ଦଳେଇଗୁଡ଼ା ସ୍କୁଲକୁ ଆକସ୍ମିକ ଗସ୍ତ କଲେ ଅତିରିକ୍ତ ଜିଲ୍ଲାପାଳ, ଯାଞ୍ଚ କଲେ ଖାଦ୍ୟର ଗୁଣବତ୍ତା

ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ ): ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ବିଦ୍ୟାଳୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ପାଇଁ ଉପଲବ୍ଧ ବ୍ୟବସ୍ଥା, ଖାଦ୍ୟର ଗୁଣବତ୍ତା ଏବଂ ସରକାରୀ ନିର୍ଦ୍ଧାରିତ ମାନଦଣ୍ଡର ଅନୁପାଳନ ସମ୍ପର୍କରେ ନିୟମିତ ତଦାରଖ କରାଯାଉଛି । ଏହି ପରିପ୍ରେକ୍ଷୀରେ ଆଜି ପାପଡ଼ାହାଣ୍ଡି ବ୍ଲକ୍‌ ଅନ୍ତର୍ଗତ ଦଳେଇଗୁଡ଼ା ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟକୁ ଅତିରିକ୍ତ ଜିଲାପାଳ (ରାଜସ୍ୱ) ବିଶ୍ୱଜିତ ବର୍ମାନ ଆକସ୍ମିକ ପରିଦର୍ଶନ କରିଥିଲେ। ତାଙ୍କ ସହ ଗୋଷ୍ଠୀ ଉନ୍ନୟନ ଅଧିକାରୀ କପିଳଦେବ ସାହୁ, ଜିଲା ପ୍ରକଳ୍ପ ଅଧିକାରୀ (ଡି.ପି.ଓ) ହିମାଂଶୁ ଶେଖର ପଟନାୟକ ଉପସ୍ଥିତ ଥିଲେ।

ପରିଦର୍ଶନ ସମୟରେ ଅଧିକାରୀମାନେ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ପରିବେଷଣ କରାଯାଉଥିବା ଖାଦ୍ୟର ଗୁଣବତ୍ତା, ପରିମାଣ ଓ ପରିଚ୍ଛନ୍ନତା ଯାଞ୍ଚ କରିଥିଲେ। ଖାଦ୍ୟ ପ୍ରସ୍ତୁତି ଓ ପରିବେଷଣ ସମୟରେ ଆବଶ୍ୟକ ସ୍ୱଚ୍ଛତା ଏବଂ ସ୍ୱାସ୍ଥ୍ୟକର ପରିବେଶ ବଜାୟ ରହୁଛି କି ନାହିଁ, ତାହା ମଧ୍ୟ ଅନୁଧ୍ୟାନ କରାଯାଇଥିଲା। ଏଥିସହ ବିଦ୍ୟାଳୟରେ ଉପଲବ୍ଧ ଚାଉଳ, ପନିପରିବା ଓ ଅନ୍ୟାନ୍ୟ ଖାଦ୍ୟ ସାମଗ୍ରୀର ଷ୍ଟକ୍‌ ସ୍ଥିତି ଯାଞ୍ଚ କରାଯାଇଥିଲା। ମହଜୁଦ ଖାଦ୍ୟ ସାମଗ୍ରୀର ପରିମାଣ, ସଂରକ୍ଷଣ ପ୍ରଣାଳୀ ଓ ରେକର୍ଡ ସମ୍ପର୍କରେ ଅଧିକାରୀମାନେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କଠାରୁ ତଥ୍ୟ ନେଇଥିଲେ।

ପରିଦର୍ଶନ ଅବସରରେ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଧାରିତ ମାନଦଣ୍ଡ ଅନୁଯାୟୀ ଗୁଣାତ୍ମକ, ପୁଷ୍ଟିକର ଓ ସୁରକ୍ଷିତ ଖାଦ୍ୟ ଯୋଗାଣ ସୁନିଶ୍ଚିତ କରିବା ସହ ଖାଦ୍ୟ ସାମଗ୍ରୀର ଯଥାଯଥ ସଂରକ୍ଷଣ ଓ ଷ୍ଟକ୍‌ ରେକର୍ଡ ନିୟମିତ ଭାବେ ଅଦ୍ୟତନ ରଖିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଜିଲା ପ୍ରଶାସନ ପକ୍ଷରୁ ଶିକ୍ଷାନୁଷ୍ଠାନଗୁଡ଼ିକରେ ଛାତ୍ରୀଛାତ୍ରଙ୍କ କଲ୍ୟାଣ, ଉତ୍ତମ ଶିକ୍ଷା ପରିବେଶ, ପୁଷ୍ଟିକର ଖାଦ୍ୟ ଓ ଆବଶ୍ୟକ ସୁବିଧା ସୁନିଶ୍ଚିତ କରିବା ନିମନ୍ତେ କ୍ଷେତ୍ରସ୍ତରୀୟ ତଦାରଖ ଓ ଅନୁଧ୍ୟାନ ଜାରି ରହିବ ବୋଲି ଜଣାପଡ଼ିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟରେ ଖେଳିଗଲା ଚାଞ୍ଚଲ୍ୟ! ୨ ବଳାତ୍କାର ଅଭିଯୋଗରେ ଖେଳାଳି ନିଲମ୍ବିତ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୨୪।୯: ଇଂଲଣ୍ଡର ଘରୋଇ କ୍ରିକେଟରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏସେକ୍ସ କାଉଣ୍ଟି କ୍ରିକେଟ କ୍ଲବର ୨୪ ବର୍ଷୀୟ ବ୍ୟାଟର ରବିନ ଦାସଙ୍କ ବିରୋଧରେ ଦୁଇଟି…

କୋଲାବ ନଦୀରେ ଭାସିଗଲେ ଶିକ୍ଷକ, ମାଛ ଧରୁଥିବା ବେଳେ…

କୋରାପୁଟ, ୨୪ା୯ (ଅମିତାଭ ବେହେରା): କୋଲାବ ନଦୀର ପ୍ରଖର ସ୍ରୋତରେ ଭାସିଯାଇ ଜଣେ ଶିକ୍ଷକ ନିଖୋଜ ହୋଇଛନ୍ତି । ନିଖୋଜ ଶିକ୍ଷକ ହେଲେ ବନ୍ଦଗୁଡ଼ା ଅଞ୍ଚଳର ଭୀମଧର…

କେତୁଙ୍କ ନକ୍ଷତ୍ର ବଦଳିବା ମାତ୍ରେ ୪ ରାଶିଙ୍କୁ ଅପାର ଧନଲାଭ, ଚାକିରିରେ ପଦୋନ୍ନତି! ସବୁ କ୍ଷେତ୍ରରେ ପାଇବେ ଲାଭ ହିଁ ଲାଭ

ବୈଦିକ ଜ୍ୟୋତିଷରେ କେତୁଙ୍କୁ ରହସ୍ୟ, ଆଧ୍ୟାତ୍ମିକତା, ଗବେଷଣା ଓ ବୈରାଗ୍ୟ ସହ ଜଡ଼ିତ ଗ୍ରହ ଭାବେ ମନାଯାଏ। ନଭେମ୍ବର ଶେଷରେ କେତୁଙ୍କ ନକ୍ଷତ୍ର ପରିବର୍ତ୍ତନ ହେବାକୁ ଯାଉଛି।…

ମ୍ୟାଚ୍‌ ପୂର୍ବରୁ ଭାରତକୁ ଚେତାବନୀ ଦେଲେ ପାକିସ୍ତାନ କୋଚ: ଆମେ ଚାପ….

କରାଚି,୨୪।୯: ଏସିଆନ ଗେମ୍ସ ୨୦୨୬ରେ ପାକିସ୍ତାନ କ୍ରିକେଟ ଟିମ ଆସନ୍ତା ସେପ୍ଟେମ୍ବର ୨୮ ରୁ ନିଜ ଅଭିଯାନ ଆରମ୍ଭ କରିବ। ତେବେ କ୍ୱାର୍ଟର ଫାଇନାଲରେ ପାକିସ୍ତାନ କେଉଁ…

ଲଗାଣବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ; ଅଳ୍ପକେ ବର୍ତ୍ତିଲେ ପରିବାର, ବିପନ୍ନଙ୍କୁ ସହାୟତା ଦାବି

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଗତ ୪ ଦିନ ବ୍ୟାପି ବର୍ଷା ଲାଗି ରହିଛି । ଫଳରେ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…

ପେଟ୍ରୋଲ ପମ୍ପରେ ନୂଆ ନିୟମ! ଦିନକୁ ମିଳିବ ମାତ୍ର ଏତିକି ଲିଟର, ଧାର୍ଯ୍ୟ ହେଲା ଲିମିଟ୍‌

ନୂଆଦିଲ୍ଲୀ,୨୪।୯: ଯଦି ଆପଣଙ୍କ ପାଖରେ ବଡ଼ ଗାଡ଼ି କିମ୍ବା ଡିଜେଲରେ ଚାଲୁଥିବା କମର୍ସିଆଲ ଯାନ ରହିଛି ଏବଂ ନିୟମିତ ଭାବେ ବହୁ ପରିମାଣରେ ଡିଜେଲ ଭରାଇବାକୁ ପଡ଼ୁଛି,…

ଚାଞ୍ଚଲ୍ୟକର ଖୁଲାସା, ଏହି ଖେଳାଳି ଛଡାଇ ନେବେ ଋତୁରାଜଙ୍କ ପଦ!

ନୂଆଦିଲ୍ଲୀ: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ନିଜ କୋଚିଂ ସେଟଅପ୍‌ରେ ବଡ଼ ପରିବର୍ତ୍ତନ କରିଛି । ଦୀର୍ଘ ସମୟ ଧରି ଦଳର ହେଡ୍…

୫ ରାଜ୍ୟର ନିର୍ବାଚନରେ ପାଣି ଭଳି ଟଙ୍କା ଖର୍ଚ୍ଚ କରିଛି ଭାଜପା, ମୂଲ୍ୟ ଶୁଣିଲେ ହୋଇଯିବେ କାବା! ଏହି ରାଜ୍ୟରେ ସବୁଠୁ ଅଧିକ

ନୂଆଦିଲ୍ଲୀ,୨୪।୯: ଆସାମ, ତାମିଲନାଡୁ, ପୁଡୁଚେରୀ, କେରଳ ଏବଂ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଖର୍ଚ୍ଚ ରିପୋର୍ଟରୁ ଜଣାପଡ଼ିଛି ଯେ, ଦଳର କେନ୍ଦ୍ରୀୟ କାର୍ଯ୍ୟାଳୟ ଏହି ୫ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?