ଓକିଲାତିନାମାରେ ଅତିରିକ୍ତ ଷ୍ଟାମ୍ପ୍‌ ଫି’ ଲାଗୁ ୬ ସପ୍ତାହ ଘୁଞ୍ଚିଲା

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ଓଡ଼ିଶା ଷ୍ଟେଟ୍‌ ବାର କାଉନ୍‌ସିଲ ଆଡ୍‌ଭୋକେଟ୍‌ସ ଓ୍ବେଲ୍‌ଫେୟାର କର୍ପସ ଫଣ୍ଡ୍‌ ଷ୍ଟାମ୍ପ୍‌ କାର୍ଯ୍ୟକାରିକୁ ସ୍ଥଗିତ ରଖାଯାଇଛି। ପ୍ରତ୍ୟେକ ଓକିଲାତି ନାମାରେ ଏବାବଦକୁ ୧୦୦ ଟଙ୍କାର ଅତିରିକ୍ତ ଷ୍ଟାମ୍ପ୍‌ ଫି’ ଲଗାଇବାକୁ ନୂଆ ନିୟମ କରାଯାଇଛି। ହେଲେ ରାଜ୍ୟର ଆଇନଜୀବୀ ତଥା ଓକିଲ ସଂଘମାନେ ବିରୋଧ କରିବାପରେ ଏହାର କାର୍ଯ୍ୟକାରିତାକୁ ଆଉ ୬ ସପ୍ତାହ ଘୁଞ୍ଚାଇ ଦିଆଯାଇଛି। ଏନେଇ ରାଜ୍ୟ ବାର କାଉନସିଲ ସମସ୍ତ ସହବନ୍ଧିତ ଓକିଲ ସଂଘକୁ ପତ୍ର ମାଧ୍ୟମରେ ଜଣାଇଦେଇଛି। ଏହି ନୂତନ ନିୟମ ଗତ ମେ ୧୪ରୁ କାର୍ଯ୍ୟକାରୀ ହେବାର ଥିଲା। ହେଲେ ଆରମ୍ଭରୁ ବିରୋଧ କରାଯିବାରୁ ଏହାର କାର୍ଯ୍ୟକାରିତାକୁ ପ୍ରଥମ ପର୍ଯ୍ୟାୟରେ ଜୁନ୍‌ ୧୭ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିଲା। ତେବେ ରାଜ୍ୟ ବାର୍‌ କାଉନ୍‌ସିଲ୍‌ର ଚିଠି ପାଇବା ପରେ ବୁଧବାର ଭର୍ଚୁଆଲ ମୋଡ୍‌ରେ ଖୋର୍ଦ୍ଧା ଓ ପୁରୀ ଜିଲାର ସମସ୍ତ ଓକିଲ ସଂଘ ସମେତ ଭୁବନେଶ୍ୱର ଓକିଲ ସଂଘ ପକ୍ଷରୁ ଏକ ବୈଠକ ବସିଥିଲା। ଏଥିରେ ଭୁବନେଶ୍ୱର ଓକିଲ ସଂଘ ସଭାପତି ନିର୍ମଳ କିଶୋର ରଥ, ସମ୍ପାଦକ ରାଜକିଶୋର ଦାସ, ଉପସଭାପତି ଦେବୀଦତ୍ତ ବାରିକ, ଯୁଗ୍ମ ସମ୍ପାଦକ ଅଶୋକ ବଡପଣ୍ଡା, କୋଷାଧ୍ୟକ୍ଷ ଲିଙ୍ଗରାଜ ମହାରଣା ଓ କାର୍ଯ୍ୟକାରୀ ସଦସ୍ୟମାନେ ଯୋଗଦେଇ ଓକିଲାତିନାମାରେ ୧୦୦ ଟଙ୍କାର ଅତିରିକ୍ତ ଷ୍ଟାମ୍ପ୍‌ ଫି’କୁ ପ୍ରତ୍ୟାହାର ପାଇଁ ଦାବି ରଖିଥିଲେ। ସୂଚନାଯୋଗ୍ୟ, କୋଭିଡ୍‌ ସମୟରେ ଏପରି ଅତିରିକ୍ତ ଷ୍ଟାମ୍ପ ଫି ଦେବା ନିୟମକୁ ପ୍ରତ୍ୟାହାର ସୋମବାର ନିଖିଳ ଓଡ଼ିଶା ଆଇନଜୀବୀ ସଂଘ ଓ ଭୁବନେଶ୍ୱର ଓକିଲ ସଂଘ ଦାବି କରି ଆନ୍ଦୋଳନ ଚେତାବନୀ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri