ଓଡ଼ିଶା ପୋଲିସରେ ବଡ଼ ହଲଚଲ! କଳାହାଣ୍ଡି ଭାର ସମ୍ଭାଳିବେ ଏଡିଜିପି ଯତୀନ୍ଦ୍ର କୋଏଲ

ଭବାନୀପାଟଣା,୧୦।୬(ଉତ୍ତମ କୁମାର ଦାଶ): ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ଚରମ ସୀମାରେ ପହଞ୍ଚିବା ଏବଂ ପୋଲିସର କାର୍ଯ୍ୟଦକ୍ଷତା ଉପରେ ଚାରିଆଡ଼ୁ ସମାଲୋଚନା ହେବା ପରେ ଶେଷରେ ରାଜ୍ୟ ପୋଲିସ ମୁଖ୍ୟାଳୟର ଚେତା ପଶିଛି । ବିଗତ କିଛି ମାସ ଧରି ରାଜ୍ୟରେ ବଢୁଥିବା ହିଂସା ଏବଂ ଅପରାଧୀଙ୍କ ଦୌରାତ୍ମ୍ୟକୁ ନେଇ ସରକାରଙ୍କ ଛାଟ ପଡ଼ିବା ପରେ ସ୍ଥିତି ସଜାଡ଼ିବା ପାଇଁ ଅଣ୍ଟା ଭିଡ଼ିଛନ୍ତି ପୋଲିସ ଡିଜି ୱାଇ.ବି. ଖୁରାନିଆ ।

‘ବାର୍ଷିକ ବ୍ଲକ ନିରୀକ୍ଷଣ କାର୍ଯ୍ୟକ୍ରମ-୨୦୨୬’ ଅଧୀନରେ ଡିଜି ପାହ୍ୟାରୁ ଆରମ୍ଭ କରି ଆଇଜି ପାହ୍ୟା ପର୍ଯ୍ୟନ୍ତ ୧୫ ଜଣ ବରିଷ୍ଠ ଆଇପିଏସ୍ ଅଫିସରଙ୍କୁ ୧୭ଟି ଜିଲାର ସ୍ୱତନ୍ତ୍ର ନିରୀକ୍ଷଣ ଓ ତଦାରଖ ଦାୟିତ୍ୱ ନ୍ୟସ୍ତ କରାଯାଇଛି । ଆସନ୍ତା ଜୁଲାଇ ମାସରୁ ଏହି ଅଧିକାରୀମାନେ ସମ୍ପୃକ୍ତ ଜିଲା ଗସ୍ତ କରି ଆଇନଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଏବଂ ଥାନାଗୁଡ଼ିକର କାର୍ଯ୍ୟକାରିତାର ସମୀକ୍ଷା କରିବେ। ଏପରି ସ୍ଥଳେ କଳାହାଣ୍ଡି ଜିଲାର ସ୍ୱତନ୍ତ୍ର ନିରୀକ୍ଷଣ ଓ ତଦାରଖ ପାଇଁ କଟକ (ଏଚଆରପିସି) ଏଡିଜିପି ଯତୀନ୍ଦ୍ର କୋଏଲଙ୍କୁ ଦାୟିତ୍ବ ପ୍ରଦାନ କରାଯାଇଛି। ତେବେ ସେ କଳାହାଣ୍ଡି ଜିଲାରେ ଆଇନଶୃଙ୍ଖଳାରେ ସୁଧାର ଆଣିବେ ନାଁ କାଗଜପତ୍ରରେ ଏହା ସୀମିତ ରହିବ ତାହା ଦେଖିବାକୁ ବାକି ରହିଲା ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri