ନିର୍ବାଚନକୁ ପ୍ରଭାବିତ କରିବ ନିଶା

ଦାରିଙ୍ଗବାଡ଼ି,୭ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଚୋରାମଦ କାରବାର ବୃଦ୍ଧିପାଇଛି। ବିଶେଷକରି ସିମନବାଡ଼ି ଅଞ୍ଚଳରେ ଏହି କାରବାର ବୈଧ ଓ ମୁକ୍ତ ଭାବେ ଚାଲିଛି ଦିନ ଦ୍ବିପ୍ରହରରେ ମଧ୍ୟ ଏହିକାରବାର ବନ୍ଦ ହେବାର ନାମ ଧରୁନି। କେବଳ ଯେ ଚୋରାରେ ଦେଶୀ ମଦ ରାନ୍ଧି ବିକ୍ରି ହେଉଛି ତାହା ନୁହଁ, ଲକ୍ଷାଧିକ ଟଙ୍କାର ବିଦେଶୀ ମଦ ମଧ୍ୟ ବିକ୍ରି କରାଯାଉଛି। ଏହାର ନମୁନା ଦେଖିବାକୁ ମିଳିଛି ସିମନବାଡ଼ି ଜନଜାତି ହାଟ ଏବଂ ଉପସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ବିଭିନ୍ନ ବ୍ରାଣ୍ଡର ବିଦେଶୀ ମଦର ଖାଲି ବୋତଲ କୁଢ଼କୁଢ଼ ଗଦା ହୋଇରହିଛି। ପୂର୍ବରୁ ଏଭଳି ସିମନବାଡ଼ିଠାରୁ ରାଇକିଆ ରାସ୍ତା ସମେତ ଜୁଡ଼ାବାଡ଼ି, ଜାତୀୟ ରାଜପଥ ଆଦି ଅଞ୍ଚଳରେ ଚୋରା ବ୍ୟବସାୟୀମାନେ ଖୁଲମଖୁଲା ବିକ୍ରି କରୁଛନ୍ତି ଅବକାରୀ ଓ ପୋଲିସ ସବୁ ଜାଣି ନିରବ ସାଜୁଥିବା ସାଧାରଣରେ ଅଭିଯୋଗ ହେଉଛି ସେହିପରି ଅଞ୍ଚଳରେ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ଗଞ୍ଜେଇ ଚାଷକୁ ରୋକିବା ପାଇଁ ପ୍ରୟାସ କରାଯାଉଥିଲେ ସୁଦ୍ଧା ଅଞ୍ଚଳରେ ଗଞ୍ଜେଇ ଓ ମଦ ନିଶାରେ ଅଞ୍ଚଳର ଅନେକ ଲୋକ ଉବୁଟୁବୁ ହେଉଛନ୍ତି। ଯାହାକି ଆସନ୍ତା ସାଧାରଣ ନିର୍ବାଚନରେ ପ୍ରଭାବିତ ହୋଇପାରେ ବୋଲି କୁହାଯାଉଛି। ଏନେଇ ଦାରିଙ୍ଗବାଡ଼ି ଆଇଆଇସି ଆନନ୍ଦ ଚନ୍ଦ୍ର ପାତ୍ର କହିଛନ୍ତି, ଯେଉଁମାନେ ମଦ କାରବାରରେ ସମ୍ପୃକ୍ତ ଥିବେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri