ଭିଜିଲାନ୍ସ ଜାଲରେ ଅତିରିକ୍ତ ମତ୍ସ୍ୟ ଅଧିକାରୀ

ସମ୍ବଲପୁର/ନାକଟିଦେଉଳ,୧୫ା୧୨(ପ୍ରମୋଦ ବହିଦାର/ବୈକୁଣ୍ଠ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଅତିରିକ୍ତ ମତ୍ସ୍ୟ ଅଧିକାରୀ ସ୍ନେହଲତା ମହାନ୍ତି ଶୁକ୍ରବାର ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କୁଣ୍ଡରେ କାର୍ପ ମାଛ ଜାଆଁଳ ଚାଷ ପାଇଁ ନେଇଥିବା ଋଣ ପରିଶୋଧ ପରେ ସବ୍‌ସିଡି ଅନୁମୋଦନ ପାଇଁ ଅତିରିକ୍ତ ମତ୍ସ୍ୟ ଅଧିକାରୀ ମହାନ୍ତି ଉପରମୁଣ୍ଢା ମା’ ସମଲେଇ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଠାରୁ ୨୦ ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ। ଏ ନେଇ ଉକ୍ତ ମହିଳା ଗୋଷ୍ଠୀର କର୍ମକର୍ତ୍ତା ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇଥିଲେ। ଫଳରେ ଭିଜିଲାନ୍ସ ବିଭାଗ ପକ୍ଷରୁ ତାଙ୍କୁ ଧରିବା ପାଇଁ ଜାଲ ବିଛାଯାଇଥିଲା।

ଯୋଜନା ଅନୁସାରେ ଶୁକ୍ରବାର ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ଅତିରିକ୍ତ ମତ୍ସ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟକୁ ଯାଇ ତାଙ୍କ ଦାବି ଅନୁସାରେ ଲାଞ୍ଚ ବାବଦକୁ ଭିଜିଲାନ୍ସ ବିଭାଗ ଦ୍ୱାରା ରାସାୟନିକ ପ୍ରଲେପ ଦିଆ ୨୦ ହଜାର ଟଙ୍କାର ଏକ ବ୍ଲାଙ୍କ ଚେକ୍‌ ପ୍ରଦାନ କରିଥିଲେ। ଏହି ସମୟରେ ପୂର୍ବରୁ ସେଠାରେ ସାଦା ପୋଷାକରେ ଛପିରହିଥିବା ଓଡ଼ିଶା ଭିଜିଲାନ୍ସ ବିଭାଗ ମହିଳା ଅଧିକାରୀମାନେ ଅତିରିକ୍ତ ମତ୍ସ୍ୟ ଅଧିକାରୀ ସ୍ନେହଲଙ୍କ ନିକଟରୁ ୨୦ ହଜାର ଟଙ୍କାର ବ୍ଲାଙ୍କ ଚେକ୍‌ ସହ ତାଙ୍କ ନିକଟରେ ଥିବା ଋଣ ସମ୍ପର୍କିତ ସମସ୍ତ କାଗଜପତ୍ର ଜବତ କରିଥିଲେ।

ପରେ ଭିଜିଲାନ୍ସ ପକ୍ଷରୁ ତାଙ୍କୁ ଗିରଫ କରାଯାଇ ସମ୍ବଲପୁର ଶାଖା କାର୍ଯ୍ୟାଳୟକୁ ଅଣାଯାଇଥିଲା। ଭିଜିଲାନ୍ସ ବିଭାଗ କର୍ମଚାରୀ ରେଢ଼ାଖୋଲସ୍ଥିତ ତାଙ୍କ ଭଡ଼ାଘର ଓ କାର୍ଯ୍ୟାଳୟରେ ଏକସମୟରେ ଚଢ଼ାଉ କରିଥିଲେ। ଏହାକୁ ନେଇ ସମ୍ବଲପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ମାମଲା(ନଂ.୩୧/୨୩) ରୁଜୁ ହୋଇଛି। ମହାନ୍ତିଙ୍କୁ କୋର୍ଟକୁ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ବୁଢ଼ାଢିଅ ଗାଁ ରେ ଥିବା କିଛି ଘରେ ଥିଲା ଗଞ୍ଜେଇ: ଚଢ଼ାଉପରେ ୭ ଲକ୍ଷ ଟଙ୍କାର …

ମୋହନା,୨୪।୩(ମନ୍ମଥ ମିଶ୍ର): ଗଜପତି ଅଡବା ଥାନା ଅଞ୍ଚଳ ଗତ କିଛି ଦିନ ହେବ ଗଞ୍ଜେଇ ବେପାରୀଙ୍କ ନିଦ ହଜାଇ ଦେଇଛି ପୋଲିସ। ଆର୍‌ ଉଦୟଗିରୀ ଏସଡିପିଓ ରାକେଶ…

ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ହିନ୍ଦୁ, ବୌଦ୍ଧ, ଶିଖ ଧର୍ମାବଲମ୍ବୀ…

ନୂଆଦିଲ୍ଲୀ,୨୪।୩: ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି, ହିନ୍ଦୁ, ଶିଖ କିମ୍ବା ବୌଦ୍ଧ ଧର୍ମ ବ୍ୟତୀତ ଅନ୍ୟ କୌଣସି…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri