମାନ ଜନକ ମନ୍ତବ୍ୟ ସହ ଜଡିତ ଏକ ମାମଲାରେ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି।

ୟୁପିଏ କେନ୍ଦ୍ରରେ କ୍ଷମତାରେ ଥିବାବେଳେ କଂଗ୍ରେସ ଶାସିତ ରାଜ୍ୟ ରାଜସ୍ଥାନରେ ଆଦାନୀ ଗୋଷ୍ଠୀ ବ୍ୟବସାୟ କରି ଚୁକ୍ତିନାମା କରିଥିଲା। ଏବେ କଂଗ୍ରେସ ଆଦାନୀ ପ୍ରସଙ୍ଗରେ ବିରୋଧ କାହିଁକି କରୁଛି ବୋଲି ସେ ଅଭିଯୋଗ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri