୨୬୦ ଗାଁରେ ଆରମ୍ଭ ହେବ ଆଦି କର୍ମଯୋଗୀ ଅଭିଯାନ: ଜାଣନ୍ତୁ କେଉଁମାନେ ପାଇବେ ଏହାର ଲାଭ

ନୂଆପଡ଼ା,୫ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଆଦିବାସୀଙ୍କ ଉନ୍ନତି ପାଇଁ କେନ୍ଦ୍ର ସରକାରଙ୍କ ବହୁ ଆକାଂକ୍ଷିତ ଆଦି କର୍ମଯୋଗୀ ଅଭିଯାନ ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ ଯାଉଛି।

ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲା ମଙ୍ଗଳ ଅଧିକାରୀ ଦୀପ୍ତିମନ୍ତ ଭୋଇଙ୍କ ଆବହକତ୍ୱରେ ଆୟୋଜିତ ବୈଠକରେ ବନଖଣ୍ଡ ଅଧିକାରୀ ଖଡିଆଳ ଅଜିଜ୍‌ ଖାନ, ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଏତ, ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲାପାଳ ସୁର୍ମି ସୋରେନଙ୍କ ସମେତ ସମସ୍ତ ବିଡିଓ, ସ୍ବେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା ପ୍ରମୁଖ ଅଂଶଗ୍ରହଣ କରିଥିଲେ।

ଆଦି କର୍ମଯୋଗୀ ଅଭିଯାନ ହେଉଛି ଏକ ଜାତୀୟ ଆନ୍ଦୋଳନ। ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଏହା ପରିଚାଳିତ। ଏହା କ୍ଷମତା ବିକେନ୍ଦ୍ରୀକରଣ ଓ ସମ୍ପ୍ରଦାୟ ଅଂଶଗ୍ରହଣ ମାଧ୍ୟମରେ ଦେଶର ୫୫୦ ଆଦିବାସୀ ବହୁଳ ଜିଲାର ୧ ଲକ୍ଷ ଗ୍ରାମରେ ୨୦ ଲକ୍ଷ ଆଦିବାସୀଙ୍କୁ ସଶକ୍ତ କରିବା ପାଇଁ ଅଭିପ୍ରେତ।

ନେତୃତ୍ୱର ୩ ସ୍ତମ୍ଭ ଆଦି କର୍ମଯୋଗୀ, ଆଦି ସହଯୋଗୀ ଓ ଆଦି ସାଥୀମାନଙ୍କ ଦ୍ୱାରା ଏହା କାର୍ଯ୍ୟକାରୀ ହେବ। ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ ହେଲା ଦେଶର ୨୦ ଲକ୍ଷ ଆଦିବାସୀ ନେତାଙ୍କୁ ତାଲିମ ଓ ସଂଗଠିତ କରିବା। ଏହା ଦ୍ୱାରା ୧ ଲକ୍ଷ ଆଦି ସେବା କେନ୍ଦ୍ର ସ୍ଥାପନ କରାଯିବ । ପ୍ରତ୍ୟେକ ଗ୍ରାମରେ ଆଦି ସେବା କେନ୍ଦ୍ର ଖୋଲି ସବୁ ସରକାରୀ ସେବା ଯୋଗାଇ ଦିଆଯିବ।

ନୂଆପଡା ଜିଲାର ୯୧ ପଞ୍ଚାୟତ ଅନ୍ତର୍ଗତ ୨୬୦ ଗ୍ରାମର ୬୫ ହଜାର ୧୯୧ ଆଦିବାସୀ ଗୃହରେ ଏହି ଅଭିଯାନର ଲାଭ ପହଞ୍ଚାଇ ଦିଆଯିବ। ସରକାରୀ ଅଧିକାରୀମାନେ ଘର ଘର ବୁଲି ଆଦିବାସୀଙ୍କୁ ଆବାସ ଗୃହ, ପାନୀୟ ଜଳ ଯୋଗାଣ, ଉଜ୍ଜ୍ୱଳା ଯୋଜନା, ଶିକ୍ଷା, ସ୍ବାସ୍ଥ୍ୟ, କୃଷି, ଉଦ୍ୟାନ କୃଷି, ମତ୍ସ୍ୟ ଓ ପଶୁପାଳନ, ବିଦ୍ୟୁତ୍‌ ଯୋଗାଣ, ସୂର୍ଯ୍ୟ ଘର ଆଦି ଯୋଜନାର ସେବା ଯୋଗାଇବେ। ସବୁ ଆଦିବାସୀ ଗାଁ ପ୍ରବାସୀ ଶ୍ରମିକ ମୁକ୍ତ ହେବ ବୋଲି କୁହାଯାଇଛି। ଶେଷରେ ଜିଲାପାଳ ଉପସ୍ଥିତ ସମସ୍ତ କର୍ମଯୋଗୀଙ୍କୁ କର୍ତ୍ତବ୍ୟର ଶପଥପାଠ କରାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

ଆପଣା ପଣରେ ନାରୀ

ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri