Posted inଜାତୀୟ

ପ୍ରଥମେ ଗେହଲୋଟ-ପାଇଲଟଙ୍କୁ ଯୋଡନ୍ତୁ, ରାହୁଲଙ୍କ ଭାରତ ଯୋଡ ଯାତ୍ରାକୁ ନେଇ ଭାଜପାର କଟାକ୍ଷ …

ନୂଆଦିଲ୍ଲୀ, ୨୬।୯ : ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କ ଉତ୍ତରାଧିକାରୀ କିଏ ହେବ ସେ ନେଇ ସୃଷ୍ଟି ହୋଇଥିବା ବିବାଦ ମଧ୍ୟରେ ଭାଜପା ନେତା ତଥା କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ଯାଦବ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ଯାତ୍ରା ଅଭିଯାନକୁ କଟାକ୍ଷ କରିଛନ୍ତି। ଭୁପେନ୍ଦ୍ର ଯାଦବ ରବିବାର ରାତିରେ ରାହୁଲ ଗାନ୍ଧୀ, ଅଶୋକ ଗେହଲୋଟ, ସଚିନ ପାଇଲଟଙ୍କ ଫଟୋ ଶେୟାର କରି ଏକ ମଜାଳିଆ ଢଙ୍ଗରେ ଟୁଇଟ କରିଛନ୍ତି।

ଟୁଇଟରେ କ୍ୟାପଶନ ଦେଇ ସେ ଲେଖିଛନ୍ତି ଯେ ଦୟାକରି ସେମାନଙ୍କୁ ପ୍ରଥମେ ଯୋଡନ୍ତୁ। ଅର୍ଥାତ ଭୁପେନ୍ଦ୍ର ଯାଦବ କହିଛନ୍ତି ଯେ ଭାରତ ଯୋଡ ଯାତ୍ରା ପୂର୍ବରୁ ପ୍ରଥମେ ଅଶୋକ ଗେହଲୋଟ ଏବଂ ସଚିନ ପାଇଲଟଙ୍କୁ ଯୋଡନ୍ତୁ। ସେମାନଙ୍କ ମଧ୍ୟରେ ଫାଟ ବଢ଼ିବାରେ ଲାଗିଛି।

ଭାରତ ଯୋଡ ଯାତ୍ରା ପାଇଁ ଭାଜପା କଂଗ୍ରେସକୁ କଡ଼ା ସମାଲୋଚନା କରିଛି ଏବଂ ଆଭ୍ୟନ୍ତରୀଣ ବିଦ୍ରୋହର ସମାଧାନ ପାଇଁ ମଧ୍ୟ ଦଳକୁ ପରାମର୍ଶ ଦେଇଛି।

ଏଥି ସହ ଯୋଧପୁର ଲୋକ ସଭା ଏମ୍‌ପି ଗଜେନ୍ଦ୍ର ସିଂ ଶେଖୱତ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ଏକ ଟୁଇଟରେ ସେ କହିଛନ୍ତି ପୁଣି ବନ୍ଦ ହେବାକୁ ପ୍ରସ୍ତୁତ ହେଉଛି କଂଗ୍ରେସ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ଶୁଭେନ୍ଦୁ ସରକାରଙ୍କ ବଡ଼ ନିଷ୍ପତ୍ତି: ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା, ମାଗଣା ବସ୍‌ ଯାତ୍ରା

କୋଲକାତା,୧୧।୫: ରାଜ୍ୟ ସରକାରଙ୍କ ଜଣେ ଅଧିକାରୀ ସୋମବାର କହିଛନ୍ତି ଯେ, ବଙ୍ଗଳା ସରକାରଙ୍କ “ଅନ୍ନପୂର୍ଣ୍ଣା ଭଣ୍ଡାର” ଯୋଜନା ଅଧୀନରେ, ଜୁନ ୧ ତାରିଖରୁ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରେ…

LPG ସବସିଡି ଉପରେ ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ କେବଳ ଏମାନେ ପାଇବେ, ଫୋନରେ ପଠାଯାଉଛି…

ନୂଆଦିଲ୍ଲୀ,୧୧।୫: ଘରୋଇ ଏଲପିଜି ସିଲିଣ୍ଡର ବ୍ୟବହାରକାରୀଙ୍କ ପାଇଁ ଏକ ଖୁସି ଖବର ଅଛି। କେନ୍ଦ୍ର ସରକାର ଏଲପିଜି ଗ୍ରାହକମାନଙ୍କୁ ସବସିଡି ପାଇଁ ଯୋଗ୍ୟତା ସମ୍ପର୍କରେ ଏସଏମଏସ ଆଲର୍ଟ…

୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ଅପିଲ କଲେ ପ୍ରଧାନମନ୍ତ୍ରୀ, ଦେଶରେ ହଇଚଇ, କାହିିଁକି ବାରମ୍ବାର କହୁଛନ୍ତି ଏମିତି…

ନୂଆଦିଲ୍ଲୀ,୧୧।୫: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଉତ୍ତେଜନାର ପ୍ରଭାବ ଏବେ ବିଶ୍ୱ ଅର୍ଥନୀତି ଉପରେ ସ୍ପଷ୍ଟ ଭାବରେ ଦେଖାଯାଉଛି, ଏବଂ ଏହା ଭାରତ ଉପରେ…

ନାବାଳିକା ବଧୂଙ୍କୁ ମାରିଦେଲେ ଶାଶୁଘର ଲୋକେ! ସ୍ବାମୀ-ଶ୍ୱଶୁର ଅଟକ

ନନ୍ଦପୁର, ୧୧/୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖିର୍ଜୀ ପଞ୍ଚାୟତର ନନ୍ଦୀଗାଁ ଗ୍ରାମରେ ଜଣେ ୧୭ ବର୍ଷୀୟା ନାବାଳିକା ବଧୂର ମୃତ୍ୟୁକୁ ନେଇ ଉତ୍ତେଜନା…

ଭିଟାମାଟିକୁ ଫେରୁଥିଲେ ଦାଦନ ଶ୍ରମିକ: ବାଟରେ ହେଲା ମୃତ୍ୟୁ, ତଦନ୍ତ ଆରମ୍ଭ

ବଲାଙ୍ଗିର,୧୧।୫( ସୁନିଲ କୁମାର ମହାନ୍ତି): ଖପ୍ରାଖୋଲ ବ୍ଲକରୁ ଏକ ପରିବାର ନିଜ ସ୍ତ୍ରୀ ଛୁଆ ପିଲା ସହ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇଥିଲେ। ରାଜ୍ୟ ବାହାରେ…

ବାଲି ଚୋରା ଚାଲାଣବେଳେ ମାଡ଼ିବସିଲେ ତହସିଲଦାର: ଆଉ ତା’ପରେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବାହୁଦା ନଦୀରୁ ବେଆଇନ ଭାବେ ବାଲି ଚୋରା ଚାଲାଣ ଅଭିଯୋଗ ହୋଇଆସୁଛି। ସୋମବାର ପୂର୍ବାହ୍ନରେ ଦିଗପହଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri