Posted inଜାତୀୟ

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ ବିଡ୍‌ ଦାଖଲ କରିବାକୁ ଯାଉଛି। ସେହି ଏୟାରପୋର୍ଟ ମଧ୍ୟରେ ଅମୃତସର ଏବଂ ବାରାଣସୀ ରହିିଛି। ସମ୍ପ୍ରତି ଆଦାନୀ ଏଣ୍ଟରପ୍ରାଇଜେସ୍‌ ୭ଟି ବିମାନବନ୍ଦର ପରିଚାଳନା କରୁଥିବାବେଳେ ମୁମ୍ୱାଇ ନିକଟରେ ଅନ୍ୟ ଏକ ଏୟାରପୋର୍ଟ ନିର୍ମାଣ କରୁଛି। ଆଗାମୀ ୫ ବର୍ଷରେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ ବିଲିୟନ ଡଲାର ବିନିଯୋଗରେ ଏୟାରପୋର୍ଟ ଭିତ୍ତିଭୂମିଗୁଡ଼ିକର ସମ୍ପ୍ରସାରଣ କରିବ। ସର୍ୱାଧିକ ବିମାନବନ୍ଦର ସହ ଗୌତମ ଆଦାନୀଙ୍କ କମ୍ପାନୀ ଭାରତର ସବୁଠୁ ବଡ଼ ଅପରେଟର ହେବାକୁ ଯାଉଛି। ତେବେ କମ୍ପାନୀ ଏୟାରଲାଇନ୍ସ କରିବା ଯୋଜନାରେ ନାହିଁ। ଆମେ ସମସ୍ତ ୧୧ ଏୟାରପୋର୍ଟ ପାଇଁ ବିଡ୍‌ ଦାଖଲ କରିବୁ ବୋଲି ଆଦାନୀ ଏୟାରପୋର୍ଟ ହୋଲ୍ଡିଂସ୍‌ ଲିଃର ନିର୍ଦ୍ଦେଶକ ଜିତ୍‌ ଆଦାନୀ କହିଛନ୍ତି। ବିମାନ ଚଳାଚଳ କ୍ଷେତ୍ରରେ ଜିଏମ୍‌ଆର୍‌ ଗ୍ରୁପ୍‌ ଏବେ ସର୍ୱବୃହତ୍‌ ଅପରେଟର ରହିଛି। ବର୍ତ୍ତମାନ ଦେଶରେ ୧୬୩ଟି ବିମାନବନ୍ଦର ଥିବାବେଳେ ୨୦୪୭ ସୁଦ୍ଧା ଏହାକୁ ୩୫୦ରୁ ୪୦୦ରେ ପହଞ୍ଚାଇବା ପାଇଁ ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର! ଏଣିକି ଚାଟ୍‌ ପାଇଁ ଦେବାକୁ ପଡ଼ିବନି ମୋବାଇଲ୍ ନମ୍ବର

ନୂଆଦିଲ୍ଲୀ,୩୦।୬: ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ଏକ ବହୁତ ବଡ଼ ଖବର ସାମ୍ନାକୁ ଆସିଛି! ଏଣିକି କାହା ସହିତ ଚାଟ୍‌ କରିବା ପାଇଁ ଆପଣଙ୍କୁ ନିଜର ବ୍ୟକ୍ତିଗତ ମୋବାଇଲ୍…

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri