ବାଲି ରସିଦରେ ଲାଞ୍ଚ କାରବାର ଅଭିଯୋଗ, ଅତିରିକ୍ତ ତହସିଲଦାରଙ୍କ ସହ ୩ RI ଉଠାଇ ନେଲା ଭିଜିଲାନ୍ସ

ଭଞ୍ଜନଗର,୧୨।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ତହସିଲ କାର୍ଯ୍ୟାଳୟରେ ଗୁରୁବାର ଦିବା ପ୍ରାୟ ୨ଟା ସମୟରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଜଣେ ବାଲି ବ୍ୟବସାୟଙ୍କ ବାଲି ଗାଡ଼ି ଛାଡ଼ିବା ପାଇଁ ରସିଦ୍ ଠାରୁ ଅଧିକ ଟଙ୍କା ମାଗି ନେଇଥିବା ଅଭିଯୋଗରେ ଅତିରିକ୍ତ ତହସିଲଦାରଙ୍କ ସମେତ ଆଉ ୩ ଜଣ ରାଜସ୍ୱ ନିରୀକ୍ଷକଙ୍କୁ ଭିଜିଲାନ୍ସ ଟିମ୍ ତଦନ୍ତ ପାଇଁ ବ୍ରହ୍ମପୁର ନେଇଯାଇଛି ।

ଘଟଣାରୁ ପ୍ରକାଶ ଯେ ନୂଆଗାଁ ନଦୀରୁ ଧୂମୁଛାଇର ଜଣେ ଟ୍ରାକ୍ଟର ଗାଡି ମାଲିକ ବେନିୟମ ଭାବେ ବାଲି ଉଠାଇ ନେଉଥିଲେ । ଏନେଇ ରାଜସ୍ୱ ବିଭାଗ କର୍ମଚାରୀମାନେ ଟ୍ରାକ୍ଟରକୁ ଜବତ କରି ନେବାସହ ଏନେଇ ୩୦ ହଜାର ଟଙ୍କା ଜରିମାନା ପକାଇଥିଲେ । ଏହାପରେ କିଛି କର୍ମଚାରୀ ଜରିମାନା ଅର୍ଥ ଠାରୁ ଅଧିକ ଟଙ୍କା ଟ୍ରାକ୍ଟର ମାଲିକଙ୍କୁ ଦାବି କରିଥିଲେ। ଫଳରେ ଟ୍ରାକ୍ଟର ମାଲିକ ବ୍ରହ୍ମପୁର ଭିଜିଲାନ୍ସ ଏସ ପି ଙ୍କ ସହ ଯୋଗାଯୋଗ କରିଥିଲେ।

ଏହାପରେ ଆଜି ଅର୍ଥାତ୍ ଗୁରୁବାର ପୂର୍ବ ଯୋଜନା ପ୍ରକାରେ ଟ୍ରାକ୍ଟର ମାଲିକ ରାଜସ୍ୱ ବିଭାଗ କର୍ମଚାରୀଙ୍କୁ ରସିଦ ଠାରୁ ଅଧିକ ଟଙ୍କା ଦେଇଥିଲେ । ଏହି ସମୟରେ ସେଠାରେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଟିମ୍ ଜଣେ କର୍ମଚାରୀଙ୍କ ଠାରୁ ଉକ୍ତ ଟଙ୍କା ଜବତ କରିଥିଲେ। ଏଥିସହ ଏହି ମାମଲାରେ ଅତିରିକ୍ତ ତହସିଲଦାରଙ୍କ ସମେତ ଆଉ ୨ ଜଣ ରାଜସ୍ୱ ନିରୀକ୍ଷକ ଜଡ଼ିତ ଥିବା ଆଶଙ୍କାରେ ସେମାନଙ୍କୁ ଭିଜିଲାନ୍ସ ଟିମ୍ ଉଠାଇ ନେଇଥିବା ସୂଚନା ରହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ମାଳିବେଲ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଇଲେକ୍ଟ୍ରି ବିଲ୍‌ ନ ଦେଲେ ଜବତ ହେବ ଘରବାଡି ସମ୍ପତ୍ତି! କଠୋର ହେଲା ନିୟମ

ନୂଆଦିଲ୍ଲୀ,୧୭।୫: ରାଜ୍ୟବାସୀଙ୍କ ପାଇଁ ବଡ଼ ଖବର। ରାଜ୍ୟର ବିଜୁଳି ବିଭାଗ ଏବେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛି। ବିଦ୍ୟୁତ ନିଗମ ଦୀର୍ଘ ସମୟ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri