Posted inଜାତୀୟ

ଲୋକ ସଭା ବିରୋଧୀ ଦଳ ନେତା ପଦରୁ ହଟିବେ ଅଧିର ରଞ୍ଜନ !…

ନୂଆଦିଲ୍ଲୀ,୪।୭: ଲୋକ ସଭା ବିରୋଧୀ ଦଳ ନେତା ପଦରୁ ଅଧିର ରଞ୍ଜନ ଚୌଧୁରୀ ହଟିବା ନେଇ କଂଗ୍ରେସରେ ଚର୍ଚ୍ଚା ହେଉଛି। ଏହି ପଦବୀରେ ଶଶି ଥରୁର୍‌ କିମ୍ବା ମନୀଷ ତିଓ୍ବାରୀଙ୍କୁ ନିଯୁକ୍ତ କରିବା ଲାଗି ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଚିନ୍ତା କରୁଥିବା କୁହାଯାଉଛି। ମୌସୁମୀ ଅଧିବେଶନ ପୂର୍ବରୁ ଘର ସଜାଡ଼ିବା ନେଇ ଏସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ଗ୍ରହଣ କରାଯିବାର ଯଥେଷ୍ଟ ସମ୍ଭାବନା ରହିଛି। ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ସହିତ ସମ୍ପର୍କରେ ସୁଧାର କରିବା ଲାଗି ଏଭଳି ପଦକ୍ଷେପ ଗ୍ରହଣ କରାଯାଉଥିବା ସମ୍ପର୍କରେ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ଦଳର ଜି-୨୩ ଦ୍ୱାରା ହାଇକମାଣ୍ଡଙ୍କୁ ଲେଖା ଯାଇଥିବା ଚିଠିରେ ଶଶି ଥରୁର୍‌ ଏବଂ ମନୀଷ ତିଓ୍ବାରୀଙ୍କର ଦସ୍ତଖତ ମଧ୍ୟ ଥିଲା। ତେବେ କଂଗ୍ରେସ ହାଇକମାଣ୍ଡ ଦଳର ସ୍ଥିତିରେ ପରିବର୍ତ୍ତନ ପାଇଁ ଏଭଳି ପଦକ୍ଷେପ ଗ୍ରହଣ କରୁଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri