ଚଳିତ ବର୍ଷ ୨.୩୩ ଲକ୍ଷ ହେକ୍ଟର ଅତିରିକ୍ତ ଜଳସେଚନ କ୍ଷମତା ସୃଷ୍ଟି କରାଯିବ: ମନ୍ତ୍ରୀ

ଭୁବନେଶ୍ବର, ୧୮ା୩(ବ୍ୟୁରୋ): ଆସନ୍ତା ୫ ବର୍ଷରେ ଜଳ ସମ୍ପଦ ଭିତ୍ତିଭୂମି ନିର୍ମାଣ ପାଇଁ ୭୫ ହଜାର କୋଟି ଟଙ୍କାର ପ୍ରାବଧାନ ରଖାଯାଇଛି। ୨୦୨୩-୨୪ ଆର୍ଥିକ ବର୍ଷରେ ଜଳ କ୍ଷେତ୍ରରେ ବିକାଶ କାର୍ଯ୍ୟ ପାଇଁ ୧୧,୬୫୫ କୋଟି (କାପେକ୍ସ ଓ ଚାର୍ଜ ପରିମାଣ ସହିତ) ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ସେହିପରି ୨୦୨୩-୨୪ ଆର୍ଥିକ ବର୍ଷରେ ୨.୩୩ ଲକ୍ଷ ହେକ୍ଟର ଅତିରିକ୍ତ ଜଳସେଚନ କ୍ଷମତା ସୃଷ୍ଟି କରାଯିବା ପ୍ରସ୍ତାବ ରହିଥିବା ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି।
ଜଳ ସମ୍ପଦ ବିଭାଗ ଖର୍ଚ୍ଚଦାବି ଆଲୋଚନାର ଉତ୍ତରରେ ମନ୍ତ୍ରୀ କହିଛନ୍ତି, ଚଳିତବର୍ଷ ନିର୍ଦ୍ଧାରିତ ସମୟ ପୂର୍ବରୁ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରି ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ। ମରୁଡ଼ି ପ୍ରପୀଡ଼ିତ ୨୫,୬୦୦ ହେକ୍ଟର ଚାଷଜମିକୁ ଜଳସେଚନ ଯୋଗାଇ ଦିଆଯିବ। ଗଞ୍ଜାମରେ ଘଟକେଶ୍ବର ଡ୍ୟାମ୍‌, ନୟାଗଡ଼ରେ କୁସୁମୀ ବ୍ୟାରେଜ୍‌ ଏବଂ ଅନୁଗୋଳ ଜିଲାରେ ମନଯୋର ସମ୍ପ୍ରସାରଣ ଭଳି ୩ଟି ବୃହତ୍‌ ଏବଂ ମଧ୍ୟମ ଜଳସେଚନ ପ୍ରକଳ୍ପର କାର୍ଯ୍ୟ ଶେଷ ହେବ। ଚଳିତବର୍ଷ ବଲାଙ୍ଗୀରର ଲୋୟର ସୁକତେଲ ବୃହତ୍‌ ଜଳସେଚନ ପ୍ରକଳ୍ପ ତଥା କେନ୍ଦୁଝର ଜିଲାର କାନୁପୁର ଜଳସେଚନ ପ୍ରକଳ୍ପରେ ଜଳଭଣ୍ଡାରରେ ଜଳ ସଞ୍ଚୟ କାର୍ଯ୍ୟ ପ୍ରାରମ୍ଭ କରାଯିବ। ଏହା ବ୍ୟତୀତ ବୈତରଣୀ ନଦୀର ଆନନ୍ଦପୁର ବ୍ୟାରେଜ ସହ ସାଳନ୍ଦୀ ନଦୀର ବିଦ୍ୟାଧରପୁର ବ୍ୟାରେଜକୁ ସଂଯୋଗ କରୁଥିବା ସଂଯୋଗୀକରଣ କେନାଲକୁ ଚଳିତବର୍ଷ କାର୍ଯ୍ୟକ୍ଷମ କରାଯିବ। ୬ଟି ନୂତନ ବୃହତ୍‌ ଏବଂ ମଧ୍ୟମ ପ୍ରକଳ୍ପ ଯଥା- ନବରଙ୍ଗପୁରରେ ନବରଙ୍ଗପୁର ଉଠା ଜଳସେଚନ, ବଲାଙ୍ଗୀରରେ ଅପରଲାନ୍ଥ, ନୟାଗଡ଼ରେ ବୃତ୍ତଙ୍ଗ, ଅନୁଗୋଳରେ ସମାକୋଇ, ଗଞ୍ଜାମରେ ପିପଳପଙ୍ଖା ଓ ମୟୂରଭଞ୍ଜରେ ଖଇରବନ୍ଧର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଜଳ ସଂରକ୍ଷଣ ପାଇଁ ୪୬ଟି ଅନୁମୋଦିତ ଇନ୍‌ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର୍‌ (ନଦୀଗର୍ଭ ଜଳାଶୟ) ବ୍ୟତୀତ ଅତିରିକ୍ତ ୨୦ଟି ନୂତନ ଇନ୍‌ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର ନିର୍ମାଣ କାର୍ଯ୍ୟ ହାତକୁ ନିଆଯିବ। ଏଥିପାଇଁ ବଜେଟରେ ୮୫୪ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ପାର୍ବତୀ ଗିରି ବୃହତ୍‌ ଉଠା ଜଳସେଚନ ଯୋଜନା ମାଧ୍ୟମରେ ୧୭ଟି ନୂତନ ବୃହତ୍‌ ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ ଦିଆଯାଇଛି। ଏଥିପାଇଁ ୫୦୦ କୋଟିର ବ୍ୟୟବରାଦ କରାଯାଇଛି। ବନ୍ୟା ପରିଚାଳନା ପାଇଁ ବନ୍ୟା ନିୟନ୍ତ୍ରଣ ବନ୍ଧ ଓ ଜଳ ନିଷ୍କାସନର ଉନ୍ନତୀକରଣ ପାଇଁ ଆଗାମୀ ଆର୍ଥିକ ବର୍ଷରେ ୯୬୧ କୋଟି ଟଙ୍କାର ବ୍ୟୟ ଅଟକଳ ବଜେଟରେ ରଖାଯାଇଛି। ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ପୁରୀ ଜିଲାରେ ପାଖାପାଖି ୨୦୦ କିମି ଲୁଣାବନ୍ଧକୁ ସୁଦୃଢ଼ କରିବା ପାଇଁ ୧୫୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ୨୦ ହଜାର ଗଭୀର ନଳକୂଅ ପାଇଁ ୩୦୦ କୋଟି ଟଙ୍କା ଏବଂ ୧୫୦୦ କମ୍ୟୁନିଟି ଉଠା ଜଳସେଚନ ପ୍ରକଳ୍ପ ପାଇଁ ୪୦୦ କୋଟି ଟଙ୍କା ଏବଂ ଅଚଳ ଉଠା ଜଳସେଚନ ପଏଣ୍ଟର ପୁନରୁଦ୍ଧାର ପାଇଁ ୧୯୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ୫୦୦ଟି ଚେକ୍‌ ଡ୍ୟାମ୍‌ ନିର୍ମାଣ ପାଇଁ ୧୮୧ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। କେନାଲ ଲାଇନିଂ ପାଇଁ ୨୭୦ କୋଟି, କରନାଳୀ ନିିର୍ମାଣ ପାଇଁ ୧୮୦ କୋଟି ଟଙ୍କା ,ନବକୃଷ୍ଣ ଚୌଧୁରୀ ସେଚ ଉନ୍ନୟନ ଯୋଜନାରେ ୧୨୫ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri