BMC ଅଫିସ୍‌ ଭିତରେ ଅସୁସ୍ଥ ହେଲେ ଅତିରିକ୍ତ କମିଶନର ରତ୍ନାକର ସାହୁ, ହସ୍ପିଟାଲ୍‌ରେ ଭର୍ତ୍ତି

ଭୁବନେଶ୍ୱର,୨ା୭: ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁ ହଠାତ୍ ଅସୁସ୍ଥ ହେବା କାରଣରୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ବୁଧବାର ଅଫିସରେ କାର୍ଯ୍ୟ କରୁଥିବା ସମୟରେ ସାହୁ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ ଏବଂ ଚେୟାରରୁ ଖସି ପଡ଼ିଥିଲେ। ତୁରନ୍ତ ବିଏମସି କର୍ମଚାରୀମାନେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ କ୍ୟାପିଟାଲ ହସ୍ପିଟାଲକୁ ନେଇଥିଲେ, ଯେଉଁଠାରେ ତାଙ୍କର ଚିକିତ୍ସା ଜାରି ରହିଛି।

ଏହି ଘଟଣା ପୂର୍ବ ଦିନରେ ବିଏମସି ଅଫିସରେ ସାହୁଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣା ପରେ ଘଟିଛି। ସୋମବାର ଜନଶୁଣାଣି ସମୟରେ ୫-୬ ଜଣ ଦୁର୍ବୃତ୍ତ ତାଙ୍କ ଚାମ୍ବର ଭିତରେ ପଶି ତାଙ୍କୁ ଘୋଷାଡ଼ି ନେଇ ବିଧା ଓ ଗୋଇଠା ମାରିଥିଲେ। ଏହି ଘଟଣାରେ ୨୯ ନମ୍ବର ୱାର୍ଡର କର୍ପୋରେଟର ଜୀବନ ରାଉତଙ୍କ ସମେତ ରଶ୍ମୀ ମହାପାତ୍ର ଓ ଦେବାଶିଷ ପ୍ରଧାନଙ୍କୁ ଖାରବେଳ ନଗର ଥାନା ପୋଲିସ ଗିରଫ କରିଛି।

ସାହୁ ଏହି ଆକ୍ରମଣ ଘଟଣା ପରେ ଗଣମାଧ୍ୟମକୁ କହିଥିଲେ ଯେ, ସେ ଆଇନ ଉକ୍ତରେ ଭରସା ରଖିଛନ୍ତି ଏବଂ ତାଙ୍କୁ ନ୍ୟାୟ ମିଳିବ ବୋଲି ଆଶା ରଖିଛନ୍ତି। ସେ ଆହୁରି କହିଥିଲେ ଯେ, କାମ କରୁଥିବା ସମୟରେ ଏଭଳି ଦୁର୍ଘଟଣା ଘଟିପାରେ, କିନ୍ତୁ ଅଭିଯୋଗଗୁଡ଼ିକ ଭିତ୍ତିହୀନ।

ଏହି ଆକ୍ରମଣ ଘଟଣା ପରେ ବିଏମସି କର୍ମଚାରୀମାନେ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିଥିଲେ ଏବଂ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଓ ସୁରକ୍ଷା ଦାବି କରିଥିଲେ। ମେୟର ମଧ୍ୟ ସିସିଟିଭି କାମ ନକରିବା ନେଇ ସ୍ମାର୍ଟ ସିଟି ଅଥୋରିଟିଙ୍କୁ ପ୍ରଶ୍ନ କରିଥିଲେ ଏବଂ ଆଗାମୀ ଦିନରେ ଗନ୍‌ ମ୍ୟାନ୍‌ ରଖିବା ନେଇ କହିଥିଲେ।

ସାହୁଙ୍କ ଅସୁସ୍ଥତା ଘଟଣା ଏବଂ ପୂର୍ବ ଆକ୍ରମଣ ଘଟଣାକୁ ନେଇ ରାଜଧାନୀରେ ଚର୍ଚ୍ଚା ଜୋର ଧରିଛି। ପୋଲିସ ଏହି ଘଟଣାର ତଦନ୍ତ ଜାରି ରଖିଛି ଏବଂ ସିସିଟିଭି ଫୁଟେଜ ଯାଞ୍ଚ କରୁଛି।

ଏସବୁ ଚର୍ଚ୍ଚା ଭିତରେ ଭାଜପା ପାର୍ଟି ଅଫିସରେ ପହଞ୍ଚିଛନ୍ତି ଭାଜପା ନେତା। BMC ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାରେ ବିବାଦରେ ଫସିଛନ୍ତି ଜଗନ୍ନାଥ । ତାଙ୍କୁ ଗିରଫ କରିବାକୁ ଓଡ଼ିଶା ପ୍ରଶାସନିକ ସେବା (OAS) ସଂଘ ଦାବି କରିଛି। ଭୁବନେଶ୍ୱର ମହାନଗର ନିଗମ (BMC) ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାକୁ ନେଇ ଏହି ଦାବି ଉଠିଛି। OAS ସଂଘ ଏକ ବୈଠକରେ ଜଗନ୍ନାଥ ପ୍ରଧାନଙ୍କୁ ମୁଖ୍ୟ ଅଭିଯୁକ୍ତ ଭାବେ ଦର୍ଶାଇ ତୁରନ୍ତ ଗିରଫ କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri