ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ କାର୍ଯ୍ୟ ସରୁନି

ନାଉଗାଁ,୧୨ା୭(ସ୍ବ.ପ୍ର):ନାଉଗାଁ ବ୍ଲକ ତିରୁଣା ପଞ୍ଚାୟତ ଦହିପାଳଠାରେ ସରକାରଙ୍କ ତରଫରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସ୍ଥାପନ କରାଯାଇଛି। ୮ ଫେବୃୟାରୀ ୨୦୨୧ରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଦ୍ୱାରା ଏହି ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା। ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଏବେ ବିଦ୍ୟାଳୟର ନିର୍ମାଣ କାର୍ଯ୍ୟ ଚାଲିଛି। ଠିକାଦାର ଭାବେ ପବିତ୍ର ମୋହନ ନାୟକ କାର୍ଯ୍ୟାଦେଶ ପାଇଛନ୍ତି। ୨୮ ଜୁନ ୨୦୧୯ରୁ ୨୭ ମେ’୨୦୨୦ ମଧ୍ୟରେ ଏହି ନିର୍ମାଣ କାର୍ଯ୍ୟ ସାରିବାକୁ ଚୁକ୍ତିପତ୍ର ହୋଇଥିଲା। ଏହାର ଅଟକଳ ମୂଲ୍ୟ ୨ କୋଟି ୯୮ ଲକ୍ଷ ୮୨ ହଜାର ଟଙ୍କା ରହିଛି। କିନ୍ତୁ ୨୭ ଅକ୍ଟୋବର ୨୦୨୧ରେ ବିଭାଗ ପକ୍ଷରୁ ଉକ୍ତ ଅର୍ଥକୁ ପୁନର୍ବାର ରିଭାଇଜ କରାଯାଇ ୯ କୋଟି ୯୯ ଲକ୍ଷ ୯୧ ହଜାର ଟଙ୍କା ବ୍ୟୟବରାଦ କରିବାକୁ ସ୍ଥିର ହୋଇଛି। ମାତ୍ର ଏପର୍ଯ୍ୟନ୍ତ ବିଦ୍ୟାଳୟ ଗୃହ କାର୍ଯ୍ୟ ଶେଷ ହୋଇପାରି ନାହିଁ। ଏ ବିଷୟରେ ଠିକାଦାର ପବିତ୍ର ମୋହନ କୁହନ୍ତି, ରାସ୍ତା ସୁବିଧା ନ ଥିବରୁ ସାମାଗ୍ରୀ ଆଣିବାରେ ବିଳମ୍ବ ହେଉଛି।
ଚଳିତ ଶିକ୍ଷାବର୍ଷରେ ଏହି ବିଦ୍ୟାଳୟରେ ନାମ ଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ସହ ପରୀକ୍ଷା କରାଯାଇ ଅଦ୍ୟାବଧି ୮୧ ଜଣ ପିଲାଙ୍କ ନାମ ଲେଖାଯାଇଛି। ତେବେ ବିଦ୍ୟାଳୟ ଗୃହ ନିର୍ମାଣ ହୋଇ ନ ଥିବାରୁ ପିଲାମାନେ ନାଉଗଁା ହାଟ ସରକାରୀ ଉଚ୍ଚ ବିଦ୍ୟାଳୟରେ କ୍ଳାସ କରିବାକୁ ବାଧ୍ୟ ହେଉଛନ୍ତି। ଏନେଇ ପିଲାଙ୍କ ପାଠପଢ଼ାରେ ଅସୁବିଧା ହେଉଥିବାବେଳେ ଅଧିକାଂଶ ଅଭିଭାବକ ଅଯଥା ଗାଡି ଭଡା କରି ଖର୍ଚ୍ଚାନ୍ତ ହେଉଛନ୍ତି। ତୁରନ୍ତ ଉକ୍ତ ଆଦର୍ଶ ବିଦ୍ୟାଳୟର ଶ୍ରେଣୀ ଗୃହ ଓ ହଷ୍ଟେଲ କାର୍ଯ୍ୟ ଶେଷ କରିବାକୁ ଅଭିଭାବକମାନେ ଦାବି କରିଛନ୍ତି। ଏ ବିଷୟରେ ବିଭାଗୀୟ ଯନ୍ତ୍ରୀ ରମାକାନ୍ତ ମିଶ୍ର କୁହନ୍ତି, ଠିକାଦାରଙ୍କ ସହ କଥା ହୋଇ ଶୀଘ୍ର କାର୍ଯ୍ୟ ଶେଷ କରିବାକୁ ଚେଷ୍ଟା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri