ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ କାର୍ଯ୍ୟ ସରୁନି

ନାଉଗାଁ,୧୨ା୭(ସ୍ବ.ପ୍ର):ନାଉଗାଁ ବ୍ଲକ ତିରୁଣା ପଞ୍ଚାୟତ ଦହିପାଳଠାରେ ସରକାରଙ୍କ ତରଫରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସ୍ଥାପନ କରାଯାଇଛି। ୮ ଫେବୃୟାରୀ ୨୦୨୧ରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଦ୍ୱାରା ଏହି ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା। ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଏବେ ବିଦ୍ୟାଳୟର ନିର୍ମାଣ କାର୍ଯ୍ୟ ଚାଲିଛି। ଠିକାଦାର ଭାବେ ପବିତ୍ର ମୋହନ ନାୟକ କାର୍ଯ୍ୟାଦେଶ ପାଇଛନ୍ତି। ୨୮ ଜୁନ ୨୦୧୯ରୁ ୨୭ ମେ’୨୦୨୦ ମଧ୍ୟରେ ଏହି ନିର୍ମାଣ କାର୍ଯ୍ୟ ସାରିବାକୁ ଚୁକ୍ତିପତ୍ର ହୋଇଥିଲା। ଏହାର ଅଟକଳ ମୂଲ୍ୟ ୨ କୋଟି ୯୮ ଲକ୍ଷ ୮୨ ହଜାର ଟଙ୍କା ରହିଛି। କିନ୍ତୁ ୨୭ ଅକ୍ଟୋବର ୨୦୨୧ରେ ବିଭାଗ ପକ୍ଷରୁ ଉକ୍ତ ଅର୍ଥକୁ ପୁନର୍ବାର ରିଭାଇଜ କରାଯାଇ ୯ କୋଟି ୯୯ ଲକ୍ଷ ୯୧ ହଜାର ଟଙ୍କା ବ୍ୟୟବରାଦ କରିବାକୁ ସ୍ଥିର ହୋଇଛି। ମାତ୍ର ଏପର୍ଯ୍ୟନ୍ତ ବିଦ୍ୟାଳୟ ଗୃହ କାର୍ଯ୍ୟ ଶେଷ ହୋଇପାରି ନାହିଁ। ଏ ବିଷୟରେ ଠିକାଦାର ପବିତ୍ର ମୋହନ କୁହନ୍ତି, ରାସ୍ତା ସୁବିଧା ନ ଥିବରୁ ସାମାଗ୍ରୀ ଆଣିବାରେ ବିଳମ୍ବ ହେଉଛି।
ଚଳିତ ଶିକ୍ଷାବର୍ଷରେ ଏହି ବିଦ୍ୟାଳୟରେ ନାମ ଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ସହ ପରୀକ୍ଷା କରାଯାଇ ଅଦ୍ୟାବଧି ୮୧ ଜଣ ପିଲାଙ୍କ ନାମ ଲେଖାଯାଇଛି। ତେବେ ବିଦ୍ୟାଳୟ ଗୃହ ନିର୍ମାଣ ହୋଇ ନ ଥିବାରୁ ପିଲାମାନେ ନାଉଗଁା ହାଟ ସରକାରୀ ଉଚ୍ଚ ବିଦ୍ୟାଳୟରେ କ୍ଳାସ କରିବାକୁ ବାଧ୍ୟ ହେଉଛନ୍ତି। ଏନେଇ ପିଲାଙ୍କ ପାଠପଢ଼ାରେ ଅସୁବିଧା ହେଉଥିବାବେଳେ ଅଧିକାଂଶ ଅଭିଭାବକ ଅଯଥା ଗାଡି ଭଡା କରି ଖର୍ଚ୍ଚାନ୍ତ ହେଉଛନ୍ତି। ତୁରନ୍ତ ଉକ୍ତ ଆଦର୍ଶ ବିଦ୍ୟାଳୟର ଶ୍ରେଣୀ ଗୃହ ଓ ହଷ୍ଟେଲ କାର୍ଯ୍ୟ ଶେଷ କରିବାକୁ ଅଭିଭାବକମାନେ ଦାବି କରିଛନ୍ତି। ଏ ବିଷୟରେ ବିଭାଗୀୟ ଯନ୍ତ୍ରୀ ରମାକାନ୍ତ ମିଶ୍ର କୁହନ୍ତି, ଠିକାଦାରଙ୍କ ସହ କଥା ହୋଇ ଶୀଘ୍ର କାର୍ଯ୍ୟ ଶେଷ କରିବାକୁ ଚେଷ୍ଟା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri