Posted inଜାତୀୟ

ନିରବ ମୋଦି ଟିପ୍ପଣୀକୁ ନେଇ ଭାଜପାକୁ ଟାର୍ଗେଟ କଲେ ଅଧୀର ରଂଜନ, ଗେରୁଆ ଶଦ୍ଦକୋଷ ପ୍ରସ୍ତୁତ କରନ୍ତୁ ସରକାର

ନୂଆଦିଲ୍ଲୀ,୧୨।୮: ନୂଆଦିଲ୍ଲୀର ଏଆଇସିସି ମୁଖ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି କଂଗ୍ରେସ ନେତା ଅଧୀର ରଂଜନ ଚୌଧୁରୀ। ସଂସଦରେ ସେ ଅନିୟନ୍ତ୍ରିତ ବ୍ୟବହାର ପାଇଁ ନିଲମ୍ବିତ ହୋଇଛନ୍ତି। ତେଣୁ ସେ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି, ମୋର ମନ୍ତବ୍ୟ କାହାକୁ ଆଘାତ ଦେବା ପାଇଁ ଉଦ୍ଦିଷ୍ଟ ନ ଥିଲା। ମୁଁ ମୋ ଯୁକ୍ତିକୁ ସ୍ପଷ୍ଟ ଭାବରେ ଗୃହରେ ଉପସ୍ଥାପନ କରିବାକୁ ଚେଷ୍ଟା କରୁଥିଲି। ତେବେ ଯଦି ଆବଶ୍ୟକ ହୁଏ ସେ ସୁପ୍ରିମକୋର୍ଟ ଯିବେ ବୋଲି କହିଛନ୍ତି।

ଯେତେବେଳେ ବି ମୋତେ ସଂସଦର ବିଶେଷାଧିକାର କମିଟିର ଡକରା ଆସିବ ମୁଁ ନିଶ୍ଚିତ ଯିବି। ଆମେ ସମସ୍ତ ନିୟମ ଏବଂ ପରମ୍ପରାକୁ ଅନୁସରଣ କରୁ। ମୋତେ ପ୍ରଥମେ ଫାଶୀ ଦିଆଯାଇଛି ଏବଂ ପରେ ମକଦ୍ଦମାର ସାମ୍ନା କରିବାକୁ କୁହାଯାଉଛି। ବିରୋଧୀଦଳର ସ୍ବରକୁ ଚାପିଦେବା ପାଇଁ ଶାସକ ଦଳର ଏହା ସୁଚିନ୍ତିତ ଷଡଯନ୍ତ୍ର। ଏହା ସଂସଦୀୟ ଗଣତନ୍ତ୍ରର ଆତ୍ମାକୁ ଦୁର୍ବଳ କରିଛି। ମୋର ଉଦ୍ଦେଶ୍ୟ ସ୍ପଷ୍ଟ ଭାବରେ ମୋର ଯୁକ୍ତି ଦର୍ଶାଇବା ଏବଂ ମୋ ମନକୁ ଯାହା ଆସିଲା ତାହା ପ୍ରକାଶ କରିବା। ତେବେ ଏହା ମୋର ଭୂଲ ଥିଲା କି ବୋଲି ଅଧୀର ରଂଜନ ସରକାରଙ୍କୁ ପ୍ରଶ୍ନ କରିଛନ୍ତି।

ମୁଁ ଗୃହରେ ଯାହା କହିଥିଲି ସେଥିରେ ମୋର କିଛି ବି ଦୋଷ ନାହିଁ। ତେବେ ସରକାର ଏକ ଗେରୁଆ ଶଦ୍ଦକୋଷ ପ୍ରସ୍ତୁତ କରନ୍ତୁ ଏବଂ ବିରୋଧୀ ସେହି ଅଭିଧାନରେ ଥିବା ଶଦ୍ଦକୁ ଅନୁସରଣ କରିବାକୁ ନିର୍ଦ୍ଦେଶ ଦିଅନ୍ତୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri