Posted inଜାତୀୟ

ବିଦେଶ ଯାଉଥିବା ଛାତ୍ରଙ୍କୁ ସାହାଯ୍ୟ କରିବେ ପୁନାୱାଲା

ନୂଆଦିଲ୍ଲୀ,୫ ।୮: ସିରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆର ସିଇଓ ଅଦାର ପୁନାୱାଲା ଗୁରୁବାର କହିଛନ୍ତି ବିଦେଶରେ ପାଠ ପଢିବା ପାଇଁ ଯାଉଥିବା ଛାତ୍ରଙ୍କୁ ସେ ସାହାଯ୍ୟ କରିବେ । ଏଥିପାଇଁ ସେ ୧୦ କୋଟି ଟଙ୍କା ଫଣ୍ଡ ପ୍ରସ୍ତୁତ କରିଛନ୍ତି । ବାସ୍ତବରେ କିଛି ଦେଶ ଏପର୍ଯ୍ୟନ୍ତ କୋଭିସିଲ୍ଡକୁ ବିନା କ୍ୱାରାଣ୍ଟିନରେ ପ୍ରବେଶ ପାଇଁ ଏକ ଗ୍ରହଣୀୟ ଟିକା ଭାବେ ଅନୁମୋଦନ କରି ନାହାନ୍ତି । ତେଣୁ ପୁନାୱାଲା କ୍ୱାରାଣ୍ଟିନରେ ଥିବା ଛାତ୍ରମାନଙ୍କୁ ସାହାଯ୍ୟ କରିବେ । ଟୁଇଟ୍ କରି ସେ କହିଛନ୍ତି, ବିଦେଶ ଯାଉଥିବା ପ୍ରିୟ ଛାତ୍ର, କିଛି ଦେଶ ଏପର୍ଯ୍ୟନ୍ତ କୋଭିସିଲ୍ଡକୁ ବିନା କ୍ୱାରାଣ୍ଟିନରେ ପ୍ରବେଶ ପାଇଁ ଏକ ଗ୍ରହଣୀୟ ଟିକା ଭାବେ ଅନୁମୋଦନ କରି ନାହାନ୍ତି । ହେଲେ ସେଥିପାଇଁ ଆପଣଙ୍କୁ କିଛି ଖର୍ଚ୍ଚ କରିବାକୁ ପଡିବ ନାହିଁ ଏଥଇପାଇଁ ମୁଁ ୧୦ କୋଟି ଟଙ୍କା ଅଲଗା ରଖିଛି । ଏଥିପାଇଁ ସେ ଏକ ଲିଙ୍କ ବି ଶେୟାର କରିଛନ୍ତି ଆବଶ୍ୟକ ପଡିଲେ ଛାତ୍ରମାନେ ସହୟତା ପାଇଁ ଆବେଦନ କରିପାରିବେ । ଏହା ପୂର୍ବରୁ ଜୁଲାଇରେ ପ୍ରବେଶ ପାଇଁ ଏକ ସ୍ୱିକାର ଟିକା ଭାବେ କୋଭିସିଲ୍ଡକୁ ମାନ୍ୟତା ଦେବା ଲାଗି ସେ ୧୬ ୟୁରୋପୀୟ ଦେଶକୁ ଲେଖିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri