ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଆଦର୍ଶଙ୍କ କହିବାନୁଯାୟୀ, ସୁରକ୍ଷିତ ସ୍ଥାନକୁ ଯିବା ବେଳେ ତାଙ୍କୁ RSF (ରାପିଡ ସପୋର୍ଟ ଫୋର୍ସ)ର ୧୫ରୁ ୨୦ ଜଣ ସଦସ୍ୟ ଅପହରଣ କରି ନେଇଥିଲେ। ଅପହରଣକାରୀମାନେ ତାଙ୍କୁ ବହୁତ ମାଡ଼ ମାରିଥିଲେ। ସେମାନେ ପ୍ରଥମେ ସେ ଭାରତୀୟ ବୋଲି ଜାଣି ନଥିଲେ।

ଅପହରଣ ପରେ ତାଙ୍କୁ ୨ରୁ ୩ ଦିନ ଜଙ୍ଗଲରେ ଓ ପରେ ଏକ ଜେଲରେ ରଖିଥିଲେ। ସେ ବଞ୍ଚିବେ ବୋଲି ଭାବି ନଥିଲେ, କାରଣ ସେଠାରେ ଦିନେ ଖାଇଲେ ଦିନେ ଖାଉ ନଥିଲେ। ତାଙ୍କୁ ଆବୁଧାବିରେ ପହଞ୍ଚିବା ଯାଏଁ ହାତ ବାନ୍ଧି ଓ ଆଖିରେ ପଟି ପକାଇ ରଖିଥିଲେ।

ଅପହରଣକାରୀମାନେ ତାଙ୍କୁ ‘ଶାହରୁଖ ଖାନଙ୍କୁ ଜାଣିଛ କି?’ ବୋଲି ପଚାରୁଥିଲେ। ସେମାନେ ମୋ ସହ ଆଉ ଦୁଇ ଜଣଙ୍କୁ ଅପହରଣ କରି ନେଇଥିଲେ, କିନ୍ତୁ ପରେ ମାଲିକଙ୍କୁ ଛାଡ଼ି ଦେଇଥିଲେ। ତାଙ୍କର ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ପରେ ପରିବାର ଓ ସମ୍ପର୍କୀୟଙ୍କ ମଧ୍ୟରେ ଆଶ୍ୱସ୍ତି ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri