ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଅତିରିକ୍ତ ଡିଜି

ପୁରୀ ଅଫିସ,୧୬।୨: ଚଳିତ ମାସ ୧୯ ଏବଂ ୨୦ ତାରିଖ ଦୁଇଦିନିଆ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ୧୯ ତାରିଖରେ ରାଷ୍ଟ୍ରପତି ପୁରୀରେ ପହଞ୍ଚିବା ପରେ ଅପରାହ୍ନ ୫ଟାରେ ଶ୍ରୀମନ୍ଦିର ଯାଇ ୫.୪୫ ପର୍ଯ୍ୟନ୍ତ ରହି ମହାପ୍ରଭୁଙ୍କ ଦର୍ଶନ କରିବେ। ସେହିଭଳି ୨୦ତାରିଖ ସକାଳ ୧୦.୩୫ରେ ଶ୍ରୀଚୈତନ୍ୟ ଗୌଡ଼ୀୟ ମଠ ପରିଦର୍ଶନ କରି ପୂର୍ବାହ୍ନ ୧୧ଟାରେ ଶରଧାବାଲିରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ। ଏଥିପାଇଁ ମଙ୍ଗଳବାର ଅତିରିକ୍ତ ଡିଜି ରାଧାକୃଷ୍ଣ ଶର୍ମା ପୁରୀ ଗସ୍ତରେ ଆସି ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି। ସେପଟେ ରାଷ୍ଟ୍ରପତିଙ୍କ ଗସ୍ତସୂଚୀରେ କିଛିଟା ପରିବର୍ତ୍ତନ ହୋଇଛି। ରାଷ୍ଟ୍ରପତି ପୁରୀ ମେ ଫେୟାର ହୋଟେଲ୍‌ ପରିବର୍ତ୍ତେ ପୁରୀ ରାଜଭବନରେ ରାତ୍ରିଯାପନ କରିବେ ବୋଲି ଜିଲାପାଳଙ୍କ କାର୍ଯ୍ୟାଳୟକୁ ଚିଠି ଆସିଥିବା ଜିଲାପାଳ ସମର୍ଥ ବର୍ମା କହିଛନ୍ତି।
ରାଷ୍ଟ୍ରପତି ରାମନାଥ କୋବିନ୍ଦ ତୃତୀୟଥର ପାଇଁ ପୁରୀ ଆସୁଛନ୍ତି। ଯାହାକୁ ନେଇ ରାଜ୍ୟ ସରକାରଙ୍କଠାରୁ ଆରମ୍ଭକରି ଜିଲା ପ୍ରଶାସନ, ପୋଲିସ ପ୍ରଶାସନ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ କିଛିଦିନ ପୂର୍ବରୁ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ପୁରୀ ଆସି ମଠ ଏବଂ ଶରଧାବାଲିର ସୁରକ୍ଷା ବ୍ୟବସ୍ଥାକୁ ସମୀକ୍ଷା କରିଥିବା ବେଳେ ମଙ୍ଗଳବାର ଅତିରିକ୍ତ ଡିଜି ରାଧାକୃଷ୍ଣ ଶର୍ମା ପୁରୀ ଆସି ପ୍ରଥମେ ତାଳବଣିଆସ୍ଥିତ ହେଲିପ୍ୟାଡର ଯାଞ୍ଚ, ଶ୍ରୀଚୈତନ୍ୟ ଗୌଡ଼ୀୟ ମଠ, ରାଜଭବନ ପରେ ଶରଧାବାଲି ଆସି ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି। ରାଷ୍ଟ୍ରପତିଙ୍କ ପୁରୀ ଗସ୍ତକୁ ନେଇ ୪୦ ପ୍ଲାଟୁନ ପୋଲିସ ଫୋର୍ସ ସହ ଅନେକ ବରିଷ୍ଠ ପୋଲିସ ଅଧିକାରୀ ନିୟୋଜିତ ହେବେ। ଶ୍ରୀମନ୍ଦିର, ଶ୍ରୀମନ୍ଦିର ଭିତରେ ଓ ବାହାରେ, ରାଜଭବନ ପ୍ରତ୍ୟାବର୍ତ୍ତନ, ରାଷ୍ଟ୍ରପତିଙ୍କ ଦର୍ଶନ, ଶରଧାବାଲି ସଭାସ୍ଥଳ ଫେରିବା ପ୍ରତ୍ୟେକଟି ଦିଗକୁ ନେଇ ସୁରକ୍ଷା ବ୍ୟବସ୍ଥାର ତର୍ଜମା କରାଯାଇଛି। ସେପଟେ ରାଷ୍ଟ୍ରପତି ମହାପ୍ରଭୁଙ୍କ ଦର୍ଶନ ସମୟରେ ଅପରାହ୍ନ ୪ଟାରୁ ୬ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଅତିରିକ୍ତ ଡିଜି ଶର୍ମା କହିଛନ୍ତି। ରାଷ୍ଟ୍ରପତି ୨୦ତାରିଖ ସକାଳ ୧୦.