ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ

କଟକ ଅଫିସ,୨।୨: ନୂଆପଡ଼ା ଜିଲାର ଅତିରିକ୍ତ ଯୋଗାଣ ଅଧିକାରୀ ରତ୍ନାକର ସେଠୀଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। କଟକ, ଚୌଦ୍ୱାର, ନୂଆପଡ଼ାର ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଛି। କଟକସ୍ଥିତ ବାଲିସାହି ମଧୁ ପାଟଣା, ତିନି ମହଲା କୋଠା ଚାଉଳିଆଗଞ୍ଜ, ନଟରାଜ ପ୍ଲେସ କଲ୍ୟାଣ ମଣ୍ଡପ କଟକ, ଚୌଦ୍ୱାରଠାରେ ୩ ଏକର ଜମି, ନୂଆପଡା ଜିଲା ଯୋଗାଣ ବିଭାଗ କାର୍ଯ୍ୟାଳୟ, ନୂଆପଡ଼ାଠାରେ ଥିବା ଭଡା ଘର ମିଶି ୬ଟି ସ୍ଥାନରେ ଏକା ସାଙ୍ଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ ଚାଲିଛି । ନୂଆପଡା ଭଡା ଘରେ ଚଢ଼ାଉ ବେଳେ ନଗଦ ୧୫ ହଜାର ଟଙ୍କା,୪୯୮ ଗ୍ରାମ ସୁନାଗହଣା,୨.୫ କିଲୋଗ୍ରାମ ରୂପା ଅଳଙ୍କାର ଜବତ ହୋଇଛି। ସେହିପରି ରତ୍ନାକର ୧ କୋଟି ୧୩ ଲକ୍ଷ ଟଙ୍କାର ବିଭିନ୍ନ ବୀମା ଟଙ୍କା ପଇଠ କରିଥିବା ଜଣାପଡ଼ିଛି । ଚଢ଼ାଉରେ ୬ ଜଣ ଡିଏସ୍‌ପି, ୧୨ ଜଣ ଇନ୍ସପେକ୍ଟର ଓ ଅନ୍ୟ ଅଧିକାରୀ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା; ପୋଲିସର ଅତର୍କିତ ଚଢ଼ାଉରେ ୬ ଜଣ ଗିରଫ; ଟଙ୍କା-ମୋବାଇଲ ସହ…

ପାରଳାଖେମୁଣ୍ଡି,୧୩।୧୦(ଗିରିଧାରୀ ପରିଛା): ଗଜପତି ଜିଲାରେ ଜୁଆ ଆଡ୍ଡା ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ପ୍ରହ୍ଲାଦ ସହାୟ ମୀନାଙ୍କ ନିର୍ଦ୍ଦେଶକ୍ରମେ ପାରଳାଖେମୁଣ୍ଡି ଆଦର୍ଶ…

ପାଟଣା କଲେଜ ନିର୍ବାଚନ: ସରିଲା ପ୍ରଚାର, ବିରିୟାନି-ଗୁପ୍‌ଚୁପ୍‌ରେ କମ୍ପିଲା କଲେଜ କ୍ୟାମ୍ପସ୍…

ପାଟଣା, ୧୩।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନୀ ପ୍ରଚାରର ଶେଷ ଦିନରେ କଲେଜ ପରିସର ଚଳଚଞ୍ଚଳ…

ବୈତରଣୀ ନଦୀରୁ ନାବାଳକଙ୍କ ଗଳିତ ମୃତଦେହ ଜବତ, ପରିଚୟ ଖୋଜୁଛି ତୁରୁମୁଙ୍ଗା ପୋଲିସ

ପାଟଣା, ୧୩।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଜୁମେଇଁ ଗ୍ରାମ ନିକଟ ବୈତରଣୀ ନଦୀର ସିନ୍ଦୁରିଗୌରୀ ଘାଟରୁ ମଙ୍ଗଳବାର ଦିନ ଜଣେ…

ଦାରିଙ୍ଗବାଡିରେ ପୋଲିସ ପାଟ୍ରୋଲିଂ ବେଳେ ଧରାପଡ଼ିଲେ ଗଞ୍ଜେଇ ବେପାରୀ; ୨୩ କେଜିରୁ ଅଧିକ ଗଞ୍ଜେଇ ଜବତ

ଦାରିଙ୍ଗବାଡି, ୧୩।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଏକ ବଡ଼ଧରଣର ଗଞ୍ଜେଇ ଜବତ କରାଯାଇଛି। ପାଟ୍ରୋଲିଂ ବେଳେ ପୋଲିସ ୨୩…

କୋଲ୍‌କାତାରେ ହେବ ବାର୍ସେଲୋନା, ରିୟଲ ମାଡ୍ରିଡ୍‌ ଲିଜେଣ୍ଡ୍ସ ମ୍ୟାଚ୍‌

କୋଲ୍‌କାତା,୧୩ା୧୦: ବିଶ୍ୱ ଫୁଟ୍‌ବଲର ଅନ୍ୟତମ ସଫଳ କ୍ଲବ ବାର୍ସେଲୋନା ଓ ରିୟଲ ମାଡ୍ରିଡ୍‌ର ଲିଜେଣ୍ଡ୍ସ ଦଳ ଆସନ୍ତା ନଭେମ୍ବର ୨୫ରେ କୋଲ୍‌କାତାରେ ଏକ ପ୍ରଦର୍ଶନୀ ମ୍ୟାଚ୍‌ ଖେଳିବେ।…

ଗଞ୍ଜେଇ ସହ ବାଇକ ଜବତ: ଅଭିଯୁକ୍ତ ଗଲେ ଜେଲ             

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ପଥପାର୍ଶ୍ଵ ସୁବିଧାକେନ୍ଦ୍ର ନିକଟରୁ ମଙ୍ଗଳବାର ପୂର୍ବାହ୍ନ ସାଢେ ୬…

ତେଜିଲା ଆନ୍ଦୋଳନ, ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ବୈଶିଙ୍ଗା,୧୩।୧୦(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ବଣଦାମଦରପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କ ବଦଳି ନିର୍ଦ୍ଦେଶକୁ ଗ୍ରାମବାସୀ ବିରୋଧ କରିଛନ୍ତି।…

ଆସନ୍ତାକାଲି ଅସ୍ତ ହେବେ ଶୁକ୍ର! ୪ ରାଶିଙ୍କ ଉପରେ ଘୋର ଆର୍ଥିକ ସଙ୍କଟ! ଅଯଥାରେ ବଢିଯିବ ଖର୍ଚ୍ଚ…

ଧନ, ସମୃଦ୍ଧି ଏବଂ ଖୁସିର ଗ୍ରହ ଶୁକ୍ର ଆସନ୍ତା ୧୪ ଅକ୍ଟୋବରରେ ତୁଳା ରାଶିରେ ଅସ୍ତ ହେଉଛନ୍ତି । ନବରାତ୍ରିର ପବିତ୍ର ଦିନଗୁଡ଼ିକରେ ଶୁକ୍ରଙ୍କ ଅସ୍ତଗମନ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?