ଶେଷରେ ବଦଳିଲେ ଦାରିଙ୍ଗବାଡ଼ି ଅତିରିକ୍ତ ତହସିଲଦାର, ସରକାରଙ୍କୁ ଧନ୍ୟବାଦ ଜଣାଇଲେ…

ଦାରିଙ୍ଗବାଡି, ୧୦।୬ (ଅରୁଣ ସାହୁ )- କନ୍ଧମାଳ ଜିଲା ଦାରିଙ୍ଗବାଡି ତହସିଲ କାର୍ଯ୍ୟାଳୟରୁ ଅତିରିକ୍ତ ତହସିଲଦାର ନମିତା ପ୍ରଧାନଙ୍କ ବଦଳି ହୋଇଛି। ରାଜ୍ୟସରକାର ତାଙ୍କୁ ନବରଙ୍ଗପୁର ସଦରକୁ ଅତିରିକ୍ତ ତହସିଲଦାର ଭାବେ ବଦଳି କରିଛନ୍ତି। ତାଙ୍କ ସ୍ଥାନରେ ସରକାର ଦୁଃଶାସନ ସ୍ବାଇଁଙ୍କୁ ଦାରିଙ୍ଗବାଡି ତହସିଲ କାର୍ଯ୍ୟାଳୟର ନୂତନ ଅତିରିକ୍ତ ତହସିଲଦାର ଭାବେ ନିଯୁକ୍ତି ଦେଇଛନ୍ତି।

ତେବେ ଅନେକ ସମୟରେ ଅତିରିକ୍ତ ତହସିଲଦାର ଅଞ୍ଚଳବାସୀଙ୍କୁ ସଠିକ ଭାବେ ପ୍ରମାଣପତ୍ର ପ୍ରଦାନରେ ଅବହେଳା କରିବା ଲୋକଙ୍କୁ ଦୁର୍ବ୍ୟବହାର କରିବା ଜାତିଗତ, ରେସିଡେନ୍ସ, ଇନକମ ସାର୍ଟିଫିକେଟକୁ ରିଜେକ୍ଟ କରିବା ଓ ବାରମ୍ବାର ଆବେଦନ ପରେ ମଧ୍ୟ ସଠିକ ସମୟରେ ନଦେବା ଭଳି ଅଭିଯୋଗ ହୋଇଆସୁଥିଲା। କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ମିଳିତ ଅଭିଯୋଗ ଶୁଣାଣୀରେ ଅଞ୍ଚଳବାସୀ ଲିଖିତ ଅଭିଯୋଗ କରିଥିଲେ ସୋମବାର ଦାରିଙ୍ଗବାଡି ଆଦିବାସୀ, ଦଳିତ ମିଳିତ ମହାସଙ୍ଘର କର୍ମକର୍ତ୍ତା ମଧ୍ୟ ତହସିଲଦାରଙ୍କ ନିକଟରେ ତାଙ୍କ ବଦଳି ଦାବି କରିଥିଲେ । ଲୋକଙ୍କ ଅଭିଯୋଗ ହେଉ କି ବଦଳି ପ୍ରକ୍ରିୟା ହେଉ ତାଙ୍କର ବଦଳି ଖବର ଶୁଣି ଅଞ୍ଚଳବାସୀ ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତ।

ପ୍ରକାଶ ଯେ ରାଜ୍ୟ ସରକାରଙ୍କ ରାଜସ୍ବ ବିଭାଗ ପକ୍ଷରୁ ରାଜ୍ୟରେ ମୋଟ ୮୩ ଜଣ ଓଆର୍‌ଏସ୍‌ (ଗ୍ରୁପ -ବି)ଙ୍କ ମଙ୍ଗଳବାର ବଦଳି ହୋଇଛି। ସେଥିମଧ୍ୟରେ ଦାରିଙ୍ଗବାଡି ଅତିରିକ୍ତ ତହସିଲଦାରଙ୍କ ବଦଳି ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri