ହସ୍ତାନ୍ତର ହୋଇପାରୁନି ଆଦର୍ଶ ବିଦ୍ୟାଳୟ

ଚଣ୍ଡିଖୋଲ,୨୭।୮(ଡି.ଏନ.ଏ.): ବଡ଼ଚଣା ଶିକ୍ଷାମଣ୍ଡଳ ଅଧୀନ ବଡ଼ଚଣାଠାରେ ଆଦର୍ଶ ବିଦ୍ୟାଳୟର ଗୃହ ଓ କ୍ୟାମ୍ପସ ନିର୍ମାଣ କରାଯାଇଛି। ଦୀର୍ଘ ୮ ମାସ ହେଲା ଏହି କାର୍ଯ୍ୟ ଶେଷ ହୋଇଛି। ହେଲେ ଏହା ଅଦ୍ୟାବଧି ଶିକ୍ଷା ବିଭାଗ ଅଧୀନକୁ ଯାଇ ପାରିନାହିଁ। ନିର୍ମାଣ କାର୍ଯ୍ୟ କରୁଥିବା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଶିକ୍ଷା ଅଧିକାରୀଙ୍କୁ ତିନି ତିନିଥର ପତ୍ର ଲେଖିଥିଲେ ମଧ୍ୟ କେଉଁ କାରଣ ପାଇଁ ଶିକ୍ଷା ବିଭାଗ ନିଜ ଅଧୀନକୁ ନେଉନାହିଁ ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି। ସୂଚନା ଥାଉକି, ରାଜ୍ୟ ସରକାର ପ୍ରତ୍ୟକ ବ୍ଲକରେ ଗୋଟିଏ ଲେଖା ଆଦର୍ଶ ବିଦ୍ୟାଳୟ ସ୍ଥାପନା କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେହି ଆଧାରରେ ୨୦୧୭ ଜାନୁୟାରୀରେ ବଡ଼ଚଣା ଆଦର୍ଶ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା। ୫ କୋଟି ଟଙ୍କା ବ୍ୟୟରେ ନିର୍ମାଣାଧୀନ ଏହି ବିଦ୍ୟାଳୟ ଗୃହ, କାର୍ଯ୍ୟାଳୟ ଓ ଛାତ୍ରାବାସ ଇତ୍ୟାଦି ସମସ୍ତ କନଷ୍ଟ୍ରକଶନ କାମ ଏକ ବର୍ଷ ମଧ୍ୟରେ ଶେଷ ହେବ ବୋଲି ଘୋଷଣା କରାଯାଇଥିଲା। ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ଏହାର ନିର୍ମାଣ କାର୍ଯ୍ୟ ଚାଲିଥିବାବେଳେ କାର୍ଯ୍ୟ ଶେଷ ହେବାକୁ ୪ବର୍ଷ ସମୟ ଲାଗିଗଲା। ୨୦୨୦ ଡିସେମ୍ବର ୨୦ରେ କାର୍ଯ୍ୟ ଶେଷ କରାଯାଇ ହସ୍ତାନ୍ତର ପାଇଁ ବ୍ଲକ ଶିକ୍ଷାଧିକାରୀଙ୍କୁ ବିଭାଗ ତରଫରୁ ଚିଠି କରାଯାଇଛି। ଏହା ମଧ୍ୟରେ ୮ମାସ ବିତିଯାଇଥିଲେ ବି ତାହା ହସ୍ତାନ୍ତର ହୋଇପାରିନି।
ଜାରକା ଗ୍ରାମ୍ୟ ଉନ୍ନୟନ ଡିଭିଜନ ନିର୍ବାହୀ ଯନ୍ତ୍ରୀ ଅଗଷ୍ଟ ୭ରେ ପତ୍ର ସଂଖ୍ୟା ୨୬୪୫ରେ ଜିଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି କି, ବାରମ୍ବାର ପତ୍ର ଦେବା ସତ୍ତ୍ୱେ ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ଦାୟିତ୍ୱରେ ଥିବା ବ୍ଲକ ଶିକ୍ଷାଧିକାରୀ ଏ ପର୍ଯ୍ୟନ୍ତ ବିଦ୍ୟାଳୟର ନୂତନ କୋଠାକୁ ଗ୍ରହଣ କରୁନାହାନ୍ତି। ସେ ତାଙ୍କ ପତ୍ରରେ ଦର୍ଶାଇଛନ୍ତି, ଦ୍ୱିତୀୟବାର ୧୭ା୬ା୨୧ରେ ପତ୍ର ସଂଖ୍ୟା ୨୦୮୪ ଓ ୧୩ା୭ା୨୧ରେ ପତ୍ର ସଂଖ୍ୟା ୨୩୨୬ରେ ଅନୁରୋଧ କରାଯାଇଥିଲେ ମଧ୍ୟ ବ୍ଲକ ଶିକ୍ଷାଧିକାରୀ ଆଦର୍ଶ ବିଦ୍ୟାଳୟକୁ ତାଙ୍କ ଅଧୀନକୁ ନେଉନାହାନ୍ତି। ଯଦି ସେ ବିଦ୍ୟାଳୟ କ୍ୟାମ୍ପସକୁ ନ ନିଅନ୍ତି ଏହା ଦୀର୍ଘଦିନ ପଡ଼ି ରହିଲେ ଆମ୍ଭେ ମରାମତି କରିପାରିବୁ ନାହିଁ। ଗତ ମାସ ୩୦ ତାରିଖରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଚଣ୍ଡିଖୋଲ ସବଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ତୁଳସୀ ପାତ୍ର ଏବଂ ବ୍ଲକ ଶିକ୍ଷାଧିକାରୀ ହରିହର ଦଳାଇ ମିଳିତ ଭାବେ କ୍ଷେତ୍ର ପରିଦର୍ଶନ କରିଥିଲେ। ଏଥିନେଇ ଜାରକା ଡିଭିଜନର ନିର୍ବାହୀ ଯନ୍ତ୍ରୀ ଯାଜପୁର ଜିଲାପାଳ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟଯନ୍ତ୍ରୀଙ୍କୁ ଚିଠି ଲେଖି ଏ ଦିଗରେ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି। ଏ ସମ୍ପର୍କରେ ପ୍ରତିକ୍ରିୟା ଲାଗି ବଡ଼ଚଣା ବ୍ଲକ ଶିକ୍ଷାଧିକାରୀ ହରିହର ଦଳାଇଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ କୌଣସି ଉତ୍ତର ଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri