ଫୁଲବାଣୀ ପ୍ରକଳ୍ପ ପ୍ରଶାସକଙ୍କୁ ଅତିରିକ୍ତ ଦାୟିତ୍ୱ

ଦାରିଙ୍ଗବାଡ଼ି,୧୯ା୧୦(ଅରୁଣ ସାହୁ): ଆଉ ମାତ୍ର ୩ ମାସ ପରେ ପାଳିତ ହେବ ଦାରିଙ୍ଗବାଡ଼ିରେ ଶୀତ ମହୋତ୍ସବ। ବିଗତ ଦିନଠାରୁ ଚଳିତ ବର୍ଷ ଆହୁରି ଏହି ମହୋତ୍ସବ ଆଦୃତ ହେବ ବୋଲି ସମସ୍ତଙ୍କ ଆଶା ରହିଛି। ସେହିପରି ଇକୋ ରିଟ୍ରିଟ୍‌ ମଧ୍ୟ ୩ ମାସ ଧରି ଚାଲିବ। ତେଣୁ ଏହି ସବୁ କାର୍ଯ୍ୟକ୍ରମରେ ପର୍ଯ୍ୟଟକ ଦେଖିବାକୁ ପାଇବେ ଜନଜାତିଙ୍କ ପାରମ୍ପରିକ ଚଳଣି, ନୃତ୍ୟ ସଙ୍ଗୀତ, ବାଦ୍ୟ ଯନ୍ତ୍ର ଆଦି। ଏଥିପାଇଁ କନ୍ଧମାଳ ଜିଲା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ତତ୍ତ୍ୱାବଧାନରେ ଜନଜାତିଙ୍କ ସଂସ୍କୃତି ପରମ୍ପରାର ପ୍ରଚାରପ୍ରସାର ହୋଇଥାଏ। ତେବେ ଚଳିତ ବର୍ଷ ଏହା ଆହୁରି ଆଦୃତ ହୋଇପାରିବ ବୋଲି ଦାରିଙ୍ଗବାଡ଼ି ଅଞ୍ଚଳବାସୀ ଆଶା ପ୍ରକଟ କରିଛନ୍ତି।

ପ୍ରକାଶ ଯେ, ଦାରିଙ୍ଗବାଡ଼ିର ପୂର୍ବତନ ବିଡିଓ ତଥା ଏବେକାର ଫୁଲବାଣୀ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ)ର ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ରଙ୍କୁ କନ୍ଧମାଳ ଜିଲାପାଳ ଅତିରିକ୍ତ ୨ଟି ବିଭାଗର ଦାୟିତ୍ୱ ପ୍ରଦାନ କରିଛନ୍ତି। ସେ ଜିଲା ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଜିଲା ମୁଖ୍ୟ ଭାବେ ଦାୟିତ୍ୱ ପାଇଛନ୍ତି।

ଏନେଇ ପ୍ରକଳ୍ପ ପ୍ରଶାସକ ପାତ୍ର କହିଛନ୍ତି, ସେ ଜିଲାରେ ଜନଜାତିଙ୍କ କଳା, ସଂସ୍କୃତିକୁ ଗୁରୁତ୍ୱ ପ୍ରଦାନ କରିବା ସହ ଦାରିଙ୍ଗବାଡ଼ି ବ୍ଲକକୁ ମଧ୍ୟ ଦୃଷ୍ଟି ଦେବେ କହିବା ସହ ଇକୋ ରିଟ୍ରିଟ୍‌ରେ ପ୍ରତିଦିନ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ପର୍ଯ୍ୟଟକମାନେ ସ୍ଥାନୀୟ ପାରମ୍ପରିକ ସଙ୍ଗୀତ, ନୃତ୍ୟ ଆଦିକୁ ପସନ୍ଦ କରିଥାନ୍ତି। ତେଣୁ ଆହୁରି ସୁନ୍ଦର ଓ ଆଦୃତ କରିବା ପାଇଁ ସେ ପ୍ରୟାସ କରିବେ ଏଥିସହ ଓଡ଼ିଆ ଭାଷା ଓ ସାହିତ୍ୟ ପାଇଁ ମଧ୍ୟ ଜିଲାରେ କାର୍ଯ୍ୟ କରିବେ ବୋଲି ସେ କହିଛନ୍ତି। ଦାରିଙ୍ଗବାଡ଼ି ପର୍ଯ୍ୟଟନ କ୍ଷେତ୍ର ପାଇଁ ସ୍ବତନ୍ତ୍ର ସ୍ଥାନ ରହିଥିବାରୁ ସେ ଏଥିପ୍ରତି ଗୁରୁତ୍ୱ ଦେବେ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?