କ୍ଷମତା ନିଶା ଶାସକ ଦଳକୁ ହିଂସାମୁହାଁ କରିଛିି : ଭାଜପା

ଭୁବନେଶ୍ୱର,୧୩।୩(ବ୍ୟୁରୋ)-ରାଜ୍ୟରେ ଆଇନ ନିଜ ବାଟରେ ଯାଉ ନାହିଁ। ବରଂ ଆଇନ ଆଗରେ ବାଟ ଓଗାଳି ଛିଡ଼ା ହୋଇ ରହିଛନ୍ତି ଖୋଦ୍‌ ରାଜ୍ୟ ସରକାର। ପଞ୍ଚାୟତ ନିର୍ବାଚନ ସମୟରେ ଶାସକ ବିଜେଡି ଦ୍ୱାରା ହିଂସାତ୍ମକ ଆଚରଣ ସମସ୍ତଙ୍କ ମନରୁ ଲିଭି ନ ଥିବାବେଳେ ବର୍ତ୍ତମାନ ପୈାର ନିର୍ବାଚନ ସମୟରେ ପୁଣି ଥରେ ଶାସକ ଦଳର ସମାନ ମନୋଭାବ ସାମ୍ନାକୁ ଆସିଛି। ପୌର ନିର୍ବାଚନରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଅନେକ ସ୍ଥାନରେ ନିର୍ବାଚନୀ ହିଂସା ଘଟିବା ଅତ୍ୟନ୍ତ ଚିନ୍ତାର ବିଷୟ। ନିର୍ବାଚନକୁ ବିରୋଧୀ ଶୂନ୍ୟ କରି ଯେନତେନ ହିସାବରେ ଶାସନ କ୍ଷମତାକୁ ଜାବୁଡ଼ି ଧରିବାର ନିଶା ଶାସକ ବିଜେଡିକୁ ଘାରିଛି। ଗଣତନ୍ତ୍ରରେ ହିଂସାର ସ୍ଥାନ ନାହିଁ ବୋଲି ଡିଣ୍ଡିମ ପିଟୁଥିବା ଶାସକ ବିଜେଡିର ବାସ୍ତବ ଚିତ୍ର ସମ୍ପୂର୍ଣ୍ଣ ଭିନ୍ନ ବୋଲି ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି।
ଶୁକ୍ରବାର ଭୁବନେଶ୍ୱରରେ ଭାଜପା କର୍ପୋରେଟର ପ୍ରାର୍ଥୀଙ୍କ ପରିବାର ସଦସ୍ୟଙ୍କୁ ଯେଉଁଭଳି ମରଣାନ୍ତକ ଆକ୍ରମଣ କରାଯାଇଛି, ତାହା ଅତ୍ୟନ୍ତ ଲଜ୍ଜାଜନକ। ଘଟଣା ଘଟିବାର ୨୪ ଘଣ୍ଟା ବିତିବାକୁ ଯାଉଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା କୌଣସି ଅଭିଯୁକ୍ତଙ୍କୁ ଗିରଫ କରାଯାଇନାହିଁ। ସେହିପରି ଶନିବାର ଚିଲିକା ନିର୍ବାଚନମଣ୍ଡଳୀର ବାଣପୁରରେ ସ୍ଥାନୀୟ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ନିରୀହ ଜନତାଙ୍କ ଉପରେ ଆକ୍ରୋଶମୂଳକ ଭାବେ ଗାଡ଼ି ଚଢ଼ାଇଦେବା ଘଟଣା ଅତ୍ୟନ୍ତ ଦୁଃଖଦ ଓ ହୃଦୟ ବିଦାରକ ା ରାଜ୍ୟ ରାଜନୀତିରେ ଏଭଳି ଘଟଣା ପ୍ରଥମ ଥର ପାଇଁ ଘଟିଛି ା ଅଭ୍ୟାସଗତ ବିଶୃଙ୍ଖଳାକାରୀ ବିଧାୟକ ଜଗଦ୍ଦେବ ଅତୀତରେ ଅନେକ ଥର ଆଇନ ଖିଲାପ କାର୍ଯ୍ୟ କରିଥିଲେ ସୁଦ୍ଧା ତାଙ୍କ ପ୍ରତି ରାଜ୍ୟ ସରକାର କୋହଳ ମନୋଭାବ ପ୍ରଦର୍ଶନ କରି ଆସୁଥିବା କାରଣରୁ ଆଜି ଏଭଳି ପରିସ୍ଥିତି ସୃଷ୍ଟିହୋଇଛି ବୋଲି ମହାନ୍ତି କହିଛନ୍ତି।
ରାଜ୍ୟ ପ୍ରଶାସନ ଏହାକୁ ଗୁରୁତ୍ୱର ସହ ବିଚାର କରି ତୁରନ୍ତ ଦୋଷୀଙ୍କ ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରନ୍ତୁ ବୋଲି ମହାନ୍ତି ଦାବି କରିଛନ୍ତି।
ଭୁବନେଶ୍ୱର ଆକ୍ରମଣରେ ଶିକାର ହୋଇ ଚିକିତ୍ସିତ ହେଉଥିବା ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ରାଜ୍ୟ ସଭାପତି ମହାନ୍ତି ଭେଟି ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିବା ସହ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଛନ୍ତି। ଏଥି ସହ ଆକ୍ରମଣର ଶିକାର ହୋଇ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା କାର୍ଯ୍ୟକର୍ତ୍ତାଙ୍କ ସେ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏହି ପ୍ରତିନିଧି ଦଳରେ ରାଜ୍ୟ ମୁଖପାତ୍ର ଠାକୁର ରଣଜିତ୍‌ ଦାସ, ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜୟନ୍ତ ଜେନା, ଗଣମାଧ୍ୟମ ସହମୁଖ୍ୟ ସୁଜିତ କୁମାର ଦାସ, ଓବିସି ମୋର୍ଚ୍ଚା ରାଜ୍ୟ ସମ୍ପାଦକ ସିଦ୍ଧାର୍ଥ ଶଙ୍କର ପତି ପ୍ରମୁଖ ସାମିଲ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri