ବାରିପଦା ଅଫିସ/ରାସଗୋବିନ୍ଦପୁର,୧୦ା୭(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ତହସିଲ କାର୍ଯ୍ୟାଳୟରେ ପଶି ଅତିରିକ୍ତ ତହସିଲଦାରଙ୍କୁ ଧମକ ଦେଇଥିବା ଅଭିଯୋଗରେ ଭାଜପାର ପୂର୍ବତନ ଜିଲା ସଭାପତି କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ନାମରେ ଥାନାରେ ଅଭିଯୋଗ ହୋଇଛି। ରାସଗୋବିନ୍ଦପୁର ପୋଲିସ ଏନେଇ ଏକ ମାମଲା(ନଂ.୧୨୩/୨୦୨୦) ରୁଜୁ କରି ତଦନ୍ତ ଜାରି ରଖିଛି।
ପୋଲିସ ସୂଚନା ଅନୁସାରେ, ମଙ୍ଗଳବାର ଅପରାହ୍ନ ୪ଟାରେ କୃଷ୍ଣଚନ୍ଦ୍ର ତହସିଲ କାର୍ଯ୍ୟାଳୟକୁ ଯାଇ ତହସିଲଦାର ଦାୟିତ୍ୱରେ ଥିବା ଅତିରିକ୍ତ ତହସିଲଦାର ପ୍ରଭାତ କୁମାର ମହାପାତ୍ରଙ୍କ ଚ୍ୟାମ୍ପରରେ ପଶିଥିଲେ। ନିଜ କର୍ମୀମାନଙ୍କ ସହିତ କାର୍ଯ୍ୟାଳୟରେ ଲାଗିଥିତ୍ବା ସିସିଟିଭି କ୍ୟାମେରାକୁ ବନ୍ଦ କରିବା ସହିତ ଗାଳି କରିଥିଲେ। ବେଆଇନ ବାଲି ଚାଲାଣ ଅଭିଯୋଗରେ ଜବତ କରାଯାଇଥିବା ବଡ଼ମାପୁରର ଦିଲୀପ ନାୟକଙ୍କ ୨ଟି ଗାଡ଼ିକୁ ଛାଡ଼ି ଦେବା ପାଇଁ ଧମକ ଦେଇଥିଲେ। ଅନ୍ୟପକ୍ଷେ କୃଷ୍ଣଚନ୍ଦ୍ର ଆରଟିଆଇ ତଥ୍ୟ ମାଗିବାକୁ ଯାଇଥିବା ବେଳେ ଅତିରିକ୍ତ ତହସିଲଦାର ତଥ୍ୟ ନ ଦେଇ ତାଙ୍କ ନାମରେ ମିଥ୍ୟା ଅଭିଯୋଗ କରିଥିବା ଜିଲା ଭାଜପା ପକ୍ଷରୁ ପ୍ରେସ୍ ବିବୃତିରେ ସୂଚନା ଦିଆଯାଇଛି।
ଅତିରିକ୍ତ ତହସିଲଦାରଙ୍କୁ ଦୁର୍ବ୍ୟବହାର : ଭାଜପାର ପୂର୍ବତନ ଜିଲା ସଭାପତିଙ୍କ ନାମରେ ଏତଲା
ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା
ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...
ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି
ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...
ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…
ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...
ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା
ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...
ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି
ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...
ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…
ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...
ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…
ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍...
ପଲିଥିନ୍ କାରଖାନାରେ ଲାଗିଲା ନିଆଁ
କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...
Archives


