Posted inଜାତୀୟ

ଆଦାନୀ, ମୋଦିଙ୍କ ସମ୍ପର୍କର ତଦନ୍ତ ହେଉ

ନୂଆଦିଲ୍ଲୀ,୧୬ା୩: ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀଙ୍କ ଆଦାନୀ ଗ୍ରୁପ୍‌ ଉପରେ ଆମେରିକୀୟ ଶର୍ଟସେଲର ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ପକ୍ଷରୁ ପ୍ରଘଟ ରିପୋର୍ଟକୁ ନେଇ ଭାରତୀୟ ରାଜନୀତି ଦିନକୁ ଦିନ ଚଳଚଞ୍ଚଳ ହେବାରେ ଲାଗିଛି। ଆଦାନୀଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କି ସମ୍ପର୍କ ରହିଛି, ତା’ର ତଦନ୍ତ ଦାବିରେ ବୁଧବାର ବିରୋଧୀ ଦଳ ନେତାମାନେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଫିସକୁ ବିକ୍ଷୋଭ ଶୋଭାଯାତ୍ରା କରି ଯାଉଥିବାବେଳେ ଦିଲ୍ଲୀ ପୋଲିସ ସେମାନଙ୍କୁ ବାଟରେ ଅଟକାଇଛି। ଏହାକୁ ନେଇ ଦିଲ୍ଲୀରେ ରାଜନୈତିକ ପାଣିପାଗରେ ଉଷ୍ମତା ବଢ଼ିଯାଇଛି।

ସମେତ ୧୮ ବିରୋଧୀ ଦଳର ନେତାମାନେ ଅପରାହ୍ନରେ ପାର୍ଲାମେଣ୍ଟରୁ ଇଡି ମୁଖ୍ୟାଳୟ ଅଭିମୁଖେ ବାହାରିଥିଲେ। ଆଦାନୀ-ହିଣ୍ଡେନ୍‌ବର୍ଗ ପ୍ରସଙ୍ଗରେ ତଦନ୍ତ ଏବଂ ଶାସକ ଭାଜପା ନିଜ ରାଜନୈତିକ ସ୍ବାର୍ଥ ପାଇଁ କେନ୍ଦ୍ରୀୟ ଏଜେନ୍ସିଗୁଡ଼ିକର ଦୁରୁପଯୋଗ ବନ୍ଦ କରିବା ସକାଶେ ଚାପ ସୃଷ୍ଟି କରିବାକୁ ସେମାନେ ଆଗେଇ ଚାଲିଥିଲେ। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରିଥିଲା। ସେମାନଙ୍କୁ ରୋକିବା ପାଇଁ ବିଭିନ୍ନ ସ୍ଥାନରେ ବ୍ୟାରିକେଡିଂ କରି ବହୁ ସଂଖ୍ୟକ ପୋଲିସ କର୍ମଚାରୀଙ୍କୁ ମୁତୟନ କରାଯାଇଥିଲା। ଅବରୋଧ ଯୋଗୁ ବିରୋଧୀ ନେତାମାନେ ସେଠାରୁ ପାର୍ଲାମେଣ୍ଟକୁ ଫେରିଯାଇଥିଲେ। ଏନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି, ଇଡି ଅଧିକାରୀଙ୍କ ସହ ସାକ୍ଷାତ୍‌ କରିବାକୁ ୨୦୦ ଏମ୍‌ପି ଯାଉଥିବାବେଳେ ବାଟରେ ୨୦୦୦ ପୋଲିସ କର୍ମଚାରୀ ଅଟକାଇବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ।

ସେମାନେ ଆମ ସ୍ବରକୁ ଚପାଇ ଗଣତନ୍ତ୍ର ଉପରେ ଭାଷଣ ଦେବାକୁ ଚାହୁଁଛନ୍ତି। କେହି ଏହି ବିଷୟରେ ବିତର୍କ କିମ୍ବା ଆଲୋଚନାଚକ୍ରରେ କହିଲେ ସେମାନେ ତାଙ୍କୁ ଦେଶବିରୋଧୀ ଆଖ୍ୟା ଦେଉଛନ୍ତି ବୋଲି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଲଣ୍ଡନ ମନ୍ତବ୍ୟର ଅବତାରଣା କରି ଖାର୍ଗେ କହିଥିଲେ। ତେବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏବଂ ଶରଦ ପାଓ୍ବାରଙ୍କ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ଏହି ବିକ୍ଷୋଭ ଶୋଭାଯାତ୍ରାରେ ସାମିଲ ହୋଇନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri