ତହସିଲ କାର୍ଯ୍ୟାଳୟରେ ଫାଇଲ ଯାଞ୍ଚ କଲେ ଅତିରିକ୍ତ ଜିଲାପାଳ

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲାର ଅତିତିକ୍ତ ଜିଲାପାଳ ରମେଶ ଜେନା ଦାରିଙ୍ଗବାଡ଼ି ତହସିଲ କାର୍ଯ୍ୟାଳୟକୁ ଶନିବାର ପରିଦର୍ଶନ କରିଛନ୍ତି। ସେ କାର୍ଯ୍ୟାଳୟରେ ପହଞ୍ଚିବା ପରେ ତହସିଲଦାରଙ୍କ ପ୍ରକୋଷ୍ଠକୁ ଯାଇଥିଲେ ସେଠାରେ ଦାୟିତ୍ୱରେ ଥିବା ତହସିଲଦାର ଫାଲ୍ଗୁନୀ କୁମାର, ଅତିତିକ୍ତ ତହସିଲଦାର ଦୁଃଶାସନ ସ୍ବାଇଁ, ରାଜସ୍ବ ସୁପରଭାଇଜର ଡାବାର ଫ୍ଲୋରିଆ ପ୍ରମୁଖ ତାଙ୍କୁ ସ୍ବାଗତ କରିଥିଲେ। ପରେ ସେ ବିଭିନ୍ନ ପ୍ରସଙ୍ଗରେ ତହସିଲଦାରଙ୍କ ସହ ଆଲୋଚନା କରିଥିବା ବେଳେ କାର୍ଯ୍ୟାଳୟର ବିଭିନ୍ନ ବିଭାଗ, ଉପବିଭାଗର କାର୍ଯ୍ୟରତ କର୍ମଚାରୀ, ରାଜସ୍ବ ନିରୀକ୍ଷକ, ରାଜସ୍ବ ସୁପରଭାଇଜରଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବା ସହ ଫାଇଲଗୁଡ଼ିକ ଯାଞ୍ଚ କରିଥିଲେ। ଲଗ୍‌ ବୁକ ନିରୀକ୍ଷଣ କରିବା ସହ ଜଙ୍ଗଲଜମି ପଟ୍ଟା ବଣ୍ଟନ, ବିଭିନ୍ନ ପ୍ରମାଣପତ୍ର ବଣ୍ଟନ ସହ କାର୍ଯ୍ୟାଳୟର ଅନ୍ୟ କାର୍ଯ୍ୟଗୁଡିକ କିଭଳି ହୋଇଛି ସେ ସମ୍ପର୍କରେ ନିରୀକ୍ଷଣ କରିଛନ୍ତି। ଅନେକ ସମୟରେ ଲୋକଙ୍କ କାର୍ଯ୍ୟ ତହସିଲ କାର୍ଯ୍ୟାଳୟରେ ସଠିକ୍‌ ସମୟସୀମା ମଧ୍ୟରେ କରାଯାଉ ନ ଥିବା ପ୍ରସଙ୍ଗରେ ମଧ୍ୟ ଅତିରିକ୍ତ ଜିଲାପାଳ ଉଦ୍‌ବେଗ ପ୍ରକାଶ କରିବା ସହ ଲୋକଙ୍କ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?