ବାଲିମାଫିଆଙ୍କ ଆକ୍ରମଣରେ ଅତିରିକ୍ତ ତହସିଲଦାର, ରାଜସ୍ବ ନୀରିକ୍ଷକ ଆହତ

ଲୋଇସିଂହା,୧୭।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଆଗଲପୁରରେ ରବିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ବାଲିମାଫିଆଙ୍କ ଆକ୍ରମଣରେ ଅତିରିକ୍ତ ତହସିଲଦାର ପ୍ରଭାକର ପଧାନ ଏବଂ ରାଜସ୍ବ ନୀରିକ୍ଷକ ସୁଶାନ୍ତ ପଟେଲ ଆହତ ହୋଇଛନ୍ତି । ଏପରିକି ଉଭୟ ଅଧିକାରୀଙ୍କୁ ଆକ୍ରମଣକାରୀ ୧ ଘଣ୍ଟା ପର୍ଯ୍ୟନ୍ତ ଅଟକ ରଖିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଥିଲା । ହେଲେ ପୋଲିସ ଉପସ୍ଥିତିରେ ଅଧିକାରୀ ଦ୍ୱୟଙ୍କୁ ଆକ୍ରମଣ ହୋଇଥିବା ଜଣାପଡିଛି।

ଅନ୍ୟପକ୍ଷେ ପୋଲିସ କୌଶଳ କରି ଅଧିକାରୀଙ୍କୁ ଉଦ୍ଧାର କରିବାରେ ସକ୍ଷମ ହୋଇଥିଲା ସୋମବାର ଆହତ ଅଧିକାରୀ ଦ୍ୱୟ ତହସିଲଦାର ସୁଚିତା ପୁଷ୍ପାଙ୍କ ସହ ଲୋଇସିଂହା ଥାନାକୁ ଆସି ଲିଖିତ ଅଭିଯୋଗ କରିଛନ୍ତି। ଏନେଇ ପୋଲିସ ଏକ ମାମଲା(ନଂ. ୩୫୧/୨୨) ରୁଜୁ କରିଛି। ଖୁବଶୀଘ୍ର ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ ବୋଲି ଆଇଆଇସି ରଶ୍ମିତା ବେହେରା କହିଛନ୍ତି।

ପୋଲିସ ସୂଚନା ମୁତାବକ, ନିୟମିତ ଭାବେ ଆଗଲପୁର ଅଞ୍ଚଳରେ ବାଲି ଓ ପଥର ଉତ୍ତୋଳନ କରି ଚାଲାଣ କରାଯାଉଥିବା ତହସିଲ କାର୍ଯ୍ୟାଳୟରେ ଅଭିଯୋଗ ହୋଇଥିଲ। ବାଲି ଚାଲାଣ ରୋକିବା ପାଇଁ ରବିବାର ରାତିରେ ଅତିରିକ୍ତ ତହସିଲ ପଧାନ ଓ ରାଜସ୍ବ ନୀରିକ୍ଷକ ପଟେଲ ତହସିଲ ଅଫିସ ଆଗରେ ଛକି ରହିଥିଲେ । ଏହି ସମୟରେ ଅଙ୍ଗନଦୀରୁ ଏକ ବାଲି ବୋଝେଇ ଟ୍ରାକ୍ଟର (ନଂ. ଓଡ଼ି୦୩ ଏସ୍‌-୮୯୩୪) ଉକ୍ତ ରାସ୍ତା ଦେଇ ଆସୁଥିବାରୁ ଅଧିକାରୀ ଦ୍ୱୟ ଅଟକାଇବାକୁ ଉଦ୍ୟମ କରିଥିଲେ । ହେଲେ ଡ୍ରାଇଭର ସେମାନଙ୍କୁ ଟ୍ରାକ୍ଟର ଚଢାଇ ଦେବାକୁ ଉଦ୍ୟମ କରି ଦ୍ରୁତ ଗତିରେ ଖସି ଯାଇଥିଲା। ତେବେ ଅଧିକାରୀ ଦୟ ଟ୍ରାକ୍ଟରକୁ ପିଛା କରିଥିଲେ। କିଛି ବାଟ ଗଲା ପରେ କେତେକ ମହିଳା ଓ ପୁରୁଷ ତାଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ଫଳରେ ଅତିରିକ୍ତ ତହସିଲଦାରଙ୍କ ମୁହଁରେ ଆଘାତ ଲାଗିବାରୁ ରକ୍ତ ସ୍ରାବ ହୋଇଥିଲା। ଏପରି କି ଆକ୍ରମଣରେ ରାଜସ୍ବ ନୀରିକ୍ଷକଙ୍କ ହାତ ଖଣ୍ଡିଆ ହୋଇଛି । ପୋଲିସ ଉଦ୍ଧାର କରି ତାଙ୍କୁ ପ୍ରାଥମିକ ଚିକିତ୍ସା କରାଇଛି । ଟ୍ରାକ୍ଟର ଜବତ କରି ଆକ୍ରମଣକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ତହସିଲଦାର ପୁଷ୍ପା ପୋଲିସକୁ କହିଛନ୍ତି। ଖବର ପାଇ ଉପଜିଲାପାଳ ଲୋଇସିଂହା ଥାନାରେ ପହଞ୍ଚି ପୋଲିସ ଓ ତହସିଲଦାରଙ୍କ ସହ ଆଲୋଚନା କରିଥିଲେ। ଉଲ୍ଲେଖ ଯୋଗ୍ୟ, ୬ ମାସ ତଳେ ଏହି ତହସିଲ ଅଞ୍ଚଳରେ ପଥର ମାଫିଆଙ୍କ ଆକ୍ରମଣରେ ଦାୟିତ୍ୱରେ ଥିବା ରାଜସ୍ବନିରୀକ୍ଷକ ଗୁରୁତର ହୋଇଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?