୩୫ରେ ଶ୍ରୀଚୈତନ୍ୟ ଗୌଡ଼ୀୟ ମଠ ଯାଇ ପରିଦର୍ଶନ କରିବେ। ସେଠାରେ ମଠ ପକ୍ଷରୁ ଶଙ୍ଖଧ୍ୱନି, ସଙ୍କୀର୍ତ୍ତନ ମଧ୍ୟରେ ରାଷ୍ଟ୍ରପତିଙ୍କୁ ସ୍ବାଗତ କରାଯିବ। କୋଭିଡ୍‌ କଟକଣା ମଧ୍ୟରେ ମଠର ୪୦ଜଣ ଆଚାର୍ଯ୍ୟ ଉପସ୍ଥିତ ରହିବେ। ଭାରତର ବିଭିନ୍ନ ସ୍ଥାନରୁ ମଠ ଶାଖାର କର୍ମକର୍ତ୍ତା, ସାଧୁସନ୍ଥ କାର୍ଯ୍ୟକ୍ରମରେ ଯୋଗଦେବେ। ସେଠାରେ ଶ୍ରୀମଦ୍‌ ଭକ୍ତି ସିଦ୍ଧାନ୍ତ ସରସ୍ବତୀ ଗୋସ୍ବାମୀ ମହାରାଜଙ୍କ ଆଳତି କାର୍ଯ୍ୟକ୍ରମରେ ଯୋଗଦେବେ। ପରେ ମଠରୁ ବାହାରି ୧୧ଟାରେ ଶରଧାବାଲିରେ ଆୟୋଜିତ ଗୌଡୀୟ ମିଶନର ପ୍ରତିଷ୍ଠାତା ଶ୍ରୀମଦ୍‌ ଭକ୍ତି ସିଦ୍ଧାନ୍ତ ସରସ୍ବତୀ ଗୋସ୍ବାମୀ ମହାରାଜଙ୍କ ୧୫୦ତମ ଜୟନ୍ତୀ ସମାରୋହ ଉଦ୍‌ଘାଟନୀ ଉତ୍ସବରେ ଯୋଗଦେବେ। ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେତେଜଣ ଏମ୍‌ପି ଏବଂ ମନ୍ତ୍ରୀ ଯୋଗଦେବେ ବୋଲି ମଠ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଭଉଣୀ ଘରକୁ ଆସି ଗାଁକୁ ଫେରୁଥିଲେ, ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଛିଟିକି ପଡ଼ିଲା ବାଇକ୍, ଦୁଇ ଜଣ…

ଥୁଆମୂଳ ରାମପୁର,୨୯।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା-କଲେଜ ଛକ ମଧ୍ୟବର୍ତ୍ତୀ ଡୁମେର ଗଛ ବୁଲାଣି ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୬:୧୦…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

କେସିଙ୍ଗାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୨୧ ଦୋକାନରୁ ୧୩ ହଜାର ଜରିମାନା, ୩୮ କେଜି ବାସି ଖାଦ୍ୟ ନଷ୍ଟ

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ମିଠା ଦୋକାନଗୁଡ଼ିକରେ ଶନିବାର କଳାହାଣ୍ଡି ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଆକସ୍ମିକ ଚଢ଼ାଉ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri