ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଅତିରିକ୍ତ ଡିଜି

ପୁରୀ ଅଫିସ,୧୬।୨: ଚଳିତ ମାସ ୧୯ ଏବଂ ୨୦ ତାରିଖ ଦୁଇଦିନିଆ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ୧୯ ତାରିଖରେ ରାଷ୍ଟ୍ରପତି ପୁରୀରେ ପହଞ୍ଚିବା ପରେ ଅପରାହ୍ନ ୫ଟାରେ ଶ୍ରୀମନ୍ଦିର ଯାଇ ୫.୪୫ ପର୍ଯ୍ୟନ୍ତ ରହି ମହାପ୍ରଭୁଙ୍କ ଦର୍ଶନ କରିବେ। ସେହିଭଳି ୨୦ତାରିଖ ସକାଳ ୧୦.୩୫ରେ ଶ୍ରୀଚୈତନ୍ୟ ଗୌଡ଼ୀୟ ମଠ ପରିଦର୍ଶନ କରି ପୂର୍ବାହ୍ନ ୧୧ଟାରେ ଶରଧାବାଲିରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ। ଏଥିପାଇଁ ମଙ୍ଗଳବାର ଅତିରିକ୍ତ ଡିଜି ରାଧାକୃଷ୍ଣ ଶର୍ମା ପୁରୀ ଗସ୍ତରେ ଆସି ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି। ସେପଟେ ରାଷ୍ଟ୍ରପତିଙ୍କ ଗସ୍ତସୂଚୀରେ କିଛିଟା ପରିବର୍ତ୍ତନ ହୋଇଛି। ରାଷ୍ଟ୍ରପତି ପୁରୀ ମେ ଫେୟାର ହୋଟେଲ୍‌ ପରିବର୍ତ୍ତେ ପୁରୀ ରାଜଭବନରେ ରାତ୍ରିଯାପନ କରିବେ ବୋଲି ଜିଲାପାଳଙ୍କ କାର୍ଯ୍ୟାଳୟକୁ ଚିଠି ଆସିଥିବା ଜିଲାପାଳ ସମର୍ଥ ବର୍ମା କହିଛନ୍ତି।
ରାଷ୍ଟ୍ରପତି ରାମନାଥ କୋବିନ୍ଦ ତୃତୀୟଥର ପାଇଁ ପୁରୀ ଆସୁଛନ୍ତି। ଯାହାକୁ ନେଇ ରାଜ୍ୟ ସରକାରଙ୍କଠାରୁ ଆରମ୍ଭକରି ଜିଲା ପ୍ରଶାସନ, ପୋଲିସ ପ୍ରଶାସନ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ କିଛିଦିନ ପୂର୍ବରୁ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ପୁରୀ ଆସି ମଠ ଏବଂ ଶରଧାବାଲିର ସୁରକ୍ଷା ବ୍ୟବସ୍ଥାକୁ ସମୀକ୍ଷା କରିଥିବା ବେଳେ ମଙ୍ଗଳବାର ଅତିରିକ୍ତ ଡିଜି ରାଧାକୃଷ୍ଣ ଶର୍ମା ପୁରୀ ଆସି ପ୍ରଥମେ ତାଳବଣିଆସ୍ଥିତ ହେଲିପ୍ୟାଡର ଯାଞ୍ଚ, ଶ୍ରୀଚୈତନ୍ୟ ଗୌଡ଼ୀୟ ମଠ, ରାଜଭବନ ପରେ ଶରଧାବାଲି ଆସି ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି। ରାଷ୍ଟ୍ରପତିଙ୍କ ପୁରୀ ଗସ୍ତକୁ ନେଇ ୪୦ ପ୍ଲାଟୁନ ପୋଲିସ ଫୋର୍ସ ସହ ଅନେକ ବରିଷ୍ଠ ପୋଲିସ ଅଧିକାରୀ ନିୟୋଜିତ ହେବେ। ଶ୍ରୀମନ୍ଦିର, ଶ୍ରୀମନ୍ଦିର ଭିତରେ ଓ ବାହାରେ, ରାଜଭବନ ପ୍ରତ୍ୟାବର୍ତ୍ତନ, ରାଷ୍ଟ୍ରପତିଙ୍କ ଦର୍ଶନ, ଶରଧାବାଲି ସଭାସ୍ଥଳ ଫେରିବା ପ୍ରତ୍ୟେକଟି ଦିଗକୁ ନେଇ ସୁରକ୍ଷା ବ୍ୟବସ୍ଥାର ତର୍ଜମା କରାଯାଇଛି। ସେପଟେ ରାଷ୍ଟ୍ରପତି ମହାପ୍ରଭୁଙ୍କ ଦର୍ଶନ ସମୟରେ ଅପରାହ୍ନ ୪ଟାରୁ ୬ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଅତିରିକ୍ତ ଡିଜି ଶର୍ମା କହିଛନ୍ତି। ରାଷ୍ଟ୍ରପତି ୨୦ତାରିଖ ସକାଳ ୧୦.୩୫ରେ ଶ୍ରୀଚୈତନ୍ୟ ଗୌଡ଼ୀୟ ମଠ ଯାଇ ପରିଦର୍ଶନ କରିବେ। ସେଠାରେ ମଠ ପକ୍ଷରୁ ଶଙ୍ଖଧ୍ୱନି, ସଙ୍କୀର୍ତ୍ତନ ମଧ୍ୟରେ ରାଷ୍ଟ୍ରପତିଙ୍କୁ ସ୍ବାଗତ କରାଯିବ। କୋଭିଡ୍‌ କଟକଣା ମଧ୍ୟରେ ମଠର ୪୦ଜଣ ଆଚାର୍ଯ୍ୟ ଉପସ୍ଥିତ ରହିବେ। ଭାରତର ବିଭିନ୍ନ ସ୍ଥାନରୁ ମଠ ଶାଖାର କର୍ମକର୍ତ୍ତା, ସାଧୁସନ୍ଥ କାର୍ଯ୍ୟକ୍ରମରେ ଯୋଗଦେବେ। ସେଠାରେ ଶ୍ରୀମଦ୍‌ ଭକ୍ତି ସିଦ୍ଧାନ୍ତ ସରସ୍ବତୀ ଗୋସ୍ବାମୀ ମହାରାଜଙ୍କ ଆଳତି କାର୍ଯ୍ୟକ୍ରମରେ ଯୋଗଦେବେ। ପରେ ମଠରୁ ବାହାରି ୧୧ଟାରେ ଶରଧାବାଲିରେ ଆୟୋଜିତ ଗୌଡୀୟ ମିଶନର ପ୍ରତିଷ୍ଠାତା ଶ୍ରୀମଦ୍‌ ଭକ୍ତି ସିଦ୍ଧାନ୍ତ ସରସ୍ବତୀ ଗୋସ୍ବାମୀ ମହାରାଜଙ୍କ ୧୫୦ତମ ଜୟନ୍ତୀ ସମାରୋହ ଉଦ୍‌ଘାଟନୀ ଉତ୍ସବରେ ଯୋଗଦେବେ। ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେତେଜଣ ଏମ୍‌ପି ଏବଂ ମନ୍ତ୍ରୀ ଯୋଗଦେବେ ବୋଲି ମଠ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri