Posted inଜାତୀୟ

ରାଷ୍ଟ୍ରପତିଙ୍କୁ ରାଷ୍ଟ୍ରପତ୍ନୀ କହିବା ନେଇ କଂଗ୍ରେସକୁ ଘେରିଲା ଭାଜପା…

ନୂଆଦିଲ୍ଲୀ,୨୮।୭ : ରାଷ୍ଟ୍ରପତିଙ୍କୁ ରାଷ୍ଟ୍ରପତ୍ନୀ କହିବା ନେଇ କଂଗ୍ରେସକୁ ଭାଜପା ଘେରିବା ଆରମ୍ଭ କରିଛି। ଏପରି କହି କଂଗ୍ରେସ ସଦସ୍ୟ ଅଧୀର ରଞ୍ଜନ ଚୌଧୁରୀ ଅପମାନ ଜନକ ମନ୍ତବ୍ୟ ଦେଇଥିବା କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ କହିଛନ୍ତି। କଂଗ୍ରେସ ଏନେଇ କ୍ଷମା ମାଗିବା ଆବଶ୍ୟକ ବୋଲି ସେ ଦାବି କରିଛନ୍ତି। ଏହା ଦ୍ୱାରା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅପମାନିତ କରାଯାଇଥିବା ସ୍ମୃତି କହିଛନ୍ତି। ଆରମ୍ଭରୁ କଂଗ୍ରେସ ଦ୍ରୌପଦୀଙ୍କୁ ନେଇ କଡ଼ା ଆଭିମୁଖ୍ୟ ପ୍ରଦର୍ଶନ କରିଥିବା ସେ କହିଛନ୍ତି।

ଏହାର ଏକ ଭିଡ଼ିଓ କ୍ଲିପ୍‌ ଏବେ ଭାଇରାଲ ହେବାରେ ଲାଗିଛି। ଏନେଇ ଭାଜପା ସଦସ୍ୟଙ୍କ ପକ୍ଷରୁ ସଂସଦ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

ସ୍ମୃତି ଇରାନୀ କହିଛନ୍ତି ଯେ ଦେଶ ଏବଂ ପୃଥିବୀବାସୀ ଜାଣନ୍ତି ଯେ କଂଗ୍ରେସ ଆଦିବାସୀ ବିରୋଧୀ, ଗରିବ ବିରୋଧୀ ଏବଂ ମହିଳା ବିରୋଧୀ। କିନ୍ତୁ କଂଗ୍ରେସର ପତନ ହୋଇଛି। ଦଳ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ଅବସ୍ଥାପିତ ଆଦିବାସୀ ତଥା ଗରିବ ପରିବାରର ଜଣେ ମହିଳାଙ୍କ ପ୍ରତି ଏପରି ଅସମ୍ମାନ, ତାଙ୍କ ସମ୍ମାନ ଉପରେ ଆଞ୍ଚ ଆଣିବା ଅତ୍ୟନ୍ତ ନିନ୍ଦା ଜନକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୁମେ ମୋତେ ଭୋଟ୍‌ ଦିଅ, ମୁଁ ତୁମକୁ…

ନୂଆଦିଲ୍ଲୀ,୨୦ା୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରି ଫସିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ତାଙ୍କ ବିରୋଧରେ ପୋଲିସ...

‘କେଜ୍‌ରିଓ୍ବାଲଙ୍କୁ ଧୀର ମୃତ୍ୟୁ ଦିଆଯାଉଛି’

ନୂଆଦିଲ୍ଲୀ,୨୦।୪: ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦେହରେ ମଧୁମେହ ସ୍ତର ବୃଦ୍ଧି ନେଇ ରାଜନୀତି ସରଗରମ ରହିଛି। ଗୋଟିଏ...

କଂଗ୍ରେସକୁ ବଡ଼ ଝଟ୍‌କା, ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ

ନୂଆଦିଲ୍ଲୀ, ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଲା ବଡ ଝଟକା। ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ। ହାତ ଛାଡିଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ...

Featured Video Play Icon

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି...

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ସାମିଲ ହେବେ ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ନେତା ତାଜିନ୍ଦର ସିଂ

ସିମ୍‌ଲା,୨୦।୪: ହିମାଚଳ ପ୍ରଦେଶରେ କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ରାଜ୍ୟ ପ୍ରଭାରୀ ସଚିବ ତଥା ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ତାଜିନ୍ଦର ସିଂ ବିଟ୍ଟୁ ଦଳରୁ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri