SRCଙ୍କ କଡ଼ା ନିର୍ଦ୍ଦେଶ, ବନ୍ୟା ପ୍ରଭାବିତ ଏହି ୪ ଜିଲାକୁ ମିଳିବ ଚାଉଳ…

ଭୁବନେଶ୍ବର ୨୦।୮: ପ୍ରବଳ ବର୍ଷା ଓ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ତୁରନ୍ତ ଅତିରିକ୍ତ ରିଲିଫ୍‌ ଚାଉଳ ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ରାଜେଶ ପ୍ରଭାକର ପାଟିଲ ।

ଲଗାଣ ବର୍ଷା ଯୋଗୁଁ ପ୍ରମୁଖ ନଦୀଗୁଡ଼ିକର ଜଳସ୍ତର ବଢ଼ିବାରୁ ଏକାଧିକ ତଳିଆ ଗ୍ରାମ ପଞ୍ଚାୟତ ଓ ଗାଁ ଜଳମଗ୍ନ ହୋଇଛି । ଅନେକ ଅଞ୍ଚଳର ଲୋକେ ଜଳବନ୍ଦୀ ହୋଇଥିବା ବେଳେ ଜନଜୀବନ ପ୍ରଭାବିତ ହୋଇଛି । ଏହା ସହିତ ସ୍ଥାନୀୟ ଅଞ୍ଚଳରେ ଖାଦ୍ୟ ଯୋଗାଣ ମଧ୍ୟ ବାଧାପ୍ରାପ୍ତ ହୋଇଛି ।

ବନ୍ୟା ପ୍ରଭାବିତ ଅଞ୍ଚଳରେ ଏବେ ସାମୂହିକ ରୋଷେଇ କେନ୍ଦ୍ର ଓ ଜରୁରୀକାଳୀନ ଖାଦ୍ୟ ବଣ୍ଟନ ବ୍ୟବସ୍ଥା ଜାରି ରହିଛି । ଅସ୍ଥାୟୀ ଆଶ୍ରୟସ୍ଥଳୀରେ ରନ୍ଧା ଖାଦ୍ୟ ଯୋଗାଣ ଏବଂ ଜଳବନ୍ଦୀ ଅଞ୍ଚଳରେ ଚାଉଳ ବଣ୍ଟନ ବନ୍ୟା ପରିସ୍ଥିତି ସୁଧୁରିବା ଓ ବିସ୍ଥାପିତ ପରିବାର ଗୁଡ଼ିକ ନିରାପଦରେ ଘରକୁ ଫେରିବା ପର୍ଯ୍ୟନ୍ତ ନିରବଚ୍ଛିନ୍ନ ଭାବେ ଜାରି ରଖିବାକୁ କୁହାଯାଇଛି ।

ପ୍ରଭାବିତ ଲୋକଙ୍କ ଖାଦ୍ୟ ସୁରକ୍ଷା ଓ ପୁଷ୍ଟି ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅତିରିକ୍ତ ରିଲିଫ୍‌ ଚାଉଳର ତୁରନ୍ତ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି। ପ୍ରତ୍ୟେକ ପ୍ରାପ୍ତବୟସ୍କଙ୍କ ପାଇଁ ଦୈନିକ ୧ କିଲୋଗ୍ରାମ ଏବଂ ୧୨ ବର୍ଷରୁ କମ୍‌ ଶିଶୁଙ୍କ ପାଇଁ ଦୈନିକ ୫୦୦ ଗ୍ରାମ ହିସାବରେ ଚାଉଳ ବଣ୍ଟନ କରାଯିବ।

ଜିଲ୍ଲାପାଳମାନେ ନିଜ ନିଜ ଜିଲ୍ଲାରେ ପ୍ରଭାବିତ ଲୋକଙ୍କ ଆନୁମାନିକ ସଂଖ୍ୟା, ସ୍ୱତନ୍ତ୍ର ରିଲିଫ୍‌ କେତେଦିନ ଆବଶ୍ୟକ ହେବ ଏବଂ ମୋଟ କେତେ ମେଟ୍ରିକ୍‌ ଟନ୍‌ ଚାଉଳ ଆବଶ୍ୟକ, ତାହାର ଆକଳନ କରି ଶୀଘ୍ର ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଅନ୍ୟପକ୍ଷରେ, ପ୍ରଭାବିତ ଜିଲ୍ଲାଗୁଡ଼ିକୁ ଚାଉଳ ପଠାଇବାରେ ଯେପରି କୌଣସି ବିଳମ୍ବ ନହୁଏ, ସେଥିପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ପ୍ରାଥମିକତା ଭିତ୍ତିରେ ଚାଉଳ ମହଜୁଦ ଯୋଗାଇବାକୁ କୁହାଯାଇଛି । ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ପାଇଁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶର ନକଲ ଓଡ଼ିଶା ରାଜ୍ୟ ନାଗରିକ ଯୋଗାଣ ନିଗମର ପରିଚାଳନା ନିର୍ଦ୍ଦେଶକ ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ସଚିବଙ୍କୁ ପଠାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?