ଭୁବନେଶ୍ୱର, ୬ା୪(ବ୍ୟୁରୋ): ସିପାହୀଙ୍କୁ ଝିଅ ଯୋଗାଇବାକୁ ବାଧ୍ୟ କରୁଥିବା ଆର୍ମଡ ଡିସିପିଙ୍କ ବିରୋଧରେ ମଙ୍ଗଳବାର ପୁଣି ଏକ ଅଭିଯୋଗ ଆସିଛି। ଓଏସ୍ଏପି ଡିସିପି ବିଜୟ କୁମାର ସାହୁ ବାଟାଲିୟନ ସଂଘ କର୍ମକର୍ତ୍ତାଙ୍କ ଜରିଆରେ ଘର ଘର ବୁଲି ନିଜ ସପକ୍ଷରେ ସମର୍ଥନ ଯୋଗାଡ କରୁଥିବା ସିପାହୀଙ୍କ ସ୍ତ୍ରୀ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ସେହିପରି ସିପାହୀଙ୍କ ବାବଦରେ ବିଜୟ ଦେଇଥିବା ମତକୁ ମଧ୍ୟ ଖଣ୍ଡନ କରିଛନ୍ତି। ଡିସିପି ନିଜେ କଟକ, ଭୁବନେଶ୍ୱରରେ ୧୦ବର୍ଷ ରହିଥିବାବେଳେ ସିପାହୀ ୩ବର୍ଷରୁ ଊର୍ଦ୍ଧ୍ୱ ଚାକିରି କଲେ କ’ଣ ଅସୁବିଧା ବୋଲି ସିପାହୀଙ୍କ ସ୍ତ୍ରୀ ପ୍ରଶ୍ନ ଉଠାଇଛନ୍ତି। ଅନ୍ୟପଟେ, ଏହି ଘଟଣାରେ ପୋଲିସ ୩ ଜଣଙ୍କ ବୟାନ ରେକର୍ଡ କରିଛି।
ସୂଚନାଯୋଗ୍ୟ, ନୀହାର ନାୟକ ସପ୍ତମ ବାଟାଲିଅନର ଫ୍ୟାମିଲି ୱେଲ୍ଫେୟାର ସେଣ୍ଟରରେ ଟେଲରିଂ ସିପାହୀ ଭାବେ କାର୍ଯ୍ୟ କରନ୍ତି। ସେ ସେଠାରେ ମହିଳାଙ୍କୁ ଟେଲରିଂ ଶିଖାନ୍ତି। ପୋଲିସ କର୍ମଚାରୀଙ୍କ ଝିଅ, ସ୍ତ୍ରୀ ଓ ଭଉଣୀମାନେ ସେଠାକୁ ହସ୍ତଶିଳ୍ପ ଓ ଟେଲରିଂ ଶିଖିବାକୁ ଆସନ୍ତି। ନୀହାରଙ୍କ ସ୍ତ୍ରୀଙ୍କ ଅଭିଯୋଗ ଅନୁଯାୟୀ, ଡିସିପି ବିଜୟ ଉକ୍ତ ୱେଲ୍ଫେୟାର ସେଣ୍ଟରକୁ ଶିଖିବାକୁ ଆସୁଥିବା ଝିଅ ବୋହୂଙ୍କୁ ତାଙ୍କ ପାଖକୁ ପଠାଇବାକୁ ସ୍ବାମୀଙ୍କୁ ବାଧ୍ୟ କରୁଥିଲେ। ଝିଅ ନ ଯୋଗାଇଲେ ଅନ୍ୟତ୍ର ବଦଳି ସହ ଚାକିରିରୁ ବାହାର କରିଦେବାକୁ ଧମକ ଦେଉଥିଲେ। ଶେଷରେ ସୋମବାର ନୀହାର ଅତ୍ୟଧିକ ମାନସିକ ଚାପରେ ପଡ଼ି ଫିନାଇଲ୍ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଓଏସ୍ଏପି ସିପାହୀ ନୀହାରଙ୍କ ସ୍ତ୍ରୀ ସୋମବାର ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଭେଟି ଘଟଣା ସମ୍ପର୍କରେ ଅଭିଯୋଗ କରିଥିଲେ। ଏ ସଂକ୍ରାନ୍ତରେ ଡିସିପି ବିଜୟଙ୍କୁ ପଚାରିବାରୁ ତାଙ୍କ ବିରୋଧରେ ହୋଇଥିବା ଅଭିଯୋଗ ସମ୍ପୂର୍ଣ୍ଣ ମିଥ୍ୟା ବୋଲି କହିଛନ୍ତି।
୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ
ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…
କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ
ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…
ସତ୍ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ
ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…
୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…
ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…
କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ
କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…
ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…
ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…
‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’
ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…
ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…
ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…
Archives

