ଶେଷରେ ବଦଳିଲେ ଦାରିଙ୍ଗବାଡ଼ି ଅତିରିକ୍ତ ତହସିଲଦାର, ସରକାରଙ୍କୁ ଧନ୍ୟବାଦ ଜଣାଇଲେ…

ଦାରିଙ୍ଗବାଡି, ୧୦।୬ (ଅରୁଣ ସାହୁ )- କନ୍ଧମାଳ ଜିଲା ଦାରିଙ୍ଗବାଡି ତହସିଲ କାର୍ଯ୍ୟାଳୟରୁ ଅତିରିକ୍ତ ତହସିଲଦାର ନମିତା ପ୍ରଧାନଙ୍କ ବଦଳି ହୋଇଛି। ରାଜ୍ୟସରକାର ତାଙ୍କୁ ନବରଙ୍ଗପୁର ସଦରକୁ ଅତିରିକ୍ତ ତହସିଲଦାର ଭାବେ ବଦଳି କରିଛନ୍ତି। ତାଙ୍କ ସ୍ଥାନରେ ସରକାର ଦୁଃଶାସନ ସ୍ବାଇଁଙ୍କୁ ଦାରିଙ୍ଗବାଡି ତହସିଲ କାର୍ଯ୍ୟାଳୟର ନୂତନ ଅତିରିକ୍ତ ତହସିଲଦାର ଭାବେ ନିଯୁକ୍ତି ଦେଇଛନ୍ତି।

ତେବେ ଅନେକ ସମୟରେ ଅତିରିକ୍ତ ତହସିଲଦାର ଅଞ୍ଚଳବାସୀଙ୍କୁ ସଠିକ ଭାବେ ପ୍ରମାଣପତ୍ର ପ୍ରଦାନରେ ଅବହେଳା କରିବା ଲୋକଙ୍କୁ ଦୁର୍ବ୍ୟବହାର କରିବା ଜାତିଗତ, ରେସିଡେନ୍ସ, ଇନକମ ସାର୍ଟିଫିକେଟକୁ ରିଜେକ୍ଟ କରିବା ଓ ବାରମ୍ବାର ଆବେଦନ ପରେ ମଧ୍ୟ ସଠିକ ସମୟରେ ନଦେବା ଭଳି ଅଭିଯୋଗ ହୋଇଆସୁଥିଲା। କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ମିଳିତ ଅଭିଯୋଗ ଶୁଣାଣୀରେ ଅଞ୍ଚଳବାସୀ ଲିଖିତ ଅଭିଯୋଗ କରିଥିଲେ ସୋମବାର ଦାରିଙ୍ଗବାଡି ଆଦିବାସୀ, ଦଳିତ ମିଳିତ ମହାସଙ୍ଘର କର୍ମକର୍ତ୍ତା ମଧ୍ୟ ତହସିଲଦାରଙ୍କ ନିକଟରେ ତାଙ୍କ ବଦଳି ଦାବି କରିଥିଲେ । ଲୋକଙ୍କ ଅଭିଯୋଗ ହେଉ କି ବଦଳି ପ୍ରକ୍ରିୟା ହେଉ ତାଙ୍କର ବଦଳି ଖବର ଶୁଣି ଅଞ୍ଚଳବାସୀ ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତ।

ପ୍ରକାଶ ଯେ ରାଜ୍ୟ ସରକାରଙ୍କ ରାଜସ୍ବ ବିଭାଗ ପକ୍ଷରୁ ରାଜ୍ୟରେ ମୋଟ ୮୩ ଜଣ ଓଆର୍‌ଏସ୍‌ (ଗ୍ରୁପ -ବି)ଙ୍କ ମଙ୍ଗଳବାର ବଦଳି ହୋଇଛି। ସେଥିମଧ୍ୟରେ ଦାରିଙ୍ଗବାଡି ଅତିରିକ୍ତ ତହସିଲଦାରଙ୍କ ବଦଳି ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri