ଅଧରପଣା: ପୂର୍ବେ ହେଉଥିଲା ୧୨ ହାଣ୍ଡି

ପୁରୀ ଅଫିସ,୩।୭: ପ୍ରତିବର୍ଷ ହେଉଥିବା ରଥଯାତ୍ରା ଅପେକ୍ଷା ଏଥର ଘୋଷଯାତ୍ରା ସମ୍ପୂର୍ଣ୍ଣ ସ୍ବତନ୍ତ୍ର। ମହାମାରୀ କରୋନାର ବିଭୀଷିକା ମଧ୍ୟରେ ଏଥର ରଥଯାତ୍ରା ହେବ ନା ନାହିଁ ତାକୁ ନେଇ ଶେଷ ପର୍ଯ୍ୟନ୍ତ ଅନିଶ୍ଚିତତା ଲାଗିରହିଥିଲା। ଶେଷରେ ଭକ୍ତଶୂନ୍ୟ ରଥଯାତ୍ରା ଲାଗି ସୁପ୍ରିମ୍‌କୋର୍ଟ ସର୍ତ୍ତମୂଳକ ଅନୁମତି ଦେଇଥିଲେ। ଇତିମଧ୍ୟରେ ନବଦିନାତ୍ମକ ଯାତ୍ରା ସରି ଗୁରୁବାର ରଥ ଉପରେ ମହାପ୍ରଭୁଙ୍କ ଅତ୍ୟନ୍ତ ମନୋରମ ସୁନାବେଶ ଅନୁଷ୍ଠିତ ହୋଇଛି। ଶୁକ୍ରବାର ତିନିରଥ ଉପରେ ଅନୁଷ୍ଠିତ ହେବ ଅଧରପଣା ଭୋଗ। ରଥାରୂଢ ଠାକୁରମାନଙ୍କ ଅଧର ଉଚ୍ଚ ପର୍ଯ୍ୟନ୍ତ ସ୍ବତନ୍ତ୍ର ଶୈଳୀରେ ନିର୍ମିତ ମାଟିହାଣ୍ଡିରେ ହେଉଥିବା ପଣା ଭୋଗକୁ ଅଧରପଣା କୁହାଯାଏ। ତେବେ ପୂର୍ବରୁ ୧୨ ହାଣ୍ଡି ଅଧରପଣା ହେଉଥିବା ବେଳେ ଏବେ ୯ ହାଣ୍ଡି ହେଉଛି।
ଏ ସମ୍ପର୍କରେ ଗବେଷକ ଡ. ନରେଶ ଚନ୍ଦ୍ର ଦାଶ କୁହନ୍ତି, ପୂର୍ବେ ବାହୁଡ଼ା ଦଶମୀ ଦିନ ତିନିହାଣ୍ଡି, ଏକାଦଶୀ ତିଥିରେ ତିନିହାଣ୍ଡି, ଦ୍ୱାଦଶୀ ଦିନ ତିନିହାଣ୍ଡି ଏହିପରି ୯ ହାଣ୍ଡି ଓ ଶ୍ରୀବଳଭଦ୍ରଙ୍କ ରଥରେ ରାମ ଓ କୃଷ୍ଣଙ୍କ ଉଦ୍ଦେଶ୍ୟରେ ୨ ହାଣ୍ଡି (ସାନ) ଏବଂ ଶ୍ରୀଜଗନ୍ନାଥଙ୍କ ରଥରେ ମଦନମୋହନ ଠାକୁରଙ୍କ ପାଇଁ ୧ ହାଣ୍ଡି (ସାନ) କ୍ରମରେ ସମୁଦାୟ ୧୨ ହାଣ୍ଡି ଅଧରପଣା ଭୋଗ ହେଉଥିଲା। କିନ୍ତୁ ସମ୍ପ୍ରତି ତିନିରଥ ପାଇଁ କେବଳ ଗୋଟିଏ ଦିନରେ ସମୁଦାୟ ୯ ହାଣ୍ଡି ଅଧରପଣା ଭୋଗ ହେଉଛି। ରାଘବଦାସ ମଠ, ବଡ଼ଓଡ଼ିଆ ମଠ ଏବଂ ଶ୍ରୀମନ୍ଦିର ପ୍ରଶାସନ ୩ଟି ଲେଖାଏ ଅଧରହାଣ୍ଡି ଓ ପଣା ସାମଗ୍ରୀ ଯୋଗାଉଛନ୍ତି। ରଥ ଉପରେ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ଅଧରପଣା ପ୍ରସ୍ତୁତି ଓ ନୀତି ଆରମ୍ଭ ହୋଇଥାଏ। ଶ୍ରୀମନ୍ଦିର ପ୍ରଶାସନ, ରାଘବଦାସ ମଠ ଓ ବଡ଼ ଓଡ଼ିଆ ମଠ ପ୍ରଦତ୍ତ ଛେନା, ସର, କଦଳୀ, ଛାଚି, ଗୋଲମରିିଚ ଗୁଣ୍ଡ, କର୍ପୂର, ଜାଇଫଳ ପ୍ରଭୃତି ପଣା ସାମଗ୍ରୀ ପାଳିଆ ମହାସୁଆର ରଥ ଉପରେ ରଖନ୍ତି। ପ୍ରତି ଠାକୁରଙ୍କ ସମ୍ମୁଖରେ ଭୋଗ ହେଉଥିବା ସ୍ଥାନରେ ମହାପ୍ରଭୁଙ୍କ ଶ୍ରୀଅଧରକୁ ପାଇବା ଭଳି ଉଚ୍ଚ ଥିବା ତୁମ୍ବାକାର ମାଟି ନିର୍ମିତ ତିନିଗୋଟି ହାଣ୍ଡି ରଖାଯାଏ। କିନ୍ତୁ ପ୍ରତ୍ୟେକ ହାଣ୍ଡି ସମାନ ମାପର ହୋଇ ନ ଥାଏ। ପୂର୍ବରୁ ପାଣିଆ ଆପଟ ସେବକମାନେ ସିଂହଦ୍ୱାର ଛାଉଣୀ ମଠ ସମ୍ମୁଖସ୍ଥ କୂପରୁ ଗରାରେ ଜଳ କାଢି ରଥ ଉପରକୁ ବୋହି ନେଇ ବଡ଼ ପିତ୍ତଳ ହଣ୍ଡାରେ ରଖିଥାନ୍ତି। କୂପରୁ ଜଳ ବୋହିବା ସମୟରେ ମନ୍ଦିର ଚର୍ଚ୍ଚା ଓ ବରକନ୍ଦାଜ କର୍ମଚାରୀମାନେ ଆଗରେ ଗୁଆ ଖୋଳପା ଧରି ଲୋକଙ୍କୁ ଆଡ଼େଇଥାନ୍ତି, ଯେପରି କେହି ପବିତ୍ର ଜଳକୁ ସ୍ପର୍ଶ କରିପାରିବେ ନାହିଁ। ଅଧରପଣା ଭୋଗ ହେବା ପୂର୍ବରୁ ମହାସୁଆରମାନେ ଥାଇ ଭିତରଚ୍ଛ, ତଳିଚ୍ଛ ଓ ପାଳିଆ ପୁଷ୍ପାଳକ ଅଧର ଆଗରେ ଖଣ୍ଡେ ନୂଆ ଗାମୁଛା ଟେରା ଧରିଥାନ୍ତି। ଅଧରପଣା ହାଣ୍ଡି ଉପରେ ଖଣ୍ଡେ ଲେଖାଏ ଧଳା କରିଆ (ଜାଲି କନା) ପକାଯାଏ। ପବିତ୍ର ଜଳକୁ ଛାଣିବା ଉଦ୍ଦେଶ୍ୟରେ ଏହା ପକାଯାଇଥାଏ। ମହାସୁଆରମାନେ ପ୍ରତି ରଥ ଉପରେ ଅଧର ହାଣ୍ଡିରେ ପଣା ପ୍ରସ୍ତୁତ କରିଥାନ୍ତି। ଏହାକୁ ପତ୍ରୀବଡୁ, ସୁଆରବଡ଼ୁ, ଗରାବଡ଼ୁ ପାଳିଆ ସେବକ ତିନିରଥ ଉପରେ ପୂଜାର୍ଚ୍ଚନା କରନ୍ତି। ଏହାପରେ ପାଳିଆ ପୂଜାପଣ୍ଡା ପଞ୍ଚୋପଚାରରେ ଭୋଗ ଲଗାଇଥାନ୍ତି। ଭୋଗ ହେବା ପରେ ଠାକୁରମାନଙ୍କ ସମ୍ମୁଖରେ ପ୍ରପାନକପୂର୍ଣ୍ଣ ଏହି ପାତ୍ରମାନଙ୍କୁ ଭାଙ୍ଗି ଦିଆଯାଏ। ଜନଶ୍ରୁତିରୁ ଜଣାଯାଏ ତିନିରଥ ଉପରେ ଠାକୁରମାନଙ୍କୁ ଅର୍ପିତ ଅଧରପଣା ଭୋଗ ରଥର ପାର୍ଶ୍ୱ ଦେବଦେବୀ, ଅନ୍ୟାନ୍ୟ ଚଣ୍ଡୀ ଚାମଣ୍ଡା ଓ ଅଶରୀରୀମାନଙ୍କ ପାଇଁ ଉଦ୍ଦିଷ୍ଟ। କାରଣ ସଚରାଚର ବିଶ୍ୱ ବ୍ରହ୍ମାଣ୍ଡର ହିତ ସାଧନ ନିମନ୍ତେ ମହାପ୍ରଭୁ ନବଦିନାତ୍ମକ ଯାତ୍ରା କରିଥାନ୍ତି। ଏହି ଚଣ୍ଡୀ ଚାମଣ୍ଡା ପ୍ରଭୃତିଙ୍କ ପାଇଁ ସମର୍ପଣର ପ୍ରଥା ନାହିଁ। ଏଣୁ ଯାତ୍ରାର ଅନ୍ତିମ ପର୍ଯ୍ୟାୟରେ ସେମାନଙ୍କୁ ତୃପ୍ତ କରିବା ପାଇଁ ଏଭଳି ବିଧାନ ବହୁ ପ୍ରାଚୀନ କାଳରୁ ରହିଆସିଛି। ଏଥିପାଇଁ ଅଧରପଣା ହାଣ୍ଡିଗୁଡ଼ିକୁ ରଥ ଉପରେ ଭାଙ୍ଗି ଦିଆଯାଏ। ଏହି କାରଣରୁ ସାଧାରଣତଃ ଅନ୍ୟ କେହି ଏହି ଅମୃତୋପମ ପଣାକୁ ସେବନ କରି ନ ଥାନ୍ତି ବୋଲି ଡ. ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟା ନ ପୂରୁଣୁ ମମତାଙ୍କୁ ପୁଣି ବଡ଼ ଝଟକା: ନିର୍ବାଚନରୁ ଓହରିଯିବା ନେଇ ଘୋଷଣା କଲେ…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ଚିତ୍ର ଦ୍ରୁତ ବଦଳୁଛି। ନନ୍ଦୀଗ୍ରାମ ପରେ ଏବେ ରେଜିନଗରରେ ମଧ୍ୟ ମମତା ବାନାର୍ଜୀଙ୍କ ଶିବିରକୁ ଝଟକା ଲାଗିଛି। ରେଜିନଗର…

ହାଇକୋର୍ଟ ବିଚାରପତିଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଅବସର ପରେ PM CARES ପାଣ୍ଠିକୁ ୧ କୋଟି ଟଙ୍କା ଦାନ କରିବେ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶ ହାଇକୋର୍ଟର ବିଚାରପତି ଅବନୀନ୍ଦ୍ର କୁମାର ସିଂହ ତାଙ୍କ ଅବସର ପରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଥିଲେ। ସେ କହିଥିଲେ ଯେ ସେ ତାଙ୍କ…

ପାର୍ବଣ ଭେଟି ଦେଲେ ରାଜ୍ୟ ସରକାର, ୮% ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୧୯।୯: ରାଜ୍ୟ କର୍ମଚାରୀଙ୍କ ସହ ଦୀର୍ଘ ଦିନରୁ ଲାଗି ରହିଥିବା ଅଚଳାବସ୍ଥାର ଅନ୍ତ ଘଟାଇ ଭଗୱନ୍ତ ମାନ ସରକାର ପ୍ରାୟ ଆଠ ଲକ୍ଷ କର୍ମଚାରୀ ଓ ପେନସନଭୋଗୀଙ୍କ…

ଆମେରିକୀୟ ଗଣମାଧ୍ୟମ ବିରୋଧରେ ଟ୍ରମ୍ପଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ; ଲଗାଇଲେ କଟକଣା

ଓ୍ବାଶିଂଟନ,୧୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ ହାଉସରେ CNN, Politico ଏବଂ MSNBC ଉପରେ କଟକଣା ଲଗାଇବାକୁ ଘୋଷଣା କରିଛନ୍ତି। ‘ଟ୍ରୁଥ ସୋସିଆଲ’ (Truth Social)…

ଚାକିରିଆଙ୍କ ପାଇଁ ବଡ଼ ଖବର: କମିଯିବ In-Hand Salary! PF ର ନୂଆ ନିୟମ ଜାଣିରଖନ୍ତୁ

ନୂଆଦିଲ୍ଲୀ,୧୯।୯: କର୍ମଚାରୀଙ୍କ ପାଇଁ PF ସମ୍ପର୍କିତ ନିୟମରେ ବଡ଼ ପରିବର୍ତ୍ତନ ହୋଇଛି। EPFOର ବେତନ ସୀମାକୁ ମାସିକ ୧୫,୦୦୦ରୁ ବଢ଼ାଇ ୨୫,୦୦୦ କରାଯାଇଛି। ୧୬ ସେପ୍ଟେମ୍ବର ୨୦୨୪ରେ…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ପାର୍ବଣ ପୂର୍ବରୁ ମହଙ୍ଗା ମାଡ଼: ୮ ଟଙ୍କା ବଢ଼ିପାରେ କ୍ଷୀର ମୂଲ୍ୟ! ରାଜ୍ୟ ସରକାରଙ୍କୁ ୩ ଦିନିର ଅଲ୍ଟିମେଟମ ଦେଲେ…

ନୂଆଦିଲ୍ଲୀ,୧୯।୯: କର୍ନାଟକରେ ପାର୍ୱଣ ଋତୁ ପୂର୍ୱରୁ ଲୋକଙ୍କୁ ଆଉ ଏକ ବଡ଼ ଝଟକା ଲାଗିପାରେ। ଏଠାରେ ଖୁବ ଶୀଘ୍ର କ୍ଷୀର ଦରରେ ବଡ଼ ଧରଣର ବୃଦ୍ଧି ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?