ଆଦାନୀ ହାତକୁ ଯିବ ଆଉ ୩ ବିମାନବନ୍ଦର

ବେଙ୍ଗାଲୁରୁ: ଜୁଲାଇ ମଧ୍ୟଭାଗ ସୁଦ୍ଧା ଆଦାନୀ ଗ୍ରୁପ୍‌ ହାତକୁ ଦେଶର ଆଉ ୩ ବିମାନବନ୍ଦର ଯିବ। ଏହା ମଧ୍ୟରେ ଜୟପୁର, ଗୁଆହାଟୀ ଏବଂ ଥିରୁଭାନନ୍ତପୁରମ ବିମାନ ବନ୍ଦର ସାମିଲ ରହିଛି। ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ(ଏଏଆଇ) ଆଦାନୀ ଏୟାରପୋର୍ଟ ଲିମିଟେଡ୍‌ ମଧ୍ୟରେ ମଙ୍ଗଳବାର ୩ କନ୍‌ସେସନ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ବିମାନବନ୍ଦରଗୁଡିକର ଆଗାମୀ ୫୦ ବର୍ଷ ଲାଗି ଅପରେଶନ, ପରିଚାଳନା ଏବଂ ଉନ୍ନତୀକରଣ କାର୍ଯ୍ୟ ଆଦାନୀ କରିବ ବୋଲି ଜଣାପଡିଛି। ଦେଶର ୬ ବିମାନ ବନ୍ଦର ପରିଚାଳନା ଲାଗି ଏହା ବିଡ୍‌ ହାସଲ କରିଛି। ମାଙ୍ଗାଲୋର, ଲକ୍ଷ୍ନୌ ଏବଂ ଅହମ୍ମଦାବାଦ ବିମାନବନ୍ଦରକୁ କମ୍ପାନୀ ଏବେ ସୁଦ୍ଧା ଅଧିଗ୍ରହଣ କରିଛି। ଏଏଆଇ ପକ୍ଷରୁ ମଙ୍ଗଳବାର ଟୁଇଟ ଯୋଗେ ନୂଆ ଯୋଜନା ସମ୍ପର୍କରେ ସୂଚନା ଦିଆଯାଇଛି। ସରକାରୀ ଏବଂ ଘରୋଇ ସହଭାଗିତା(ପିପିପି) ମୋଡ୍‌ରେ ଆଉ ୬ ବିମାନବନ୍ଦର ପ୍ରଦାନ କରିବା ଲାଗି ସରକାର ଯୋଜନା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆବୁଧାବି ନିବେଶକ ସମ୍ମିଳନୀରେ ରୁଚି

କଟକ,୧୧ା୯(କାର୍ତ୍ତିକ ସାହୁ): ୟୁନାଇଟେଡ୍‌ ଆରବ ଏମିରେଟ୍ସର ଆବୁଧାବି ଓ ଦୁବାଇ ଠାରେ ଆରମ୍ଭ ହୋଇଛି ଓଡ଼ିଶା ନିବେଶକ ସମ୍ମିଳନୀ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପମନ୍ତ୍ରୀ…

ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୧୧।୯(ପି.ଟି.): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (ବ୍ରେଣ୍ଟ କ୍ରୁଡ୍‌) ଦର ବୃଦ୍ଧି ଏବଂ ବୈଦେଶିକ ପୁଞ୍ଜି ପ୍ରତ୍ୟାହାର ଯୋଗୁ ଭାରତୀୟ ମୁଦ୍ରା ‘ଟଙ୍କା’ ମୂଲ୍ୟରେ ବଡ଼ ଧରଣର…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଖବର! ୨୦%ରୁ ଅଧିକ ଇଥାନଲ ମିଶିବ ପେଟ୍ରୋଲରେ, ସ୍ପଷ୍ଟ କଲେ…

ଦେଶରେ ପ୍ରଚଳିତ ୨୦% ଇଥାନଲ୍‌ ମିଶ୍ରିତ ପେଟ୍ରୋଲ (ଇ-୨୦) ଯୋଗୁ ଗାଡ଼ି ଯନ୍ତ୍ରାଂଶ ଖରାପ ହେଉଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଉଛି। ଏନେଇ ଦୃଢ଼ ବିରୋଧ…

ଗ୍ରାହକଙ୍କୁ ଆପଲର ବଡ଼ ଝଟକା! ୧୭ ହଜାର ମହଙ୍ଗା ହେଲା iPhone 17, 17e ସହ…

ନୂଆଦିଲ୍ଲୀ, ନିକଟରେ ଆପଲ (Apple) ନିଜର ନୂଆ ଆଇଫୋନ ୧୮ ପ୍ରୋ ସିରିଜ (iPhone 18 Pro Series) ଏବଂ ପ୍ରଥମ ଫୋଲ୍ଡେବଲ ଫୋନ ଆଇଫୋନ ଡୁଓ…

ଲଞ୍ଚ ହେଲା iPhone 18 Pro- Pro Max: ଦାମ୍‌, ଫିଚର ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୯: Apple ନିଜର ସେପ୍ଟେମ୍ବର ଲଞ୍ଚ ଇଭେଣ୍ଟରେ iPhone 18 Pro ଓ iPhone 18 Pro Maxକୁ ବଜାରକୁ ଆଣିଛି। ନୂଆ Pro ମଡେଲର କ୍ୟାମେରା,…

ସକାଳୁ ସକାଳୁ ତେଲ ବଜାରରେ ହଲଚଲ, ପେଟ୍ରୋଲକୁ ନେଇ ଆସିଲା ବଡ଼ ଅପଡେଟ୍‌!

ନୂଆଦିଲ୍ଲୀ,୧୦।୯: ଅନ୍ତର୍ଜାତୀୟ ବଜାରରେ କଚ୍ଚା ତେଲ (ଅଶୋଧିତ ତେଲ)ର ମୂଲ୍ୟ ବର୍ତ୍ତମାନ ବ୍ୟାରେଲ ପିଛା ୧୦୦ ଡଲାର ପାର୍‌ କରିଛି। ଏହାଯୋଗୁଁ ଭାରତୀୟ ତୈଳ ବିପଣନ କମ୍ପାନୀଗୁଡ଼ିକର…

ଏଣିକି ATM ରୁ ଟଙ୍କା ସହ ନୂଆ ଡେବିଟ କାର୍ଡ ବି ମିଳିବ, ଜାଣନ୍ତୁ କେମିତି?

ନୂଆଦିଲ୍‌ଲୀ,୯।୯: ଯେତେବେଳେ କୌଣସି ବ୍ୟକ୍ତି ବ୍ୟାଙ୍କ ଖାତା ଖୋଲନ୍ତି, ତେବେ ତାହାର ୧ ସପ୍ତାହ ପରେ ଘରେ ଏଟିଏମ କାର୍ଡ (ଡେବିଟ କାର୍ଡ) ପହଞ୍ଚିଥାଏ। ତେବେ ନୂତନ…

ଚାକିରିଆ କର୍ମଚାରୀଙ୍କ ପାଇଁ ଜରୁରୀ ଖବର, ଶୀଘ୍ର ଲିଙ୍କ୍‌ କରନ୍ତୁ ଆଧାରକାର୍ଡ ନହେଲେ…

ନୂଆଦିଲ୍ଲୀ,୯।୯: ଚାକିରିଆ କର୍ମଚାରୀ ଏବଂ ଇଏସଆଇସି (ESIC) ହିତାଧିକାରୀଙ୍କ ପାଇଁ ଏକ ଅତ୍ୟନ୍ତ ଜରୁରୀ ସୂଚନା ଆସିଛି। ଏବେ ସମସ୍ତ ଇଏସଆଇସି କାର୍ଡଧାରୀଙ୍କ ପାଇଁ ନିଜ ପରିଚୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri