କ୍ଷମତା ନିଶା ଶାସକ ଦଳକୁ ହିଂସାମୁହାଁ କରିଛିି : ଭାଜପା

ଭୁବନେଶ୍ୱର,୧୩।୩(ବ୍ୟୁରୋ)-ରାଜ୍ୟରେ ଆଇନ ନିଜ ବାଟରେ ଯାଉ ନାହିଁ। ବରଂ ଆଇନ ଆଗରେ ବାଟ ଓଗାଳି ଛିଡ଼ା ହୋଇ ରହିଛନ୍ତି ଖୋଦ୍‌ ରାଜ୍ୟ ସରକାର। ପଞ୍ଚାୟତ ନିର୍ବାଚନ ସମୟରେ ଶାସକ ବିଜେଡି ଦ୍ୱାରା ହିଂସାତ୍ମକ ଆଚରଣ ସମସ୍ତଙ୍କ ମନରୁ ଲିଭି ନ ଥିବାବେଳେ ବର୍ତ୍ତମାନ ପୈାର ନିର୍ବାଚନ ସମୟରେ ପୁଣି ଥରେ ଶାସକ ଦଳର ସମାନ ମନୋଭାବ ସାମ୍ନାକୁ ଆସିଛି। ପୌର ନିର୍ବାଚନରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଅନେକ ସ୍ଥାନରେ ନିର୍ବାଚନୀ ହିଂସା ଘଟିବା ଅତ୍ୟନ୍ତ ଚିନ୍ତାର ବିଷୟ। ନିର୍ବାଚନକୁ ବିରୋଧୀ ଶୂନ୍ୟ କରି ଯେନତେନ ହିସାବରେ ଶାସନ କ୍ଷମତାକୁ ଜାବୁଡ଼ି ଧରିବାର ନିଶା ଶାସକ ବିଜେଡିକୁ ଘାରିଛି। ଗଣତନ୍ତ୍ରରେ ହିଂସାର ସ୍ଥାନ ନାହିଁ ବୋଲି ଡିଣ୍ଡିମ ପିଟୁଥିବା ଶାସକ ବିଜେଡିର ବାସ୍ତବ ଚିତ୍ର ସମ୍ପୂର୍ଣ୍ଣ ଭିନ୍ନ ବୋଲି ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି।
ଶୁକ୍ରବାର ଭୁବନେଶ୍ୱରରେ ଭାଜପା କର୍ପୋରେଟର ପ୍ରାର୍ଥୀଙ୍କ ପରିବାର ସଦସ୍ୟଙ୍କୁ ଯେଉଁଭଳି ମରଣାନ୍ତକ ଆକ୍ରମଣ କରାଯାଇଛି, ତାହା ଅତ୍ୟନ୍ତ ଲଜ୍ଜାଜନକ। ଘଟଣା ଘଟିବାର ୨୪ ଘଣ୍ଟା ବିତିବାକୁ ଯାଉଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା କୌଣସି ଅଭିଯୁକ୍ତଙ୍କୁ ଗିରଫ କରାଯାଇନାହିଁ। ସେହିପରି ଶନିବାର ଚିଲିକା ନିର୍ବାଚନମଣ୍ଡଳୀର ବାଣପୁରରେ ସ୍ଥାନୀୟ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ନିରୀହ ଜନତାଙ୍କ ଉପରେ ଆକ୍ରୋଶମୂଳକ ଭାବେ ଗାଡ଼ି ଚଢ଼ାଇଦେବା ଘଟଣା ଅତ୍ୟନ୍ତ ଦୁଃଖଦ ଓ ହୃଦୟ ବିଦାରକ ା ରାଜ୍ୟ ରାଜନୀତିରେ ଏଭଳି ଘଟଣା ପ୍ରଥମ ଥର ପାଇଁ ଘଟିଛି ା ଅଭ୍ୟାସଗତ ବିଶୃଙ୍ଖଳାକାରୀ ବିଧାୟକ ଜଗଦ୍ଦେବ ଅତୀତରେ ଅନେକ ଥର ଆଇନ ଖିଲାପ କାର୍ଯ୍ୟ କରିଥିଲେ ସୁଦ୍ଧା ତାଙ୍କ ପ୍ରତି ରାଜ୍ୟ ସରକାର କୋହଳ ମନୋଭାବ ପ୍ରଦର୍ଶନ କରି ଆସୁଥିବା କାରଣରୁ ଆଜି ଏଭଳି ପରିସ୍ଥିତି ସୃଷ୍ଟିହୋଇଛି ବୋଲି ମହାନ୍ତି କହିଛନ୍ତି।
ରାଜ୍ୟ ପ୍ରଶାସନ ଏହାକୁ ଗୁରୁତ୍ୱର ସହ ବିଚାର କରି ତୁରନ୍ତ ଦୋଷୀଙ୍କ ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରନ୍ତୁ ବୋଲି ମହାନ୍ତି ଦାବି କରିଛନ୍ତି।
ଭୁବନେଶ୍ୱର ଆକ୍ରମଣରେ ଶିକାର ହୋଇ ଚିକିତ୍ସିତ ହେଉଥିବା ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ରାଜ୍ୟ ସଭାପତି ମହାନ୍ତି ଭେଟି ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିବା ସହ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଛନ୍ତି। ଏଥି ସହ ଆକ୍ରମଣର ଶିକାର ହୋଇ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା କାର୍ଯ୍ୟକର୍ତ୍ତାଙ୍କ ସେ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏହି ପ୍ରତିନିଧି ଦଳରେ ରାଜ୍ୟ ମୁଖପାତ୍ର ଠାକୁର ରଣଜିତ୍‌ ଦାସ, ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜୟନ୍ତ ଜେନା, ଗଣମାଧ୍ୟମ ସହମୁଖ୍ୟ ସୁଜିତ କୁମାର ଦାସ, ଓବିସି ମୋର୍ଚ୍ଚା ରାଜ୍ୟ ସମ୍ପାଦକ ସିଦ୍ଧାର୍ଥ ଶଙ୍କର ପତି ପ୍ରମୁଖ ସାମିଲ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri