ବାଲିଗୁଡାରେ ନୂତନ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କ ଯୋଗଦାନ

ବାଲିଗୁଡା,୨୭।୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଠାରେ ନୂତନ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବରେ ପ୍ରହଲ୍ଲାଦ ଖୋସ୍ଲା ଯୋଗ ଦେଇଛନ୍ତି । କୋରାପୁଟ ଜିଲାର ଲକ୍ଷ୍ମୀପୁର ନିକଟରେ ଏକ ଛୋଟ ଆଦିବାସୀ ଗାଁ ଡୋଲିଆମ୍ବର ଶ୍ରୀ ଖୋସ୍ଲା ପ୍ରାଥମିକ ଶିକ୍ଷକ ଭାବରେ ମାଲକାନଗିରି ଜିଲା ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ପରକନମାଲା ଆଶ୍ରମ ବିଦ୍ୟାଳୟରେ ପ୍ରାଥମିକ ଶିକ୍ଷକ ଭାବରେ ଯୋଗଦାନ କରିଥିଲେ । ଯୋଗ ଦେବା ପରେ ଉପଜିଲାପାଳଙ୍କୁ ସାକ୍ଷାତ କରିଛନ୍ତି। ଏଥିସହ ବର୍ତ୍ତମାନ ବାଲିଗୁଡା ଉପଖଣ୍ଡର ସୂଚନା ଓ ଲୋକ ସମ୍ପର୍କ ବିଭାଗର ଭାରପ୍ରାପ୍ତ ଅଧିକାରୀ ରୂପେ ଦାୟିତ୍ୱ ତୁଲାଉଥିବା ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟର ଅତିରିକ୍ତ ଜିଲାପାଳ ବନମାଳୀ ଶତପଥୀଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦୀର୍ଘ ଦିନ ଧରି ଏହି ପଦବୀଟି ଖାଲି ରହିଥିଲା । ଶ୍ରୀ ଖୋସ୍ଲା ଏହି ପଦବୀରେ ଯୋଗଦେବା ପରେ ଜନସାଧାରଣଙ୍କ ନିକଟରେ ଉପଯୁକ୍ତ ଭାବରେ ଓ ଉଚିତ ସମୟରେ ସରକାରୀ ସୂଚନା ସବୁ ପହଞ୍ଚି ପାରିବ ସେ ଦିଗରେ ଆପ୍ରାଣ ଉଦ୍ୟମ କରିବେ ବୋଲି କହିଛନ୍ତି । ଏତଦ ବ୍ୟତୀତ ବାଲିଗୁଡା ଉପଖଣ୍ଡର ସମସ୍ତ ସାମ୍ବାଦିକଙ୍କ ସହ ସମନ୍ବୟ ରକ୍ଷା କରି ସେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସବୁ କାର୍ଯ୍ୟ ସମ୍ପନ୍ନ କରିବେ ବୋଲି ନିଜ ପ୍ରତିକ୍ରିୟା ରେ ପ୍ରକାଶ କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

ହଜାରେ କ୍ଷେପଣାସ୍ତ୍ର ଆକ୍ରମଣ କରିବାକୁ ଧମକ ଦେଇଥିଲେ ଡୋନାଲ୍ଡ ଟ୍ରମ୍ପ; ବର୍ତ୍ତମାନ ଇରାନରେ ବଡ଼ ବିସ୍ଫୋରଣ, ପ୍ରତିକ୍ରିୟା ରଖିଲା ତେହରାନ

ତେରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ‘୧,୦୦୦ କ୍ଷେପଣାସ୍ତ୍ର’ ସମ୍ପର୍କରେ ଇରାନକୁ ଚେତାବନୀ ଦେବା ପରେ ଇରାନର ରାଜଧାନୀ ତେହରାନର ପୂର୍ବ ଭାଗରେ ବିସ୍ଫୋରଣର ଶବ୍ଦ ଶୁଣିବା…

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ…

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ…

E-20 ସହିତ ସାଧାରଣ ପେଟ୍ରୋଲ୍ ମଧ୍ୟ… ଏବେ ଗ୍ରାହକଙ୍କୁ ପେଟ୍ରୋଲ ପମ୍ପରେ ମିଳିବ ପେଟ୍ରୋଲର ବିକଳ୍ପ?

ନୂଆଦିଲ୍ଲୀ,୧୧ା୭: E-20 ଇନ୍ଧନ (ଫ୍ୟୁଏଲ୍‌)କୁ ନେଇ ଏବେ ସାରା ଦେଶରେ ହଙ୍ଗାମା ମାତିଛି। ଏଥାନଲ୍ ବ୍ଲେଣ୍ଡେଡ୍ ପେଟ୍ରୋଲ୍ (ଏଥାନଲ୍ ମିଶ୍ରିତ ପେଟ୍ରୋଲ୍‌)କୁ ନେଇ ଆଲୋଚନା ଓ ବିବାଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri