୨୬୦ ଗାଁରେ ଆରମ୍ଭ ହେବ ଆଦି କର୍ମଯୋଗୀ ଅଭିଯାନ: ଜାଣନ୍ତୁ କେଉଁମାନେ ପାଇବେ ଏହାର ଲାଭ

ନୂଆପଡ଼ା,୫ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଆଦିବାସୀଙ୍କ ଉନ୍ନତି ପାଇଁ କେନ୍ଦ୍ର ସରକାରଙ୍କ ବହୁ ଆକାଂକ୍ଷିତ ଆଦି କର୍ମଯୋଗୀ ଅଭିଯାନ ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ ଯାଉଛି।

ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲା ମଙ୍ଗଳ ଅଧିକାରୀ ଦୀପ୍ତିମନ୍ତ ଭୋଇଙ୍କ ଆବହକତ୍ୱରେ ଆୟୋଜିତ ବୈଠକରେ ବନଖଣ୍ଡ ଅଧିକାରୀ ଖଡିଆଳ ଅଜିଜ୍‌ ଖାନ, ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଏତ, ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲାପାଳ ସୁର୍ମି ସୋରେନଙ୍କ ସମେତ ସମସ୍ତ ବିଡିଓ, ସ୍ବେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା ପ୍ରମୁଖ ଅଂଶଗ୍ରହଣ କରିଥିଲେ।

ଆଦି କର୍ମଯୋଗୀ ଅଭିଯାନ ହେଉଛି ଏକ ଜାତୀୟ ଆନ୍ଦୋଳନ। ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଏହା ପରିଚାଳିତ। ଏହା କ୍ଷମତା ବିକେନ୍ଦ୍ରୀକରଣ ଓ ସମ୍ପ୍ରଦାୟ ଅଂଶଗ୍ରହଣ ମାଧ୍ୟମରେ ଦେଶର ୫୫୦ ଆଦିବାସୀ ବହୁଳ ଜିଲାର ୧ ଲକ୍ଷ ଗ୍ରାମରେ ୨୦ ଲକ୍ଷ ଆଦିବାସୀଙ୍କୁ ସଶକ୍ତ କରିବା ପାଇଁ ଅଭିପ୍ରେତ।

ନେତୃତ୍ୱର ୩ ସ୍ତମ୍ଭ ଆଦି କର୍ମଯୋଗୀ, ଆଦି ସହଯୋଗୀ ଓ ଆଦି ସାଥୀମାନଙ୍କ ଦ୍ୱାରା ଏହା କାର୍ଯ୍ୟକାରୀ ହେବ। ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ ହେଲା ଦେଶର ୨୦ ଲକ୍ଷ ଆଦିବାସୀ ନେତାଙ୍କୁ ତାଲିମ ଓ ସଂଗଠିତ କରିବା। ଏହା ଦ୍ୱାରା ୧ ଲକ୍ଷ ଆଦି ସେବା କେନ୍ଦ୍ର ସ୍ଥାପନ କରାଯିବ । ପ୍ରତ୍ୟେକ ଗ୍ରାମରେ ଆଦି ସେବା କେନ୍ଦ୍ର ଖୋଲି ସବୁ ସରକାରୀ ସେବା ଯୋଗାଇ ଦିଆଯିବ।

ନୂଆପଡା ଜିଲାର ୯୧ ପଞ୍ଚାୟତ ଅନ୍ତର୍ଗତ ୨୬୦ ଗ୍ରାମର ୬୫ ହଜାର ୧୯୧ ଆଦିବାସୀ ଗୃହରେ ଏହି ଅଭିଯାନର ଲାଭ ପହଞ୍ଚାଇ ଦିଆଯିବ। ସରକାରୀ ଅଧିକାରୀମାନେ ଘର ଘର ବୁଲି ଆଦିବାସୀଙ୍କୁ ଆବାସ ଗୃହ, ପାନୀୟ ଜଳ ଯୋଗାଣ, ଉଜ୍ଜ୍ୱଳା ଯୋଜନା, ଶିକ୍ଷା, ସ୍ବାସ୍ଥ୍ୟ, କୃଷି, ଉଦ୍ୟାନ କୃଷି, ମତ୍ସ୍ୟ ଓ ପଶୁପାଳନ, ବିଦ୍ୟୁତ୍‌ ଯୋଗାଣ, ସୂର୍ଯ୍ୟ ଘର ଆଦି ଯୋଜନାର ସେବା ଯୋଗାଇବେ। ସବୁ ଆଦିବାସୀ ଗାଁ ପ୍ରବାସୀ ଶ୍ରମିକ ମୁକ୍ତ ହେବ ବୋଲି କୁହାଯାଇଛି। ଶେଷରେ ଜିଲାପାଳ ଉପସ୍ଥିତ ସମସ୍ତ କର୍ମଯୋଗୀଙ୍କୁ କର୍ତ୍ତବ୍ୟର ଶପଥପାଠ କରାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri