Posted inଜାତୀୟ

ଆଦାନୀ, ମୋଦିଙ୍କ ସମ୍ପର୍କର ତଦନ୍ତ ହେଉ

ନୂଆଦିଲ୍ଲୀ,୧୬ା୩: ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀଙ୍କ ଆଦାନୀ ଗ୍ରୁପ୍‌ ଉପରେ ଆମେରିକୀୟ ଶର୍ଟସେଲର ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ପକ୍ଷରୁ ପ୍ରଘଟ ରିପୋର୍ଟକୁ ନେଇ ଭାରତୀୟ ରାଜନୀତି ଦିନକୁ ଦିନ ଚଳଚଞ୍ଚଳ ହେବାରେ ଲାଗିଛି। ଆଦାନୀଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କି ସମ୍ପର୍କ ରହିଛି, ତା’ର ତଦନ୍ତ ଦାବିରେ ବୁଧବାର ବିରୋଧୀ ଦଳ ନେତାମାନେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଫିସକୁ ବିକ୍ଷୋଭ ଶୋଭାଯାତ୍ରା କରି ଯାଉଥିବାବେଳେ ଦିଲ୍ଲୀ ପୋଲିସ ସେମାନଙ୍କୁ ବାଟରେ ଅଟକାଇଛି। ଏହାକୁ ନେଇ ଦିଲ୍ଲୀରେ ରାଜନୈତିକ ପାଣିପାଗରେ ଉଷ୍ମତା ବଢ଼ିଯାଇଛି।

ସମେତ ୧୮ ବିରୋଧୀ ଦଳର ନେତାମାନେ ଅପରାହ୍ନରେ ପାର୍ଲାମେଣ୍ଟରୁ ଇଡି ମୁଖ୍ୟାଳୟ ଅଭିମୁଖେ ବାହାରିଥିଲେ। ଆଦାନୀ-ହିଣ୍ଡେନ୍‌ବର୍ଗ ପ୍ରସଙ୍ଗରେ ତଦନ୍ତ ଏବଂ ଶାସକ ଭାଜପା ନିଜ ରାଜନୈତିକ ସ୍ବାର୍ଥ ପାଇଁ କେନ୍ଦ୍ରୀୟ ଏଜେନ୍ସିଗୁଡ଼ିକର ଦୁରୁପଯୋଗ ବନ୍ଦ କରିବା ସକାଶେ ଚାପ ସୃଷ୍ଟି କରିବାକୁ ସେମାନେ ଆଗେଇ ଚାଲିଥିଲେ। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରିଥିଲା। ସେମାନଙ୍କୁ ରୋକିବା ପାଇଁ ବିଭିନ୍ନ ସ୍ଥାନରେ ବ୍ୟାରିକେଡିଂ କରି ବହୁ ସଂଖ୍ୟକ ପୋଲିସ କର୍ମଚାରୀଙ୍କୁ ମୁତୟନ କରାଯାଇଥିଲା। ଅବରୋଧ ଯୋଗୁ ବିରୋଧୀ ନେତାମାନେ ସେଠାରୁ ପାର୍ଲାମେଣ୍ଟକୁ ଫେରିଯାଇଥିଲେ। ଏନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି, ଇଡି ଅଧିକାରୀଙ୍କ ସହ ସାକ୍ଷାତ୍‌ କରିବାକୁ ୨୦୦ ଏମ୍‌ପି ଯାଉଥିବାବେଳେ ବାଟରେ ୨୦୦୦ ପୋଲିସ କର୍ମଚାରୀ ଅଟକାଇବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ।

ସେମାନେ ଆମ ସ୍ବରକୁ ଚପାଇ ଗଣତନ୍ତ୍ର ଉପରେ ଭାଷଣ ଦେବାକୁ ଚାହୁଁଛନ୍ତି। କେହି ଏହି ବିଷୟରେ ବିତର୍କ କିମ୍ବା ଆଲୋଚନାଚକ୍ରରେ କହିଲେ ସେମାନେ ତାଙ୍କୁ ଦେଶବିରୋଧୀ ଆଖ୍ୟା ଦେଉଛନ୍ତି ବୋଲି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଲଣ୍ଡନ ମନ୍ତବ୍ୟର ଅବତାରଣା କରି ଖାର୍ଗେ କହିଥିଲେ। ତେବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏବଂ ଶରଦ ପାଓ୍ବାରଙ୍କ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ଏହି ବିକ୍ଷୋଭ ଶୋଭାଯାତ୍ରାରେ ସାମିଲ ହୋଇନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri